ଶିମିଳିପାଳରେ ଭୂସ୍ଖଳନ: ଯୋଗାଯୋଗ ବିଚ୍ଛିନ୍ନ

ବାରିପଦା,୧ା୭(ନୀଳାଦ୍ରି ବିହାରୀ ଦଣ୍ଡାପାଟ): ଲଘୁଚାପଜନିତ ପ୍ରବଳ ବର୍ଷା ଯୋଗୁ ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ମଧ୍ୟରେ ଭୂସ୍ଖଳନ ହୋଇଛି। ଫଳରେ ୩ ପଞ୍ଚାୟତ ଗୁଡ଼ୁଗୁଡ଼ିଆ, ଅସ୍ତକୁଅଁର ଓ ବରେହିପାଣିକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି।

ଅଭୟାରଣ୍ୟ ମଧ୍ୟରେ ଥିବା ମୁଖ୍ୟ ରାସ୍ତାର ଗୁଡୁଗୁଡ଼ିଆ ଓ କାଳିକାପ୍ରସାଦ ଅଞ୍ଚଳକୁ ଚାରିଚକିଆ ଯାନବାହନ ଚଳାଚଳକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି। କେବଳ ଦୁଇଚକିଆ ଯାନକୁ ଯାତାୟାତ ପାଇଁ ଅନୁମତି ଦିଆଯାଇଛି। ସେହିପରି ଜରୁରିକାଳୀନ ସେବା ଯୋଗାଉଥିବା ଆମ୍ବୁଲାନ୍ସ, ଦମକଳବାହିନୀ ଓ ରାତ୍ରିଯାପନ କରିଥିବା ପର୍ଯ୍ୟଟକମାନଙ୍କୁ ଚହଲା ରାସ୍ତା ଦେଇ ଯଶୀପୁର ପଟେ ଫେରିବାକୁ
ନିର୍ଦ୍ଦେଶ ଦିଆଯାଇଛି।

ଜଙ୍ଗଲ, ପରିବେଶ ବିଭାଗ ମନ୍ତ୍ରୀ ଇଂ. ଗଣେଶ ରାମସିଂ ଖୁଣ୍ଟିିଆ ଓ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନର ଉପନିର୍ଦ୍ଦେଶକ ସାଇ କିରଣ ଘଟଣାସ୍ଥଳକୁ ଯାଇ ସ୍ଥିତି ସମୀକ୍ଷା କରିଛନ୍ତି। ଖୁବ୍‌ଶୀଘ୍ର ମରାମତି କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଗତ ୧୨ଘଣ୍ଟା ମଧ୍ୟରେ ଶିମିଳିପାଳର ବିଭିନ୍ନ ସ୍ଥାନରେ ରେକର୍ଡ ହୋଇଥିବା ମୋଟ ବର୍ଷାର ପରିମାଣ ୪୩୨.୬୦ମିମି ଥିବା ବେଳେ ଏହା ହାରାହାରି ଭାବେ ୨୪.୦୩ମିମି ରେକର୍ଡ କରାଯାଇଛି। ବର୍ଷା ଛାଡିବା ପରେ ରାସ୍ତାର ମରାମତି କରାଯାଇ ଯାତାୟାତ ସ୍ବାଭାବିକ କରାଯିବ ବୋଲି ଆଞ୍ଚଳିକ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ତଥା ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ଡ. ପ୍ରକାଶ ଚାନ୍ଦ ଗୋଗିନେନୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରବିବାର ଭୂଲରେ ବି କାଟନ୍ତୁନି ଚୁଟି କି କରନ୍ତୁନି ଟ୍ରିପ୍‌ ପ୍ଲାନିଂ, ନଚେତ ଜୀବନ ହୋଇଯିବ ନର୍କ!

ହିନ୍ଦୁ ଧର୍ମରେ ପ୍ରତ୍ୟେକ ଦିନ କୌଣସି ନା କୌଣସି ଦେବତାଙ୍କୁ ସମର୍ପିତ। ରବିବାର ଭଗବାନ ସୂର୍ଯ୍ୟଙ୍କୁ ସମର୍ପିତ। ଆଜି ରବିବାର। ଏହି ଦିନ ସୂର୍ଯ୍ୟଙ୍କୁ ପ୍ରାର୍ଥନା...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ମକର ସଂକ୍ରାନ୍ତି ପୂର୍ୱରୁ ବଡ଼ ଚାକିରି ପାଇବେ ୩ରାଶି, ଶୁକ୍ରଙ୍କ ଗୋଚରରେ ମକର ରାଶିରେ ବଢିଚାଲିବ ସମ୍ପତ୍ତି!

ଶୁକ୍ରକୁ ପ୍ରେମ, ସୌନ୍ଦର୍ଯ୍ୟ, ଆକର୍ଷଣ, ବିଳାସ, ଟଙ୍କା ଏବଂ ଆନନ୍ଦର ଗ୍ରହ ଭାବରେ ବିବେଚନା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ, ଶୁକ୍ରର ଗୋଚରକୁ ସାଧାରଣତଃ ଶୁଭ ଏବଂ...

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri