BMC କମିଶନରଙ୍କୁ ମାଡ଼ ଘଟଣା: କହୁ କହୁ ସତ ଓଗାଳି ପକାଇଲେ ଜଗନ୍ନାଥ ମୋତେ କରିଥିଲେ, ଜଣାପଡ଼ିଗଲା ଅସଲକଥା….

ଭୁବନେଶ୍ୱର,୧।୭: ଭୁବନେଶ୍ୱର ମହାନଗର ନିଗମ (BMC)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଅଫିସ ଭିତରେ ଆକ୍ରମଣ ଘଟଣାକୁ ନେଇ ମୁହଁ ଖୋଲିରେ ଜଗନ୍ନାଥ ପ୍ରଧାନ। କହୁକହୁ କହିଦେଲେ  ସବୁ ସତ କଥା।  ମୋତେ BMC ଅତିରିକ୍ତ କମିଶନର ରତ୍ନାକର ଖରାପ ବ୍ୟବହାର କରିଥିଲେ ବୋଲି ଜଗନ୍ନାଥ କହିଛନ୍ତି। ଜଣେ ସ୍ବଚ୍ଛ ସାଥୀ ଭଉଣୀଙ୍କୁ ଦୁର୍ବ୍ୟବହାର ନେଇ ଫୋନ କରିଥିଲି। ମୋତେ ତମେ କିଏ, କାହିଁକି ପଚାରୁଛ କହି ବ୍ୟବହାର ଖରାପ କରିଥିଲେ। ସେଥିପାଇଁ ସୋସିଆଲ ମିଡିଆରେ ଗୋଟିଏ ହାତରେ ତାଳି ବାଜେନି ଲେଖିଥିଲି। ୩୪ ନଂ ୱାର୍ଡ ସ୍ବଚ୍ଛ ସାଥୀ ଭଉଣୀଙ୍କ ଜାତିକୁ ନେଇ ଆକ୍ଷେପ କରିଥିଲେ। କାହିଁକି ଭାଜପା ରାଲିକୁ ଯାଉଛ କହି ତାଗିଦ ମଧ୍ୟ କରିଥିଲେ। ସ୍ବଚ୍ଛ ସାଥୀ ଭଉଣୀ ଜଣଙ୍କ ଖାରବେଳନଗର ଥାନାରେ ଏତଲା ମଧ୍ୟ କରିଛନ୍ତି।

ଘଟଣାକୁ ନେଇ ଜଗନ୍ନାଥ ସୋମବାର ପ୍ରତିକ୍ରିୟା ରଖିଥିଲେ। ଏହି ଘଟଣା ନିନ୍ଦନୀୟ ବୋଲି କହି ସେ ଏହାକୁ ଢାଙ୍କିବାକୁ କେହି ଚେଷ୍ଟା କରିବେ ନାହିଁ ବୋଲି ଦାବି କରିଛନ୍ତି। ରିପୋର୍ଟ ଅନୁସାରେ, ଅଭିଯୁକ୍ତ ଯୁବକମାନେ ରତ୍ନାକର ସାହୁଙ୍କୁ ‘ଜଗା ଭାଇଙ୍କ ସହ କଥା ହୋଇଛି କି?’ ବୋଲି ପଚାରି ଆକ୍ରମଣ କରିଥିଲେ। ଏହି ଅଭିଯୁକ୍ତମାନେ ଜଗନ୍ନାଥ ପ୍ରଧାନଙ୍କ ସମର୍ଥକ ବୋଲି ଅଭିଯୋଗ ହୋଇଛି। ଏ ସମ୍ପର୍କରେ ପ୍ରଧାନ କହିଛନ୍ତି, ମୁଁ ଅଭିଯୁକ୍ତଙ୍କ ମଧ୍ୟରୁ ଜଣେ କିମ୍ବା ଦୁଇଜଣଙ୍କୁ ଚିହ୍ନେ। ମୁଁ ସେମାନଙ୍କ ସହ କଥା ହୋଇଛି। ଏହା ଏକ ନିନ୍ଦନୀୟ ଘଟଣା।

ଅଭିଯୁକ୍ତମାନଙ୍କୁ ‘ତାଙ୍କ ପିଲା’ ବୋଲି ପଚରା ଯିବାରୁ ପ୍ରଧାନ କହିଛନ୍ତି, ଭାଜପା ସରକାର ଜନତାର ସରକାର। ଅତିରିକ୍ତ କମିଶନର ମଧ୍ୟ ଆମର। କାହାକୁ ‘ମୋ ପିଲା’ କୁହାଯିବ ନାହିଁ, ସେମାନଙ୍କୁ ଦୋଷୀ ମାନିବାକୁ ପଡ଼ିବ। ସେ ଆହୁରି କହିଛନ୍ତି, ଭାଜପା ଆମର ପରିବାର, ଏହା ଜନତାର ସରକାର। ମୁଁ ପୁଲିସ ସହ କଥା ହୋଇଛି, ସେମାନେ କାର୍ଯ୍ୟାନୁଷ୍ଠାନ ନେବେ।

ଘଟଣାର କାରଣ ସମ୍ପର୍କରେ ପଚରାଯିବାରୁ ପ୍ରଧାନ କହିଛନ୍ତି, ଏହା ଖା ଭୁଞ୍ଜ ଗିଳି କୁ ନେଇ ଏମିତି ଘଟିଛି ବୋଲି ଜଗନ୍ନାଥ କହିଛନ୍ତି। ଏହା ପୁନରାବୃତ୍ତି ନହେବ ବୋଲି ପଚରାଯିବାରୁ ସେ କହିଛନ୍ତି, ଭବିଷ୍ୟତରେ କ’ଣ ହେବ ତାହା କହି ହେବ ନାହିଁ। ସବୁକିଛିର ଗ୍ୟାରେଣ୍ଟି ଦିଆଯାଇ ପାରିବ ନାହିଁ। ସେ ବିଜେଡିକୁ ଟାର୍ଗେଟ କରି କହିଛନ୍ତି, ବିଜେଡିର ଇତିହାସ ସମସ୍ତେ ଜାଣନ୍ତି। ସେମାନେ ଏବେ ନୂଆ ମଜାକ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri