ପୁରୀରେ ଦଳାଚକଟା ମୃତ୍ୟୁ: ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣୀ ସ୍ଥଗିତ

ଭୁବନେଶ୍ୱର,୨୯।୬: ପୁରୀରେ ରଥଟଣା ପରେ ଶନିବାର ବିଳମ୍ବିତ ରାତିରେ ଦଳାଚକଟା ଘଟଣାକୁ ନେଇ ସରକାର ଅଡୁଆ ପରିସ୍ଥିତିରେ ପଡିଥିଲା ବେଳେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆୟୋଜିତ ହେବାକୁ ଥିବା ଜନଶୁଣାଣୀ ଶିବିର ସ୍ଥଗିତ ରଖାଯାଇଛି।

ରାଜ୍ୟ ସରକାରଙ୍କ ପକ୍ଷରୁ ଜନସାଧାରଣଙ୍କୁ ସୂଚନା ଦିଆଯାଇଛି ଯେ, ଆସନ୍ତା ୩୦ ଜୁନ ୨୦୨୫ (ସୋମବାର) ଦିନ ଭୁବନେଶ୍ୱରର ୟୁନିଟ-୨, ଅଶୋକନଗରସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟ) ଠାରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ହେବାକୁ ଥିବା ଜନଶୁଣାଣୀ ଶିବିର ଅନିବାର୍ଯ୍ୟ କାରଣ ହେତୁ ସ୍ଥଗିତ ରହିଛି।

ଏହି ଜନଶୁଣାଣୀ ପାଇଁ ଅନଲାଇନରେ ପଞ୍ଜିକରଣ କରିଥିବା ଜନସାଧାରଣଙ୍କ ଅଭିଯୋଗଗୁଡିକ ପରବର୍ତ୍ତୀ ଜନଶୁଣାଣୀ ଶିବିରରେ ଗ୍ରହଣ କରାଯିବ। ପରବର୍ତ୍ତୀ ଶୁଣାଣୀର ତାରିଖ ଓ ସମୟ ସମ୍ପର୍କିତ ସୂଚନା ପରେ ଜଣାଇ ଦିଆଯିବ।

ଏହି ସୂଚନା ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ଦ୍ୱାରା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

ଚାନ୍ଦବାଲି ଲଜ୍ଜା: ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଏନେଇ ଉତ୍ତେଜନା ଦେଖାଯାଇଥିବା...

କୋଟିଆକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ପ୍ରବେଶ କଲେ….

ଭୁବନେଶ୍ୱର,୨୪।୧୨: କୋଟିଆକୁ ପ୍ରବେଶ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ବୟାନ ଦେଇଛନ୍ତି । ଯଦି ଆନ୍ଧ୍ର ଅଧିକାରୀ ଓଡ଼ିଶାରେ ପ୍ରବେଶ କରନ୍ତି ତାହେଲେ...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ଜାନୁଆରୀ ୧ ନୁହେଁ ଗାଡ଼ିର ବୈଧ କାଗଜପତ୍ର ଅବଧି…

ଭୁବନେଶ୍ୱର,୨୪।୧୨:  ଗାଡ଼ି ଚାଳକଙ୍କୁ ବଡ଼ ଆଶ୍ବସ୍ତି ଦେଲେ ପରିବହନ ମନ୍ତ୍ରୀ ବିଭୂତି ଜେନା । ମାସେ ସମୟ ଦେଲେ ସରକାର । ଏଣିକି ଗାଡ଼ିର ବୈଧ...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri