ଶରଧାବାଲିରେ ୩ ରଥ

ପୁରୀ,୨୮ା୬: ସରିଲା ରଥଟଣା। ଶରଧାବାଲିରେ ପହଞ୍ଚିଛନ୍ତି  ମହାପ୍ରଭୁଙ୍କ ନନ୍ଦିଘୋଷ, ବଳଭଦ୍ରଙ୍କ ତାଳଧ୍ୱଜ ଏବଂ ସୁଭଦ୍ରାଙ୍କ ଦର୍ପଦଳନ ରଥ। ପ୍ରଥମେ ତାଳଧ୍ୱଜ ଏବଂ ଦର୍ପଦଳନ ଶରଧାବାଲିରେ ପହଞ୍ଚିବା ପରେ କାଳିଆ ସାଆନ୍ତଙ୍କ ନନ୍ଦିଘୋଷ ରଥ ପହଞ୍ଚିଥିଲା। ଦର୍ଶନ ପାଇଁ ଶରଧାବାଲିରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଭକ୍ତମାନେ ଏବେ ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପରୂପ ଦୃଶ୍ୟ ଦେଖି ବିମୋହିତ ହୋଇପଡୁଛନ୍ତି।

ଶୁକ୍ରବାର ବଡ଼ଦାଣ୍ଡରେ ନନ୍ଦିଘୋଷ ରଥ ଅଟକି ରହିଥିବାବେଳେ ଶନିବାର ସକାଳେ ଗଡ଼ିଥିଲା ମହାବାହୁଙ୍କ ରଥ। ଘଣ୍ଟ, ହୁଳହୁଳିରେ ବଡ଼ଦାଣ୍ଡ ପ୍ରକମ୍ପିତ ହୋଇପଡ଼ିଥିଲା।  ଶ୍ରୀଗୁଣ୍ଡିଚାରେ ମହାବାହୁଙ୍କ ରଥ ଅଳ୍ପ ଗଡ଼ି ଅଟକି ରହିଥିଲା। ରାତି ହୋଇଯାଇଥିବାରୁ ରଥଟଣା ବନ୍ଦ କରାଯାଇଥିଲା।

ଅନ୍ୟପଟେ ମହାବାହୁଙ୍କ ରଥ ବିଳମ୍ବରେ ଗଡ଼ିବା ନେଇ ପ୍ରତିକ୍ରିୟା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ପୂର୍ବ ବର୍ଷ ଅପେକ୍ଷା ଚଳିତବର୍ଷ ଅଧିକ ଭକ୍ତଙ୍କ ସମାଗମ ହୋଇଛି। ଯେଉଁ କାରଣରୁ କର୍ଡନ ଭିତରକୁ ଭକ୍ତମାନେ ପଶିଆସିଥିଳେ। ସେମାନଙ୍କୁ ବାହାର କରାଯିବା ପରେ ରଥ ଟଣାଗଲା।

ଶୁକ୍ରବାର ମହାପ୍ରଭୁଙ୍କ ପବିତ୍ର ଘୋଷଯାତ୍ରା ଅଘଟଣଶୂନ୍ୟ ଭାବେ ଅନୁଷ୍ଠିତ ହୋଇଛି ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ କହିଛନ୍ତି। ଶ୍ରୀଗୁଣ୍ଡିଚା ଯାତ୍ରା ସମ୍ପର୍କିତ ସମସ୍ତ ନୀତିକାନ୍ତି ଠିକଣା ସମୟରେ ସମାପନ ପାଇଁ ସମସ୍ତ ସେବକ ନିଯୋଗ, ଶ୍ରୀମନ୍ଦିର ପ୍ରଶାସନ, ଜିଲା ପ୍ରଶାସନ ଏବଂ ପୋଲିସ ପ୍ରଶାସନର ସମସ୍ତ କର୍ମଚାରୀ, ସରକାରଙ୍କ ବିଭିନ୍ନ ଅନୁଷ୍ଠାନ, ଗଣମାଧ୍ୟମ ଅନୁଷ୍ଠାନ ଏବଂ ଲକ୍ଷାଧିକ ଭକ୍ତଙ୍କୁ ମୁଖ୍ୟ ପ୍ରଶାସକ କୃତଜ୍ଞତା ତଥା ଆନ୍ତରିକ ଧନ୍ୟବାଦ ଜ୍ଞାପନ କରିଛନ୍ତି।

ଅନ୍ୟପକ୍ଷରେ ଚଳିତବର୍ଷ ରଥଟଣାରେ ବିଳମ୍ବ ହୋଇଥିବାରୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଉଦ୍‌ବେଗ ପ୍ରକାଶ କରିଛନ୍ତି। ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥଟଣାରେ ଅତ୍ୟଧିକ ବିଳମ୍ବ ହେବାରୁ ନବୀନ କ୍ଷୋଭ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଆମେ ବିଳମ୍ବ ପାଇଁ ପ୍ରଶାସନକୁ ଆଙ୍ଗୁଳି ଦେଖାଉନୁ, ଆମ ରାଜ୍ୟର ସବୁଠାରୁ ପବିତ୍ର ପର୍ବ ସମୟରେ ଏପରି ଘଟଣାକୁ ନେଇ ଚିନ୍ତିତ ଅଛୁ।

ଗତ ବର୍ଷର ଘଟଣା ମଧ୍ୟ ମନେ ପକାଇଛନ୍ତି ନବୀନ। କହିଛନ୍ତି, ଗତବର୍ଷ ଆଡ଼ପ ବିଜେ ପହଣ୍ଡି ସମୟର ଅଘଟଣ ଭୁଲିଯିବା ଆମ ପାଇଁ ବି କଷ୍ଟକର। କାଲି ସନ୍ଧ୍ୟା ୭ଟା ୪୫ ପର୍ଯ୍ୟନ୍ତ ସିଂହଦ୍ୱାରରେ ନନ୍ଦିଘୋଷ ଠିଆ ହୋଇଥିବାର ଦେଖିବାକୁ ପାଇଥିଲୁ। ଦିନ ଶେଷ ହେବା ପୂର୍ବରୁ କେବଳ କିଛି ମିଟର ଆଗକୁ ଗଡ଼ିଥିଲା ରଥ। ବିଶ୍ୱରୁ ଆସିଥିବା ଲକ୍ଷାଧିକ ଭକ୍ତଙ୍କୁ ସମ୍ପୂର୍ଣ୍ଣ ଭାବରେ ହତାଶ ତଥା ଭ୍ରମିତ କରିଛି ବୋଲି ନବୀନ କହିଛନ୍ତି। ସେ କହିଛନ୍ତି, ଭିଡ଼ ପରିଚାଳନାରେ ଅବହେଳା ଯୋଗୁ ଶହଶହ ଭକ୍ତ ଆହତ ମଧ୍ୟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

୬ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର, ଦେଖିବାକୁ ଲୋକଙ୍କ ଭିଡ଼

ଧର୍ମଶାଳା,୧୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଡମଧୁପୁର ନିକଟରୁ ଏକ ୬ଫୁଟ ଲମ୍ବର ଅଜଗର ଶୁକ୍ରବାର ଦିନ ଉଦ୍ଧାର କରାଯାଇଛି। ଗ୍ରାମରେ ଥିବା ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri