ଗଞ୍ଜାମରେ ଚାଞ୍ଚଲ୍ୟ: ଅପହରଣର ମାସେ ପରେ ମିଳିଲା ଛାତ୍ରୀଙ୍କ କଙ୍କାଳ

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାନ୍ତ ଚକାପାଦ ଥାନା ଅଧୀନ ଗସମା ଜଙ୍ଗଲରୁ ରବିବାର ଜଣେ ସପ୍ତମ ଶ୍ରେଣୀ ନାବାଳିକା ଛାତ୍ରୀଙ୍କ କଙ୍କାଳ ରବିବାର ଉଦ୍ଧାର ହୋଇଛି। ମୃତ ଛାତ୍ରୀ ଜଣକ ଭଞ୍ଜନଗର ଥାନା ଅନ୍ତର୍ଗତ ଦଦରାଲୁଣ୍ଡା ପଞ୍ଚାୟତର। ଖବରପାଇ ଭଞ୍ଜନଗର ଏସଡିପିଓ ସୁଜିତ୍‌ ନାୟକ, ଥାନା ଅଧିକାରୀ ଜୀବନାନନ୍ଦ ଜେନା, ଚକାପାଦ ଥାନା ଅଧିକାରୀ ପ୍ରମୁଖ ଘଟଣା ସ୍ଥଳରେ ପହଞ୍ଚି କଙ୍କାଳ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ମେଡିକାଲ ପଠାଇଛନ୍ତି । ଏହି ଘଟଣା ଲୋକ ଲୋଚନକୁ ଆସିବା ପରେ ସମ୍ପୂକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।

ନାବାଳିକାଙ୍କ ବାପା ଗଣମାଧ୍ୟମକୁ କହିଛନ୍ତି ଯେ, ଝିଅକୁ ଜୋର ଜବରଦସ୍ତ ଅପହରଣ କରି ଯୋଜନା ମୁତାବକ ହତ୍ୟା କରି ମୃତଦେହକୁ ଜଙ୍ଗଲରେ ଝୁଲାଇ ଦିଆଯାଇଛି। ତେଣୁ ସେ ଚକାପାଦ ଥାନାରେ ଘଟଣା ସମ୍ପର୍କରେ ଅଭିଯୋଗ କରିଛନ୍ତି।

ଘଟଣାରୁ ପ୍ରକାଶ ଯେ, ନାବାଳିକାଙ୍କୁ ଜଣେ ଯୁବକ ମାସେ ତଳେ ଅପହରଣ ନେଇଯାଇଥିଲେ। ନାବାଳିକାଙ୍କ ପିତା ବାହାରେ ରହୁଥିବାରୁ ଏନେଇ ଥାନାରେ କୌଣସି ତତକାଳ ଅଭିଯୋଗ କରିପାରି ନ ଥିଲେ। ଶନିବାର ନାବାଳିକାଙ୍କ ବାପା ଗ୍ରାମରେ ପହଞ୍ଚିବା ପରେ ଭଞ୍ଜନଗର ଥାନାରେ ଘଟଣା ସମ୍ପର୍କରେ ଅଭିଯୋଗ କରିଥିଲେ।

ହେଲେ ରବିବାର ଝିଅର କଙ୍କାଳ ଜଙ୍ଗଲରେ ପଡିଥିବା ଦେଖି ଭଞ୍ଜନଗର ପୋଲିସକୁ ସୂଚନା ଦେଇଥିଲେ। ଖବର ପାଇ ପୋଲିସ ପହଞ୍ଚି କଙ୍କାଳ, ନାବାଳିକାଙ୍କ ଜୋତା ସହ ଅନ୍ୟାନ୍ୟ ଆନୁସଙ୍ଗିକ ସାମଗ୍ରୀ ଜବତ କରିଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ନାବାଳିକାଙ୍କ ମୃତ୍ୟୁର ସିଠିକ୍‌ କାରଣ ଜଣାପଡିବ। ପରେ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ଭଞ୍ଜନଗର ଏସ୍‌ଡିପିଓ ନାୟକ ଗଣମାଧ୍ୟମକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri