ଶାବର ଶ୍ରୀକ୍ଷେତ୍ରରେ ରଥପଥ ପ୍ରସ୍ତୁତ: ସୁରକ୍ଷାରେ ୧୪ ପ୍ଲାଟୁନ ପୋଲିସ ଫୋର୍ସ

କୋରାପୁଟ,୨୬।୬(ଅମିତାଭ ବେହେରା): ଶୁକ୍ରବାର ମହାବାହୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ପବିତ୍ର ରଥଯାତ୍ରା ନେଇ କୋରାପୁଟ ଶାବର ଶ୍ରୀକ୍ଷେତ୍ର ହୋଇ ଉଠିଛି ଚଳଚଞ୍ଚଳ। ୩ ରଥ ଏବଂ ବଡଦାଣ୍ଡ ପ୍ରସ୍ତୁତ ହୋଇ ରହିଥିବା ବେଳେ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳା ମଧ୍ୟରେ ଶେଷ କରିବା ପାଇଁ ଜିଲା ପୋଲିସ ପ୍ରଶାସନ ପକ୍ଷରୁ ୧୪ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ କରାଯାଇଛି।

ଗୁରୁବାରଠାରୁ ସହରର ବିଭିନ୍ନ ସ୍ଥାନ ଯଥା ମନ୍ଦିର, ରଥ ଖଳା, ଶ୍ରୀଗୁଣ୍ଡିଚା ମନ୍ଦିର ସହିତ ସହର ମୁଖ୍ୟ ଟ୍ରାଫିକ ଛକ, ବାଟ ମଙ୍ଗଳା ଛକ, କଳାନିକେତନ ଛକ ଉପଜିଲାପାଳ ଛକ ସମେତ ବିଭିନ୍ନ ସ୍ଥାନରେ ପୋଲିସ ଫୋର୍ସ ନିୟୋଜିତ କରାଯାଇଥିବା ନେଇ କୋରାପୁଟ ଟାଉନ ଥାନା ଅଧିକାରୀ ସତ୍ୟାନନ୍ଦ ପାତ୍ର ପ୍ରକାଶ କରିଛନ୍ତି।

ପୋଲିସ ଫୋର୍ସ ରଥଯାତ୍ରାରେ ଶାନ୍ତି ଶୃଙ୍ଖଳା ରକ୍ଷା କରିବା ସହ ଟ୍ରାଫିକ ପରିଚାଳନା, ପକେଟ ମାର, ଲୁଟେରାଙ୍କ ଉପରେ ତୀକ୍ଷଣ ଭାବେ ଦୃଷ୍ଟି ରହିବ ବୋଲି ପୋଲିସ ପ୍ରଶାସନ ପକ୍ଷରୁ କୁହାଯାଇଛି। କୋରାପୁଟ ଆରକ୍ଷୀ ଅଧିକ୍ଷକ ରୋହିତ ବର୍ମା ଗୁରୁବାର ସନ୍ଧ୍ୟାରେ ସୁରକ୍ଷା ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଗଠନ ହେଲା ଟିମ୍‌

ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଏଭିଏସନ (DGCA) ବୁଧବାର...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ବାରବାଟୀରେ ଭାରତର ବିଜୟ ଉତ୍ସବ ମଧ୍ୟରେ ଲୁଟ୍; ଦର୍ଶକଙ୍କ ମୋବାଇଲ୍, ପର୍ସ ଚୋରି

କଟକ,୧୦।୧୨: ବାରବାଟୀ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନୁଷ୍ଠିତ ଟି-୨୦ ମୁକାବିଲାରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଧୁଆଁଦାର ବ୍ୟାଟିଂ ଓ ବୋଲିଂ ବଳରେ ଭାରତ...

ୟୁଟ୍ୟୁବ ଦେଖି ଅପରେଶନ କଲେ କ୍ଲିନିକ୍ ମାଲିକ ଓ ଭଣଜା, ମହିଳା ମୃତ

ନୂଆଦିଲ୍ଲୀ,୧୦।୧୨: ଉତ୍ତର ପ୍ରଦେଶର ବାରାବାଙ୍କିରେ ଏକ ଅବୈଧ କ୍ଲିନିକ୍‌ର ମାଲିକ ଏବଂ ତାଙ୍କ ଭଣଜା ୟୁଟ୍ୟୁବ୍ ଭିଡିଓ ଦେଖି ଜଣେ ମହିଳାଙ୍କର ଅସ୍ତ୍ରୋପଚାର କରିବା ପରେ...

୫୨ ବର୍ଷରେ ବି ଚମକୁଛନ୍ତି ଐଶ୍ୱର୍ଯ୍ୟା ରାୟ ବଚ୍ଚନ

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡ୍‌ର ଜଣେ ପ୍ରତିଭାବାନ ତଥା ଗ୍ଲାମରସ ଅଭିନେତ୍ରୀ। ଯିଏ ତାଙ୍କ ସୌନ୍ଦର୍ଯ୍ୟ ସହିତ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ...

ମାଓବାଦୀଙ୍କ ଯୋଜନା ପଣ୍ଡ: ବିଏସଏଫ ପକ୍ଷରୁ କୋମ୍ବିଂ ଅପରେଶନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ

ବାଲିଗୁଡା,୧୦।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ୧୩୬ ବିଏସଏଫ ଯବାନମାନେ କୋମ୍ବିଂ ଅପରେଶନ କରୁଥିବା ବେଳେ ଏକ ବଡ଼ଧରଣର ମାଓ ହମଲା ଉଦ୍ୟମକୁ...

ପ୍ରଶାସନର ଦାଦନ ମୁକ୍ତ ନେଇ…

ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍‌ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri