ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଆସିଲା ଆଜ୍ଞାମାଳ: ରଥଖଳାରୁ ସିଂହଦ୍ୱାର ଆସିବ ୩ ରଥ

ପୁରୀ,୨୬ା୬: ଶୁକ୍ରବାର ମହାବାହୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଚତୁର୍ଦ୍ଧାମୂର୍ତ୍ତି ରତ୍ନବେଦି ଛାଡ଼ି ବଡ଼ଦାଣ୍ଡକୁ ଆସିବେ ଭକ୍ତଙ୍କୁ ତାଙ୍କର ଦିବ୍ୟ ଦର୍ଶନ ଦେବାକୁ। ଏନେଇ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇପଡିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଆଜ୍ଞାମାଳ ଆସି ରଥକୁ ବିଜେ ହୋଇଛି। ଆଜ୍ଞାମାଳ ବିଜେ ପରେ ରଥଖଳାରୁ ୩ ରଥ ସିଂହଦ୍ୱାର ଆସିବ।

ଅନ୍ୟପକ୍ଷେ ରଥଯାତ୍ରା ପାଇଁ କାର୍ଯ୍ୟସୂଚୀ ଧାର୍ଯ୍ୟ କରାଯାଇଛି। ଶୁକ୍ରବାର ସକାଳ ୯ଟାରେ ତିନି ରଥକୁ ପ୍ରତିଷ୍ଠା କରାଯିବ। ୯ଟା ୧୫ରେ ମଙ୍ଗଳାର୍ପଣ ପରେ ୯ଟା ୩୦ରୁ ପହଣ୍ଡି ହେବ। ମଧ୍ୟାହ୍ନ ୧୨ଟା ୩୦ ସୁଦ୍ଧା ଦାରୁବିଗ୍ରହ ରଥାରୂଢ଼ ହେବେ। ୨ଟା ୩୦ରୁ ୩ଟା ୩୦ ମଧ୍ୟରେ ଗଜପତି ମହାରାଜା ଛେରାପହଁରା କରିବାକୁ ଥିବା ବେଳେ ଚାରମାଳ ଫିଟାଯାଇ ଅପରାହ୍ନ ୪ଟାରେ ରଥଟଣା ଅନୁଷ୍ଠିତ ହେବ ବୋଲି ନିଷ୍ପତ୍ତି ନିଆଯାଇଛି।

ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରୀବିଗ୍ରହମାନେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରି ଜ୍ୱରରେ ପୀଡ଼ିତ ହୋଇ ୧୫ ଦିନ ଅଣସରରେ ରହି ଗୁପ୍ତସେବା ହେବା ପରେ ଗୁରୁବାର ନେତ୍ର ଉତ୍ସବରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଅମାବାସ୍ୟା ଅବସରରେ ବୁଧବାର ଅଣସର ଘରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri