ଦିଗପହଣ୍ଡିରେ ବାସି ଗୁଣ୍ଡିଚା ଯାତ୍ରା ପରମ୍ପରା: ରଥ ଟାଣିଲେ ସହସ୍ରାଧିକ ଶ୍ରଦ୍ଧାଳୁ

ଦିଗପହଣ୍ଡି,୨୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅନେକ ବର୍ଷ ପୂର୍ବରୁ ଚାଲି ଆସିଥିବା ବାସି ଗୁଣ୍ଡିଚା ଯାତ ଅନୁଷ୍ଠିତ ହୋଇଯାଇଛି। ପରମ୍ପରା ଅନୁଯାୟୀ ଶନିବାର ଅପରାହ୍ନ ୪ଟା ୪୫ ମିନିଟରେ ରଥଟଣା ଆରମ୍ଭ ହୋଇଥିଲା। ପାଗ ଅନୁକୂଳ ରହିଥିବା ଯୋଗୁଁ ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ଗହଣରେ ପ୍ରଥମେ ଶ୍ରୀ ଜଗନ୍ନାଥଙ୍କ ବଡରଥ ଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡିବା ଆରମ୍ଭ କରିଥିଲା।ରଥର ବେଗ ଏବଂ ମୋଡ ନିୟନ୍ତ୍ରଣ କରିବା ପାଇଁ ବିଶ୍ବକର୍ମା ସେବକ ବୃନ୍ଦ ନିୟୋଜିତ ଥିବା ବେଳେ ଭିଡ ନିୟନ୍ତ୍ରଣ ତଥା ଶୃଙ୍ଖଳିତ ରଥଟଣା ସମ୍ପନ୍ନ ପାଇଁ ଦିଗପହଣ୍ଡି ପୋଲିସ, ଅଗ୍ନିଶମ ବିଭାଗ ଓ ସ୍ଥାନୀୟ ସ୍ବେଚ୍ଛାସେବୀ ଯୁବକ ଉପସ୍ଥିତ ରହି ଏଥିରେ ସହଯୋଗ କରିଥିଲେ। ସା ୬ଟା ବେଳେ ବଡରଥ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିବା ପରେ ଶ୍ରୀ ଦଧିବାମନ ଜଗନ୍ନାଥ ମହାପ୍ରଭୁଙ୍କ ବିଜେ ସାନରଥକୁ ଶ୍ରଦ୍ଧାଳୁ ମାନେ ଟାଣିବା ଆରମ୍ଭ କରିଥିଲେ।ମାତ୍ର ୪୦ ମିନିଟ ସମୟ ମଧ୍ୟରେ ସାନରଥ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚି ଯାଇଥିଲା। ରଥଟଣା ଶୃଙ୍ଖଳିତ ଭାବେ ସମ୍ପନ୍ନ ହୋଇଥିବା ଯୋଗୁ ଯାତ୍ରା ପରିଚାଳକ ଦେବୀପ୍ରସାଦ ରଥ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

ଭଟାପଲା, ବିଜାପାଟିରେ ଧାନ କିଣା ଆରମ୍ଭ: ପ୍ରଥମ ଦିନରେ ୧୩ ଚାଷୀଙ୍କ ଉଠିଲା ଧାନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ରବିବାର ବୋରପଦର ପଞ୍ଚାୟତର ଭଟାପଲାଠାରେ ଧାନ ମଣ୍ଡି...

ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri