ରଥଯାତ୍ରା ଦଳାଚକଟା: ପ୍ରତି ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ସରକାର

ଭୁବନେଶ୍ୱର,୨୯ା୬: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଦେଖିବାକୁ ଶରଧାବାଲିରେ ମହାପ୍ରଭୁଙ୍କ ଦିବ୍ୟଦର୍ଶନ ପାଇଁ ଲକ୍ଷ ଲକ୍ଷ ଭକ୍ତ ଅତ୍ୟନ୍ତ ଆଗ୍ରହ ଓ ଉତ୍କଣ୍ଠାର ସହ ଆସିଥାନ୍ତି। ସେହି ଉତ୍କଣ୍ଠା ଜନିତ ବ୍ୟଗ୍ରତା ଓ ଭିଡ଼ କାରଣରୁ ୩ ଭକ୍ତଙ୍କ ମୃତ୍ୟୁ ଘଟିଛି। ଏ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅତ୍ୟନ୍ତ ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏ ଘଟଣାରେ ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି।

ପରଲୋକଗତ ଭକ୍ତମାନଙ୍କ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହିତ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି।

ଏହି ଘଟଣାର ସମ୍ପୂର୍ଣ୍ଣ ପ୍ରଶାସନିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏହି ତଦନ୍ତ କରାଯିବ। ଏହା ସହିତ ପୁରୀ ଜିଲାପାଳ ଓ ଏସ୍‌ପିଙ୍କୁ ମଧ୍ୟ ବଦଳି କରାଯାଇଛି। ନୂତନ ଜିଲାପାଳ ଭାବେ ଚଞ୍ଚଲ ରାଣାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ନୂତନ ଏସ୍‌ପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ୱ ଦିଆଯାଇଛି। ଏହା ସହିତ DCP ବିଷ୍ଣୁ ପତି ଓ କମାଣ୍ଡାଣ୍ଟ ଅଜୟ ପାଢ଼ୀଙ୍କୁ ଦାୟିତ୍ୱରେ ଅବହେଳା ଅଭିଯୋଗ ପାଇଁ ନିଲମ୍ବିତ କରାଯାଇଛି।

ମହାପ୍ରଭୁଙ୍କ ରଥଯାତ୍ରା ଆମ ଓଡ଼ିଆ ଜାତିର ଗର୍ବ ଓ ଗୌରବ। ଏଥିରେ ସାମାନ୍ୟ ଅବହେଳା ବରଦାସ୍ତ କରାଯିବ ନାହିଁ। ସମସ୍ତ ଦାୟୀ ବ୍ୟକ୍ତିଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri