ରାତି ଅଧରେ ଔଷଧ ଦୋକାନରେ ଭଙ୍ଗାରୁଜା, ଉଲଗ୍ନ ହୋଇ ନିଆଁ ଲଗାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧ା୭(ରତନ ଦାଶ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ବଡଗୁମା ବଜାର ଅଞ୍ଚଳରେ ଥିବା ଏକ ଔଷଧ ଦୋକାନରେ ସୋମବାର ରାତି ଗୋଟାଏ ସମୟରେ ଜଣେ ଦୁର୍ବୃତ୍ତ ଭଙ୍ଗାରୁଜା କରିବା ସହିତ ଉଲଗ୍ନ ହୋଇ ନିଆଁ ଲଗାଇ ବାଇକ୍‌ ଜାଳି ଦେଇଛନ୍ତି। ଏହି ଘଟଣାର ଦୃଶ୍ୟ ଦୃଶ୍ୟ ସିସିଟିଭି ଫୁଟେଜରେ ଦେଖିବାକୁ ମିଳିଛି। ସୂଚନା ମୁତାବକ ସପନ କୁମାର ସାନ୍ତରାଙ୍କ ବଡଗୁମା ବଜାରଠାରେ ଥିବା ଔଷଧ ଦୋକାନରେ ସୋମବାର ରାତି ଗୋଟାଏ ବେଳେ ଜଣେ ବ୍ୟକ୍ତି ମୁଣ୍ଡରେ ହେଲମେଟ ପିନ୍ଧି ଭଙ୍ଗାରୁଜା କରିବା ଆରମ୍ଭ କରିଦେଇଥିଲେ। ଦୋକାନର ସାଇନବୋର୍ଡ , ବାରଣ୍ଡାରେ ଥିବା ଚେୟାର ଟେବୁଲ ଆଦି ଉପକରଣକୁ ଏକ ଠେଙ୍ଗା ସାହାଯ୍ୟରେ ବାଡ଼େଇ ଭାଙ୍ଗି ପକାଇଥିଲେ।
 ଏହାପରେ କିଛି ସମୟ ପାଇଁ ସେ ଘଟଣାସ୍ଥଳରୁ ଚାଲିଯାଇଥିଲେ। ହେଲେ ଏତିକିରେ ତାଙ୍କ ରାଗ ଶାନ୍ତ ହୋଇ ନ ଥିଲା। କିଛି ସମୟ ପରେ ସେ ପୁଣି ଫେରି ଆସିଥିଲେ। ହେଲେ ଏଥର ସମ୍ପୂର୍ଣ୍ଣ ଉଲଗ୍ନ ଶରୀରରେ ଆସିଥିବା ବେଳେ ମୁଣ୍ଡରେ ହେଲମେଟ ବଦଳରେ ଏକ ଗାମୁଛାରେ ସମ୍ପୂର୍ଣ୍ଣ ମୁଖମଣ୍ଡଳକୁ ଢାଙ୍କିହୋଇ ଏକ ନିଆଁହୁଳା ଧରି ପହଞ୍ଚିଲେ ଦୋକାନ ନିକଟରେ। ପୂର୍ବରୁ ଭଙ୍ଗାରୁଜା କରି ଛାଡ଼ି ଯାଇଥିବା ଚେୟାର, ଟେବୁଲ, ସାଇନବୋର୍ଡ ସହ ବାରଣ୍ଡାରେ ଥିବା ବାଇକରେ ନିଆଁ ଲଗାଇ ଦେଇଥିଲେ। ସମସ୍ତ ଘଟଣା ସିସିଟିଭିରେ ରେକର୍ଡ ହୋଇଥିବା ବେଳେ ଖବରପାଇ ପୋଲିସ ଟିମ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri