ପ୍ରବଳ ବର୍ଷାରେ ୩୨୬ ଜାତୀୟ ରାଜପଥ ଉପରେ ୪ ଫୁଟର ପାଣି: ୪ ଘଣ୍ଟା ଅଟକିଲା ଆମ୍ବୁଲାନ୍ସ, ଭାରିଯାନ

କୋରାପୁଟ,୧ା୭(ଅମିତାଭ ବେହେରା)-କୋରାପୁଟ ଜିଲାରେ ଲଘୁଚାପ ଜନିତ ବର୍ଷା ଲାଗି ରହିଥିବାରୁ କୋରାପୁଟରୁ ରାୟଗଡ଼ା ୩୨୬ନଂ ଜାତୀୟ ରାଜପଥର ବଙ୍ଗଳାଗୁଡା ନିକଟ ଅସ୍ଥାୟୀ ପୋଲ ଉପରେ ୪ ଫୁଟର ବନ୍ୟା ଜଳ ପ୍ରବାହିତ ହୋଇ ରାସ୍ତା ଅବରୋଧ ହୋଇଥିଲା। ଏହାଦ୍ୱାରା ୪ ଘଣ୍ଟା ଆମ୍ବୁଲାନ୍ସ ଓ ଅନ୍ୟ ଭାରି ଯାନ ରାସ୍ତାର ଉଭୟ ପାର୍ଶ୍ୱରେ ଅଟକି ରହିଥିଲା। ୨୦୨୨ରେ ଏହି ରାସ୍ତାରେ ପୋଲ ଭାଙ୍ଗିଯିବାରୁ ଜାତୀୟ ରାଜପଥ ବିଭାଗ ଦ୍ୱାରା ଏକ ଅସ୍ଥାୟୀ ବ୍ରିଜ୍‌ ନିର୍ମାଣ କରାଯାଇଥିଲା। ଏହି ରାସ୍ତାରେ ସମସ୍ତ ଗାଡ଼ି ଯାତାୟାତ କରୁଥିଲେ। କିନ୍ତୁ ଏହି ନୂତନ ପୋଲ କାମ ୧ ବର୍ଷ ହେବ ଆରମ୍ଭ ହୋଇ ବର୍ତ୍ତମାନ ସୁଦ୍ଧା ଶେଷ ହୋଇପାରୁନାହିଁ। ଲୋକେ ସମସ୍ୟାର ସମ୍ମୁଖୀନ ହେଉଥିବା ଦେଖାଦେଇଛି। ଅତି ମନ୍ଥର ଗତିରେ କାମ ଚାଲୁଥିବା ଅଭିଯୋଗ ହୋଇଛି। ବର୍ଷା ଅନେକ ଗାଡ଼ି ପୋଡ଼ାଗଡ ଦେଇ ଭାୟା ଏ ମାଲକାନଗିରି ଦେଇ ଯାତାୟାତ କରୁଥିବା ବେଳେ ଅନ୍ୟ ପାଶର୍‌ବର ଗାଡ଼ି ବାଗ୍ରା ଭାୟା ଏ ମାଲକାନଗିରି ଦେଇ ପୋଡ଼ାଗଡ ବାହାରୁଥିବା ଦେଖାଦେଇଛି। ଏହି ପରିସ୍ଥିତିକୁ ଦେଖି ଯାତ୍ରୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଜାତୀୟ ରାଜପଥ ବିଭାଗର ଉଦାସିନତାରୁ ପୋଲ ନିର୍ମାଣ କାମ ଶେଷ ହେଉ ନ ଥିବା ଲୋକେ କହିଛନ୍ତି। ଆଗକୁ ଅଧିକ ବର୍ଷା ରହିଥିବାରୁ ଲୋକେ ଯିବା ଆସିବାରେ ଅନେକ ସମସ୍ୟା ସମ୍ମୁଖୀନ ଉପୁଜିବା ଆଶଙ୍କା କରିଛନ୍ତି। ଖବର ଲେଖା ହେବା ସୁଦ୍ଧା ପୋଲ ଉପରୁ ଜଳସ୍ତର ସାମାନ୍ୟ କମିବାରୁ ଯାତାୟାତ ସ୍ବାଭାବିକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

ଅଭିନବ ଉପାୟରେ ଠକେଇ, ଫୋନ୍‌ପେରେ ଡେମୋ ଦେଖାଇଲେ…

ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...

୭୬ ଏକର ଜାଗାରୁ ଗଞ୍ଜେଇ ଗଛ ନଷ୍ଟ

ଖଜୁରୀପଡ଼ା,୧୬ା୧୨(ବିଦୁର ବେହେରା): ବାରିକୁମ୍ପା, ସୁଡୁଲି, ଖମାର ଏବଂ ବାରିହାଗୁଡା ଜଙ୍ଗଲରେ ମଙ୍ଗଳବାର ଖଜୁରିପଡା ପୋଲିସ ଓ ଅବକାରୀ ବିଭାଗ ଚଢାଉ କରି ବେଆଇନ ଭାବେ ଚାଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri