ଏପଟେ ବାଘ ଖାଇଗଲା ଛେଳି, ସେପଟେ ଗୋଦାମ ଘର ଭାଙ୍ଗି ଗୋ’ଖାଦ୍ୟ ଖାଇଲେ ହାତୀପଲ

ଭଞ୍ଜନଗର,୨୬ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବନ୍ୟପ୍ରାଣୀ ଯଥା ବାଘ, ଭାଲୁ, ହାତୀ, ବାର୍‌ହା ବିଭିନ୍ନ ସମୟରେ ଜଙ୍ଗଲ ବାହାରକୁ ଆସି ଲୋକଙ୍କ ଧନ ଜୀବନ କ୍ଷତି କରୁଛନ୍ତି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ବିଭିନ୍ନ ସମୟରେ ଭୟଭୀତ ଅବସ୍ଥାରେ ରହୁଛନ୍ତି। ଏହିଭଳି ପରିସ୍ଥିତିରେ ବୁଧବାର ରାତିରେ ଏହି ବନଖଣ୍ଡର ମୁଜାଗଡ଼ ରେଞ୍ଜ ଦୁର୍ଗାପ୍ରସାଦ ତଳସାହିରେ ଚିତାବାଘ ଏକ ଛେଳି ଗୁହାଳରେ ପଶି ଗୋଟିଏ ଛେଳିକୁ ମାରି ଅଧା ଖାଇ ଚାଲି ଯାଇଥିଲା। ଏହି ଘଟଣା ଗୁରୁବାର ସକାଳେ ଜଣାପଡ଼ିବା ପରେ ଲୋକେ ଭୟଭୀତ ହୋଇପଡ଼ିଥିଲେ। ଏହାପରେ ଖବରପାଇ ଡିଏଫ୍‌ଓ ହିମାଂଶୁ ଶେଖର ମହାନ୍ତି, ମୁଜାଗଡ଼ ରେଞ୍ଜର ବିମ୍ବାଧର ସାହୁ ପ୍ରମୁଖ ଆଜି ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ଭୟଭୀତ ନ ହେବା ପାଇଁ ପରାମର୍ଶ ଦେଇଥିଲେ। ଏଥିସହ କ୍ଷତିଗ୍ରସ୍ତ ପରିବାରଙ୍କୁ କିଭଳି ସହାୟତା ମିଳିପାରିବ ସେନେଇ ଆବଶ୍ୟକ ପଦକ୍ଷେପ ବିଭାଗ ପକ୍ଷରୁ ନିଆଯାଇଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ଗଞ୍ଜାମ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ବେଳେ ବେଳେ ଦିନ ବେଳେ ମଧ୍ୟ ଚିତାବାଘ ରାସ୍ତା ଉପରକୁ ଚାଲିଆସୁଛି। ଗତକାଲି ରାତିରେ ଘାଟି ତଳେ ଥିବା ଦୁର୍ଗାପ୍ରସାଦରେ ଏହି ଘଟଣା ଘଟିଛି। ଅପରପକ୍ଷେ ମଙ୍ଗଳବାର ରାତିରେ ଏହି ରେଞ୍ଜର ଦଦରାଲୁଣ୍ଡାରେ ହାତୀପଲ ଉପଦ୍ର ଦେଖିବାକୁ ମିଳିଛି। ଗତକାଲି ବିଳମ୍ବିତ ରାତିରେ ୨୪ ଟିକିଆ ହାତୀପଲ ଜଙ୍ଗଲରୁ ବାହାରି ଦୁର୍ଗାପ୍ରସାଦ ଗ୍ରାମ ନିକଟରେ ଥିବା ଦଦରଲୁଣ୍ଡା ଗ୍ରାମ ଭିତରେ ପଶି ଗୋଟିଏ ଗୋ’ଖାଦ୍ୟ ଗୋଦାମର କବାଟ ଭାଙ୍ଗି ପଶିଥିଲେ। ସେଠାରେ ଥିବା ଗୋଖାଦ୍ୟ ବସ୍ତାଗୁଡିକୁ ହାତୀପଲ ପାଦରେ ଦଳି ଶୁଣ୍ଢରେ ଏଣେ ତେଣେ ଫୋପାଡ଼ିବା ସହ ଖାଇ ନଷ୍ଟ କରିଥିଲେ। ଗତକାଲି ସକାଳୁ ଫ୍ୟାକ୍ଟ୍ରି ମାଲିକ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଘଟଣା ସମ୍ପର୍କରେ ଜାଣିବା ପରେ ବନ ବିଭାଗ ଅଧିକାରୀଙ୍କୁ ଘଟଣା ସମ୍ପର୍କରେ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri