BMC ଅଫିସ୍‌ ଭିତରେ ଅସୁସ୍ଥ ହେଲେ ଅତିରିକ୍ତ କମିଶନର ରତ୍ନାକର ସାହୁ, ହସ୍ପିଟାଲ୍‌ରେ ଭର୍ତ୍ତି

ଭୁବନେଶ୍ୱର,୨ା୭: ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ଅତିରିକ୍ତ କମିଶନର ରତ୍ନାକର ସାହୁ ହଠାତ୍ ଅସୁସ୍ଥ ହେବା କାରଣରୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ବୁଧବାର ଅଫିସରେ କାର୍ଯ୍ୟ କରୁଥିବା ସମୟରେ ସାହୁ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ ଏବଂ ଚେୟାରରୁ ଖସି ପଡ଼ିଥିଲେ। ତୁରନ୍ତ ବିଏମସି କର୍ମଚାରୀମାନେ ତାଙ୍କୁ ଆମ୍ବୁଲାନ୍ସ ଯୋଗେ କ୍ୟାପିଟାଲ ହସ୍ପିଟାଲକୁ ନେଇଥିଲେ, ଯେଉଁଠାରେ ତାଙ୍କର ଚିକିତ୍ସା ଜାରି ରହିଛି।

ଏହି ଘଟଣା ପୂର୍ବ ଦିନରେ ବିଏମସି ଅଫିସରେ ସାହୁଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣ ଘଟଣା ପରେ ଘଟିଛି। ସୋମବାର ଜନଶୁଣାଣି ସମୟରେ ୫-୬ ଜଣ ଦୁର୍ବୃତ୍ତ ତାଙ୍କ ଚାମ୍ବର ଭିତରେ ପଶି ତାଙ୍କୁ ଘୋଷାଡ଼ି ନେଇ ବିଧା ଓ ଗୋଇଠା ମାରିଥିଲେ। ଏହି ଘଟଣାରେ ୨୯ ନମ୍ବର ୱାର୍ଡର କର୍ପୋରେଟର ଜୀବନ ରାଉତଙ୍କ ସମେତ ରଶ୍ମୀ ମହାପାତ୍ର ଓ ଦେବାଶିଷ ପ୍ରଧାନଙ୍କୁ ଖାରବେଳ ନଗର ଥାନା ପୋଲିସ ଗିରଫ କରିଛି।

ସାହୁ ଏହି ଆକ୍ରମଣ ଘଟଣା ପରେ ଗଣମାଧ୍ୟମକୁ କହିଥିଲେ ଯେ, ସେ ଆଇନ ଉକ୍ତରେ ଭରସା ରଖିଛନ୍ତି ଏବଂ ତାଙ୍କୁ ନ୍ୟାୟ ମିଳିବ ବୋଲି ଆଶା ରଖିଛନ୍ତି। ସେ ଆହୁରି କହିଥିଲେ ଯେ, କାମ କରୁଥିବା ସମୟରେ ଏଭଳି ଦୁର୍ଘଟଣା ଘଟିପାରେ, କିନ୍ତୁ ଅଭିଯୋଗଗୁଡ଼ିକ ଭିତ୍ତିହୀନ।

ଏହି ଆକ୍ରମଣ ଘଟଣା ପରେ ବିଏମସି କର୍ମଚାରୀମାନେ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିଥିଲେ ଏବଂ ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଓ ସୁରକ୍ଷା ଦାବି କରିଥିଲେ। ମେୟର ମଧ୍ୟ ସିସିଟିଭି କାମ ନକରିବା ନେଇ ସ୍ମାର୍ଟ ସିଟି ଅଥୋରିଟିଙ୍କୁ ପ୍ରଶ୍ନ କରିଥିଲେ ଏବଂ ଆଗାମୀ ଦିନରେ ଗନ୍‌ ମ୍ୟାନ୍‌ ରଖିବା ନେଇ କହିଥିଲେ।

ସାହୁଙ୍କ ଅସୁସ୍ଥତା ଘଟଣା ଏବଂ ପୂର୍ବ ଆକ୍ରମଣ ଘଟଣାକୁ ନେଇ ରାଜଧାନୀରେ ଚର୍ଚ୍ଚା ଜୋର ଧରିଛି। ପୋଲିସ ଏହି ଘଟଣାର ତଦନ୍ତ ଜାରି ରଖିଛି ଏବଂ ସିସିଟିଭି ଫୁଟେଜ ଯାଞ୍ଚ କରୁଛି।

ଏସବୁ ଚର୍ଚ୍ଚା ଭିତରେ ଭାଜପା ପାର୍ଟି ଅଫିସରେ ପହଞ୍ଚିଛନ୍ତି ଭାଜପା ନେତା। BMC ଅତିରିକ୍ତ କମିଶନରଙ୍କୁ ମାଡ଼ ଘଟଣାରେ ବିବାଦରେ ଫସିଛନ୍ତି ଜଗନ୍ନାଥ । ତାଙ୍କୁ ଗିରଫ କରିବାକୁ ଓଡ଼ିଶା ପ୍ରଶାସନିକ ସେବା (OAS) ସଂଘ ଦାବି କରିଛି। ଭୁବନେଶ୍ୱର ମହାନଗର ନିଗମ (BMC) ଅତିରିକ୍ତ କମିଶନରଙ୍କୁ ମାଡ଼ ଘଟଣାକୁ ନେଇ ଏହି ଦାବି ଉଠିଛି। OAS ସଂଘ ଏକ ବୈଠକରେ ଜଗନ୍ନାଥ ପ୍ରଧାନଙ୍କୁ ମୁଖ୍ୟ ଅଭିଯୁକ୍ତ ଭାବେ ଦର୍ଶାଇ ତୁରନ୍ତ ଗିରଫ କରିବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ରବିବାର ଜଣେ ଯୁବକଙ୍କର ମୃତଦେହ...

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

ସୁଟିଂ ସେଟରେ ଆହତ ହେଲେ ଇମ୍ରାନ, ହସ୍ପିଟାଲରୁ ଭାଇରାଲ ହେଉଛି ଫଟୋ

ମୁମ୍ବାଇ,୨୧ା।୧୨:  ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ଇମ୍ରାନ ହାସମୀ । ଆବାରାପନ 2 ଫିଲ୍ମର ଏକ ହାଇ-ଅକ୍ଟେନ୍ ଆକ୍ସନ୍ ସିକ୍ୱେନ୍ସ ସୁଟିଂ ସମୟରେ ତାଙ୍କ ପେଟରେ ଗମ୍ଭୀର...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri