ବିପଦସଙ୍କେତ ଉପରେ ସୁବର୍ଣ୍ଣରେଖା: ପାଣିଘେରରେ ଶତାଧିକ ଗାଁ

ବାଲେଶ୍ୱର,୨ା୭(ବାଞ୍ଛାନିଧି ଦେ):ଲଘୁଚାପଜନିତ ପ୍ରବଳ ବର୍ଷା ଯୋଗୁ ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ଜଳକାରେ ପୁଣି ବନ୍ୟା ଆସି ଉତ୍ତର ବାଲେଶ୍ୱର ଉବୁଟୁବୁ ହେଉଛି। ମଙ୍ଗଳବାର ସୁବର୍ଣ୍ଣରେଖା ନଦୀରେ ବନ୍ୟାଜଳ ବିପଦସଙ୍କେତ ଉପରେ ପ୍ରବାହିତ ହେଉଥିବା ବେଳେ ଜଳକାର ଜଳସ୍ତର ସ୍ଥିର ରହିଛି। ଅପରପକ୍ଷରେ ବୁଢ଼ାବଳଙ୍ଗ ନଦୀରେ ଜଳସ୍ତର ହ୍ରାସ ପାଉଥିଲେ ମଧ୍ୟ ବିପଦ ଟଳିନି। ଶତାଧିକ ଗଁା ଜଳଘେରରେ ଥିବାବେଳେ ବସ୍ତା, ବାଲିଆପାଳ, ଭୋଗରାଇ ଓ ଜଳେଶ୍ୱର ବ୍ଲକ୍‌ର ୩୬୫୬ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ସୁବର୍ଣ୍ଣରେଖା ନଦୀର ରାଜଘାଟଠାରେ ବିପଦସଙ୍କେତ ୧୦.୩୬ ମିଟର ଥିବାବେଳେ ମଙ୍ଗଳବାର ଅପରାହ୍ନ ୫ଟା ସୁଦ୍ଧା ୧୦.୪୨ମିଟରରେ ପ୍ରବାହିତ ହେଉଛି। ବନ୍ୟାଜଳରେ ୨ଜଣ ଭାସିଯାଇଥିବା ଜଣାପଡ଼ିଛି। ବାଲିଆପାଳ ବ୍ଲକ ବିଷ୍ଣୁପୁର ଗ୍ରାମ ୩ ନମ୍ବର ୱାର୍ଡର ରାକେଶ ସି (୩୨) ମଙ୍ଗଳବାର ବନ୍ୟାପାଣିରେ ପଶି ଘରକୁ ଯାଉଥିବା ବେଳେ ଏକ ପୋଲରୁ ଖସି ଭାସିଯାଇଛନ୍ତି। ଅଗ୍ନିଶମ ବାହିନୀ ଓ ଓଡ୍ରାଫ ଟିମ୍‌ ୪ଟି ପାୱାର ବୋଟ୍‌ ସହାୟତାରେ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କର କୌଣସି ସନ୍ଧାନ ମିଳିନାହଁି। ସେହିପରି ସିଂଲା ଥାନା ଅଧୀନ କାଳନ୍ଦା ଗ୍ରାମର ଶତ୍ରୁଘ୍ନ ବିନ୍ଧାଣି(୫୦) ସୋମବାର ବାସୁଚକୁରି ହାଟକୁ ସଉଦା ଆଣିବାକୁ ଯାଉଥିବା ବେଳେ ପେଜଗଳା ନଦୀରେ ଭାସିଯାଇ ନିଖୋଜ ହୋଇଯାଇଥିଲେ। ମଙ୍ଗଳବାର ଅଗ୍ନିଶମ ବାହିନୀ ଓ ଓଡ୍ରାଫ୍‌ ଟିମ୍‌ ତାଙ୍କୁ ପାଣିରୁ ଉଦ୍ଧାରକରି ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।
ବନ୍ୟା ସ୍ଥିତି ଗମ୍ଭୀର ଥିବାରୁ ସମସ୍ତ ବ୍ଲକରେ ୨୪ ଘଣ୍ଟିଆ ହେଲ୍ପଲାଇନ ଖୋଲା ଯାଇଛି। ଜିଲା ପ୍ରଶାସନ ସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଥିବା ବେଳେ ସେଚ ବିଭାଗ ନଦୀ କୂଳରେ ନଜର ରଖିଛନ୍ତି। ଏଥିସହ ବନ୍ୟା ସ୍ଥିତି
ମୁକାବିଲା ପାଇଁ ଓଡ୍ରାଫ୍‌ ଓ ଅଗ୍ନିଶମ ଟିମ୍‌ ନିୟୋଜିତ ରହିଛନ୍ତି। ଏହି ଦ୍ୱିତୀୟ ବନ୍ୟା ଭୋଗରାଇ, ବାଲିଆପାଳ, ଜଳେଶ୍ୱର ବ୍ଲକରେ ବିପନ୍ନଙ୍କ ଦୁଃଖକୁ ଦ୍ୱିଗୁଣିତ କରିଛି। ରାଜଘାଟରେ ବନ୍ୟାପାଣି କମୁଥିବା ବେଳେ ଭୋଗରାଇ, ବାଲିଆପାଳ ଓ ଜଳେଶ୍ୱର ବ୍ଲକର ବହୁ ତଳିଆ ଅଞ୍ଚଳ ଜଳମଗ୍ନ ରହିଛି। ମଥାନୀଠାରେ ଜଳକା ନଦୀର ବିପଦ ସଙ୍କେତ ୬.୫୦ମିଟର ରହିଥିବା ବେଳେ ମଙ୍ଗଳବାର ସକାଳ ୯ରୁ ଜଳସ୍ତର ହ୍ରାସ ପାଇ ଅପରାହ୍ନ ୫ଟା ପର୍ଯ୍ୟନ୍ତ ୬.୪୮ ମିଟରରେ ସ୍ଥିର ରହିଛି। ସେହିପରି ବୁଢ଼ାବଳଙ୍ଗ ନଦୀର ବିପଦ ସଙ୍କେତ ୮.୧୩ ମିଟର ଥିବାବେଳେ ମଙ୍ଗଳବାର ଅପରାହ୍ନ ୩ଟା ସୁଦ୍ଧା ୪.୪୨ ମିଟରରେ ପ୍ରବାହିତ ହେଉଛି। ବାଲିଆପାଳ ବ୍ଲକ ଅଧୀନ ୯ଟି ପଞ୍ଚାୟତର ୫ଟି ଆଶ୍ରୟସ୍ଥଳୀକୁ ୧୨୨୫ ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିବା ବେଳେ ଜଳେଶ୍ୱର ବ୍ଲକ ୭ଟି ପଞ୍ଚାୟତର ଗୋଟିଏ ଆଶ୍ରୟସ୍ଥଳୀକୁ ୬୦, ଜଳେଶ୍ୱର ପୌରାଞ୍ଚଳ ଅଧୀନ ୮ଟି ୱାର୍ଡର ଗୋଟିଏ ଆଶ୍ରୟସ୍ଥଳୀକୁ ୫୫, ଭୋଗରାଇ ବ୍ଲକ ଅଧୀନ ୧୩ ପଞ୍ଚାୟତର ୬ଟି ଆଶ୍ରୟସ୍ଥଳୀକୁ ୫୫୦ ଓ ବସ୍ତା ବ୍ଲକ ଅଧୀନ ୧୪ ପଞ୍ଚାୟତର ୨ଟି ଆଶ୍ରୟସ୍ଥଳୀୟକୁ ୧୭୬୬ଜଣଙ୍କୁ ସ୍ଥାନାନ୍ତର କରାଯାଇଛି। ସେମାନଙ୍କୁ ପ୍ରଶାସନ ପକ୍ଷରୁ ଶୁଖିଲା ଓ ରନ୍ଧାଖାଦ୍ୟ ପ୍ରଦାନ କରାଯାଉଛି।
ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବନ୍ୟାଞ୍ଚଳରେ ହାଲୋଜିନ୍‌ ବଟିକା, ଓଆର୍‌ଏସ୍‌ ଆଦି ପ୍ରଦାନ କରାଯାଇଛି। ପ୍ରଶାସନ ତରଫରୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ୱାଟର ଟ୍ୟାଙ୍କର ସହ ପାଣି ବୋତଲ ଯୋଗାଇ ଦିଆଯାଇଛି। ଭୋଗରାଇ ବ୍ଲକର ୧୫ଟି ପଞ୍ଚାୟତର ୩୦ଟି ଗାଁ, ବସ୍ତା ବ୍ଲକର ୧୨ପଞ୍ଚାୟତର ୨୯ଗାଁ, ବାଲିଆପାଳ ବ୍ଲକର ୧୨ପଞ୍ଚାୟତର ୫୦ଟି ଗାଁ ଜଳବନ୍ଦୀ ଅବସ୍ଥାରେ ରହିଛି। ଜିଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ ବନ୍ୟା ପ୍ରଭାବିତ ବସ୍ତା, ଜଳେଶ୍ୱର, ବାଲିଆପାଳ ଓ ଭୋଗରାଇ ବ୍ଲକର ବନ୍ୟାଞ୍ଚଳ ପରିଦର୍ଶନକରି ସମସ୍ତ ସୁବିଧା ଯୋଗାଇ ଦେବା ପାଇଁ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri