ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ! ସଭାପତି ଡାକିଥିଲେ, ଆଲୋଚନା କଲି; ଘରକୁ ଯାଉଛି କହି ଜଗନ୍ନାଥ ପ୍ରଧାନ…

ଭୁବନେଶ୍ୱର,୨।୭: ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଫିସରେ ଜଣେ ଓଏଏସ୍‌ ଅଧିକାରୀ ତଥା ନିଗମର ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ବଡ଼ ଖବର ସାମ୍ନାକୁ ଆସିଛି। ବୁଧବାର ଅଭିଯୁକ୍ତ ତଥା ବିଏମ୍‌ସି କର୍ପୋରେଟର ଜଗନ୍ନାଥ ପ୍ରଧାନଙ୍କ ଇସ୍ତଫାକୁ ନେଇ ଚର୍ଚ୍ଚା ଜୋର ଧରିଥିଲା। ସେ ସରେଣ୍ଡର କରିପାରନ୍ତି ନଚେତ ଦଳରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯାଇପାରେ ବୋଲି କୁହାଯାଉଥିଲା। ହେଲେ ରାତି ସୁଦ୍ଧା ସେଭଳି କିଛି ହେବା ଭଳି ମନେ ହେଉନାହିଁ। କହିବାକୁ ଗଲେ ସବୁକିଛିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି।

ଜଗନ୍ନାଥ ସଂନ୍ଧ୍ୟାରେ ଭାଜପା ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚିବା ପରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସହ ଘଣ୍ଟାଏ ଧରି ବୈଠକ ଚାଲିଥିଲା। ଏହି ବୈଠକ ପରେ କାର୍ଯାଳୟ ବାହାରେ ପ୍ରତିକ୍ରିୟା ରଖି ସେ କେବଳ ଦୁଇ ଧାଡ଼ି କହି ଏଡ଼ାଇ ଯାଇଛନ୍ତି। ସଭାପତି ମୋତେ ଡାକିଥିଲେ, ଆବଶ୍ୟକୀୟ ଆଲୋଚନା ପରେ ମୁଁ ଏବେ ଘରକୁ ଯାଉଛି ବୋଲି ସେ କହି ଗାଡ଼ିରେ ବସି ଚାଲିଯାଇଥିଲେ। ଏହାକୁ ନେଇ ରାଜନୀତି ସରଗରମ ହୋଇଛି।

ଜଗନ୍ନାଥ ପ୍ରଧାନଙ୍କ ବିରୋଧରେ ଅଭିଯୋଗ ହେଉଛି ଯେ, ସେ ଓ ତାଙ୍କ ସହଯୋଗୀମାନେ ବିଏମସି ଅଫିସରେ ଜନଶୁଣାଣି ସମୟରେ ରତ୍ନାକର ସାହୁଙ୍କ ଚାମ୍ବରରେ ପଶି ତାଙ୍କୁ ଆକ୍ରମଣ କରିଥିଲେ। ଏହି ଘଟଣା ପରେ ରତ୍ନାକର ସାହୁ ଅସୁସ୍ଥ ହୋଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଖାରବେଳ ନଗର ଥାନା ପୁଲିସ ଏହି ମାମଲାରେ ଜଗନ୍ନାଥ ପ୍ରଧାନଙ୍କ ସମେତ ରଶ୍ମୀ ମହାପାତ୍ର ଓ ଦେବାଶିଷ ପ୍ରଧାନଙ୍କୁ ଗିରଫ କରିଛି।

ଏହି ଘଟଣା ରାଜଧାନୀ ଭୁବନେଶ୍ୱରରେ ରାଜନୈତିକ ଓ ପ୍ରଶାସନିକ ମହଲରେ ତୀବ୍ର ଚର୍ଚ୍ଚାର ବିଷୟ ହୋଇଛି। ପୋଲିସ ଏହି ମାମଲାରେ ତଦନ୍ତ ଜାରି ରଖିଛି ଏବଂ ସିସିଟିଭି ଫୁଟେଜ ଯାଞ୍ଚ କରୁଛି। ଜଗନ୍ନାଥ ପ୍ରଧାନଙ୍କ ଭବିଷ୍ୟତ ରାଜନୈତିକ ପଦକ୍ଷେପ ଏବଂ ଭାଜପାର ନିଷ୍ପତ୍ତି ଉପରେ ସମସ୍ତଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ବୟାନ ଦେଲେ ଗାଙ୍ଗୁଲି, କହିଲେ ସୂର୍ଯ୍ୟକୁମାର ଯାଦବ ନୁହେଁ ଏହି ଖେଳାଳିଙ୍କୁ ଦିଆଯାଉ ଟିମ ଇଣ୍ଡିଆର ଟି-୨୦ କ୍ୟାପଟେନଶିପ

ନୂଆଦିଲ୍ଲୀ,୯।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଆଜି, ଡିସେମ୍ବର ୯,୨୦୨୫ରେ ଆରମ୍ଭ ହେବାକୁ ଯାଉଛି। ସିରିଜର ପ୍ରଥମ...

ସୋନିଆଙ୍କୁ ନୋଟିସ ଜାରି, ନାଗରିକତା ବିନା ଭୋଟର ତାଲିକାରେ ନାମ ଉପରେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୯।୧୨: ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ସୋନିଆ ଗାନ୍ଧୀଙ୍କୁ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ କରିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ନାଗରିକତା ନ...

ପୋଡ଼ାଜଳା ପରେ ଏମ୍‌ଭି-୨୬ ଗାଁ ଛାଡୁଛନ୍ତି ଲୋକେ

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ମୋର୍ଚ୍ଚା ସଭାପତି ଘୋଷଣା କଲା ଭାଜପା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୯।୧୨: ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ମଙ୍ଗଳବାର ବିଭିନ୍ନ ଜିଲା ପାଇଁ ମୋର୍ଚ୍ଚା ସଭାପତି, ଜିଲା ପ୍ରଭାରୀ ଏବଂ ଅନ୍ୟାନ୍ୟ ନାମ ଘୋଷଣା କରାଯାଇଛି। ଅଭିଳାଷ...

ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…

ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...

ହାଡ଼ ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି: ତାପମାତ୍ରା ରହିଛି…

ଜି.ଉଦୟଗିରି ୯/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠି ): ଜି ଉଦୟଗିରି ସମେତ ସାରା ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ଏକ ସପ୍ତାହ...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

ଧାନ କିଣାବିକାରେ ଅଚଳାବସ୍ଥା: ଧାନବସ୍ତା ସହିତ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ଅତାବିରା/ଗୋଡ଼ଭଗା,୯।୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାଶ)- ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ୧୨ଦିନରେ ପହଞ୍ଚିଛି। ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri