ଗୋଚର-ଜଳଚର ଜମି ଉଚ୍ଛେଦ ପାଇଁ ଗାଈଗୋରୁ ରଖି ଗଣଧାରଣା: ଜିଲାପାଳଙ୍କ ନିକଟରେ ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କସୃପଡା ଗ୍ରାମ ପଞ୍ଚାୟତସ୍ଥିତ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ଗୋଚର ଓ ଜଳଚର ଜମି ଉଚ୍ଛେଦ ପାଇଁ ଚାଷୀମାନେ ଗାଈଗୋରୁ ରଖି ସୋମବାର ସକାଳ ୮ଟାରୁ ଅନିର୍ଦ୍ଦିଷ୍ଟ କାଳ ଯାଏ ଗଣଧାରଣା ଦେଇଛନ୍ତି। ଏହି ଗ୍ରାମ ପଞ୍ଚାୟତର ସୁକୁନାଭଟା ଗ୍ରାମର ଲଳିତ ଭୋଇ, ଗିରିଧାରୀ ମାଝୀ, ସୁନିଲ ଭୋଇ, ଡମ୍ବରୁ ଧର ନାଗ, ଶ୍ୟାମ ସୁନ୍ଦର ଭୋଇଙ୍କ ସମେତ ୩୦ ଜଣ ଚାଷୀଙ୍କ ପାୟ ଦେଢ଼ ଶହରୁ ଉଦ୍ଧର୍‌ବ ଗାଈଗୋରୁଙ୍କୁ ଚରାଇବାରେ ଘୋର ଅସୁବିଧା ହେଉଥିଲା। ବର୍ତ୍ତମାନ ସମଗ୍ର ଅଞ୍ଚଳରେ ଲଗାଣ ମୌସୁମୀ ବର୍ଷା ହେଉଛି।

ଗାଈଗୋରୁ ଚାରିବା ପାଇଁ ଜାଗା ନ ଥିବାରୁ ଚାଷୀମାନେ ଜିଲାପାଳ, କେସିଙ୍ଗା ତହସିଲଦାରଙ୍କୁ ଲିଖିତ ଅଭିଯୋଗ କରିଥିଲେ। ଜିଲାପାଳ ନିର୍ଦ୍ଦେଶକ୍ରମେ ଗତ ୪ ମାସ ତଳେ କେସିଙ୍ଗା ତହସିଲଦାରଙ୍କ ଆଦେଶ ମତେ ସୁକୁନାଭଟା ଗ୍ରାମରେ ରାଜସ୍ବ ନିରୀକ୍ଷକଙ୍କୁ ପଠାଇ ଡିମାର କେସନ କରି ୫୨.୩୩ ଏକ ଗୋଚର ଓ ୪୦ ଏକର ଜଳଚର ଜମି ଚିହ୍ନଟ କରି ଜବର ଦଖଲକାରୀଙ୍କଠାରୁ ଉଚ୍ଛେଦ କରି ଗ୍ରାମବାସୀଙ୍କୁ ଗାଈଗୋରୁ ଚରାଇବା ପାଇଁ ନିର୍ଦ୍ଦେଶ ଦେଇଥିଲେ।
ଯଦି ପ୍ରଶାସନିକଙ୍କ ଆଦେଶ କୁଜବର ଦଖଲକାରୀମାନେ ଅବମାନନା କରୁଛନ୍ତି। ତେବେ ଆସନ୍ତା ନଭେମ୍ବର ଓ ଡିସେମ୍ବର ମାସରେ ଯେଉଁମାନେ ଜବରଦଖଲ କରି ଚାଷ କରୁଥିବେ। ସେମାନଙ୍କ ନାମରେ ନୋଟିସ ଦେଇ କେସ କରାଯିବ ବୋଲି ପୂର୍ବତନ ରାଜସ୍ବ ନିରୀକ୍ଷକ ଡିଙ୍ଗର ପୁଟେଲ ପ୍ରକାଶ କରିଥିଲେ। ଏ ସଂକ୍ରାନ୍ତରେ ନୂତନ ଭାବେ ଯୋଗଦେଇଥିଲା କସୃପଡା ରାଜସ୍ବ ନିରୀକ୍ଷକ କୌଶଲ୍ୟା ବାଗଙ୍କୁ ପଚାରିବାରୁ ମୁଁ ନୂତନ ଭାବେ ଯୋଗଦେଇଛି କିଛି ଜାଣି ନାହିଁ। ତହସିଲଦାର ସହ ଆଲୋଚନାକରି କାର୍ଯ୍ୟାନୁଷ୍ଠାନ ନେବାପାଇଁ ପଦକ୍ଷେପ ନିଆଯିବ ବୋଲି ପ୍ରକାଶ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ

ଯାଜପୁର,୨୩।୧୨: ଓଡିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ଜୟ ମହାକାଳ ଫାଉଣ୍ଡେସନ” ପକ୍ଷରୁ “ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲ୍ଲା ଯାଜପୁର...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri