ବନ ମହୋତ୍ସବ: ଭ୍ରାମ୍ୟମାଣ ଚାରା ବିତରଣ ରଥ….

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର) ରାଜ୍ୟ ସରକାରଙ୍କ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ୭୬ ତମ ବନ ମହୋତ୍ସବ ଅବସରରେ ମଙ୍ଗଳବାର ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟ ପରିସରରେ ଅସ୍ଥାୟୀ ଚାରା ବଣ୍ଟନ କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଫରେଷ୍ଟର ସନ୍ତୋଷ କୁମାର ବିଷୋୟୀ ରତ୍ନଙ୍କ ସଂଯୋଜନାରେ ଆୟୋଜିତ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ରେଞ୍ଜର ଦିବ୍ୟ ରଞ୍ଜନ ସାହୁ ଅତିଥିଭାବେ ଯୋଗଦେଇ ଚାରା ବଣ୍ଟନ କେନ୍ଦ୍ରକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ। ପରେ ସେ ଜଣେ ଚାଷୀଙ୍କୁ ୧ ଟଙ୍କା ବିନିମୟରେ ବୃକ୍ଷ ଚାରା ପ୍ରଦାନ କରିଥିଲେ।
ସେହିପରି ଭ୍ରାମ୍ୟମାଣ ଚାରା ବିକ୍ରୟ ରଥକୁ ରେଞ୍ଜର ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ରଥଟି ଆଙ୍କୋରଡା , ଅନଙ୍ଗପୁର, କୁଶପଡା , ପତାଣ୍ଡ ଗ୍ରାମ ପରିଭ୍ରମଣ କରି ବନ କର୍ମଚାରୀଙ୍କ ଉପସ୍ଥିତିରେ ଲୋକଙ୍କୁ ଚାରା ପ୍ରତି ୧ ଟଙ୍କା ମୂଲ୍ୟରେ ୨ ଶହରୁ ଊଦ୍ଧର୍‌ବ ଚାରା ପ୍ରଦାନ କରାଯାଇଥିଲା ।
ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ଚଳିତବର୍ଷ ୨ ଲକ୍ଷରୁ ଊଦ୍ଧର୍‌ବ ଚାରା ବିଭିନ୍ନ ନର୍ସରୀରେ ପ୍ରସ୍ତୁତ କରାଯାଇ ଲୋକଙ୍କୁ ବଣ୍ଟନ କରାଯିବା ପାଇଁ ଲକ୍ଷ୍ୟ ରଖାଯାଇଥିବା ରେଞ୍ଜର କହିଛନ୍ତି। ବର୍ଷା ଋତୁରେ ସ୍ଥାନୀୟ ଅଞ୍ଚଳ ମାନଙ୍କରେ ଆଗାମୀ ଦିନରେ ଅଧିକରୁ ଅଧିକ ଚାରା ରୋପଣ କରି ସବୁଜ ପରିବେଶ ସହ ସୁସ୍ଥ ଜୀବନ ଗଢିବା ପାଇଁ ଚାରା ରୋପଣର ଆବଶ୍ୟକତା ରହିଛି ବୋଲି ବନବିଭାଗ ପକ୍ଷରୁ ଉପସ୍ଥିତ ଜନସାଧାରଣଙ୍କୁ ସଚେତନ କରାଯାଇଥିଲା । କାର୍ଯ୍ୟକ୍ରମ ପରିଚାଳନା ରେ ସମସ୍ତ ବନ କର୍ମଚାରୀ ସହଯୋଗ କରିଥିଲେ ।

Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri