ଗିରଫ ହେବେ ଜଗା ପ୍ରଧାନ? ଆସିଲା ବଡ଼ ଖବର

ଭୁବନେଶ୍ୱର,୨।୭: ଗିରଫ ହୋଇପାରନ୍ତି ଜଗା ପ୍ରଧାନ! ଜଗା ପ୍ରଧାନଙ୍କ ଉପରେ ହେବ କି ବଡ଼ କାର୍ଯ୍ୟାନୁଷ୍ଠାନ? ଏସବୁ ଚର୍ଚ୍ଚା ଭିତରେ ଭାଜପା ପାର୍ଟି ଅଫିସରେ ପହଞ୍ଚିଛନ୍ତି ଭାଜପା ନେତା। BMC ଅତିରିକ୍ତ କମିଶନରଙ୍କୁ ମାଡ଼ ଘଟଣାରେ ବିବାଦରେ ଫସିଛନ୍ତି ଜଗନ୍ନାଥ । ତାଙ୍କୁ ଗିରଫ କରିବାକୁ ଓଡ଼ିଶା ପ୍ରଶାସନିକ ସେବା (OAS) ସଂଘ ଦାବି କରିଛି। ଭୁବନେଶ୍ୱର ମହାନଗର ନିଗମ (BMC) ଅତିରିକ୍ତ କମିଶନରଙ୍କୁ ମାଡ଼ ଘଟଣାକୁ ନେଇ ଏହି ଦାବି ଉଠିଛି। OAS ସଂଘ ଏକ ବୈଠକରେ ଜଗନ୍ନାଥ ପ୍ରଧାନଙ୍କୁ ମୁଖ୍ୟ ଅଭିଯୁକ୍ତ ଭାବେ ଦର୍ଶାଇ ତୁରନ୍ତ ଗିରଫ କରିବାକୁ ଦାବି କରିଛନ୍ତି।

ଏହାରି ଭିତରେ ବଡ଼ ଖବର ସାମ୍ନାକୁ ଆସିଛି। ଭାଜପା ନେତା ଜଗା ପ୍ରଧାନ ଭାଜପା ପାର୍ଟି ଅଫିସରେ ପହଞ୍ଚିଛନ୍ତି। ଯେଉଁଠାରେ ସଭାପତି ମନମୋହନ ସାମଲଙ୍କ ସହ ବରିଷ୍ଠ ନେତୃତବୃନ୍ଦ ମଧ୍ୟ ସାମିଲ୍‌ ଅଛନ୍ତି।

ସଂଘର ଅଭିଯୋଗ ଅନୁସାରେ, ଏହି ଆକ୍ରମଣ କେବଳ ଜଣେ ବ୍ୟକ୍ତିଙ୍କ ଉପରେ ନୁହେଁ, ବରଂ ସାଧାରଣ ସେବା ବ୍ୟବସ୍ଥା ଉପରେ ହୋଇଛି। ଏହି ଘଟଣାକୁ ନେଇ ସଂଘ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିବାକୁ ପ୍ରସ୍ତାବ ପାରିତ କରିଛି। ଏହାସହ, ସଂଘ ମୁଖ୍ୟ ଶାସନ ସଚିବଙ୍କୁ ମଧ୍ୟ ଭେଟି ଦାବିପତ୍ର ହସ୍ତାନ୍ତର କରିଛି।

OAS ସଂଘ ସମୂହ ଛୁଟି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଏହି ଘଟଣା ବିଷୟରେ ଅବଗତ କରାଇଛି ଏବଂ କାର୍ଯ୍ୟାନୁଷ୍ଠାନ ପାଇଁ ଚାପ ପକାଇଛି। ଅନ୍ୟପକ୍ଷରେ, ଜଗନ୍ନାଥ ପ୍ରଧାନ ଏହି ଅଭିଯୋଗକୁ ନେଇ ନିଜର ପ୍ରତିକ୍ରିୟାରେ ଅତିରିକ୍ତ କମିଶନରଙ୍କ ଆଡ଼କୁ ଆଙ୍ଗୁଳି ଉଠାଇଛନ୍ତି।

ରାଜସୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହ ଆଲୋଚନା ପରେ ଓଡ଼ିଶା ରାଜସୱ ସେବା (ORS) ସଂଘ ଆନ୍ଦୋଳନରୁ ଓହରି ଯାଇଛି। ତେବେ, OAS ସଂଘ ଦାବି କରିଛି ଯେ, ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରାନଗଲେ ସେମାନେ ଆନ୍ଦୋଳନ ଜାରି ରଖିବେ।

ତେବେ ଏନେଇ ମୁହଁ ଖୋଲିଛନ୍ତି ଜଗନ୍ନାଥ। ଏକ୍ସରେ ସେ କହିଛନ୍ତି, ଆଇନକୁ ସମ୍ମାନ ଦେଉଛି। ରାଜ୍ୟରେ ପ୍ରାଶାସନିକ ଅଚଳାବସ୍ଥା ଆଡକୁ ଯାଉଛି। ଆଇନଶୃଙ୍ଖଳା ସ୍ଥିତି ଉପୁଜିବାକୁ ଯାଉଛି। ସରକାରର ହିତ ପାଇଁ ମୁଁ ଆଇନକୁ ସମ୍ମାନ ଦେଉଛି। ଯାହା କାର୍ଯ୍ୟାନୁଷ୍ଠାନ ନିଆଯିବ, ମୁଁ ସହଯୋଗ କରିବି। ବିରୋଧୀ ଦଳ ରାଜନୈତିକ ରୁଟି ସେକିବାର ପ୍ରୟାସ କରୁଛି। ଏହି ଘଟଣା ଦୁଃଖଦାୟକ, ମୁଁ କଡ଼ା ଶବ୍ଦରେ ନିନ୍ଦା କରୁଛି। ଏକଥା ମୁଁ ଆଗରୁ କହିଛି, ଏବେ ବି କହୁଛି ବୋଲି ସେ କହିଛନ୍ତି।

ସୁଲୋଚନା କହୁକହୁ କହିଦେଲେ, ଅସଲଲୋକ ମାଷ୍ଟର ମାଇଣ୍ଡ କିଏ…


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ଦେଶ ଭାବେ ସୋସିଆଲ ମିଡିଆ ବ୍ୟାନ କଲା ଅଷ୍ଟ୍ରେଲିଆ, ଏତିକି ବର୍ଷରୁ କମ୍ ପିଲା…

ନୂଆଦିଲ୍ଲୀ,୯।୧୨: ପିଲାମାନଙ୍କୁ ସୋସିଆଲ ମିଡିଆର କୁପ୍ରଭାବରୁ ରକ୍ଷା କରିବା ପାଇଁ ଅଷ୍ଟ୍ରେଲିଆ ଏକ ଐତିହାସିକ ପଦକ୍ଷେପ ନେଇଛି। ବୁଧବାର ମଧ୍ୟରାତ୍ରିରୁ ଅଷ୍ଟ୍ରେଲିଆ ୧୬ ବର୍ଷରୁ କମ୍...

ବାରବାଟୀରେ ଭାରତର ବଡ଼ ବିଜୟ! ଦକ୍ଷିଣ ଆଫ୍ରିକାକୁ ୧୦୧ ରନରେ ହରାଇଲା ‘ସୂର୍ଯ୍ୟ’ ଟିମ୍

କଟକ,୯।୧୨: ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚରେ ଭାରତୀୟ କ୍ରିକେଟ୍ ଟିମ୍ ଦକ୍ଷିଣ ଆଫ୍ରିକାକୁ ୧୦୧ ରନର...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri