Posted inଜାତୀୟ

ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେବେ ଥଲାପତି ବିଜୟ: ଟିଭିକେର ବଡ଼ ଘୋଷଣା

ଚେନ୍ନାଇ,୪।୭: ଅଭିନେତାରୁ ରାଜନେତା ପାଲଟିଥିବା ଥଲାପତି ବିଜୟ ତାମିଲନାଡୁ ନିର୍ବାଚନ ପାଇଁ ତାମିଲଗା ଭେଟ୍ଟ୍ରି କାଝାଗମ (ଟିଭିକେ)ର ମୁଖ୍ୟମନ୍ତ୍ରୀ ମୁହଁ ହେବେ। ତାଙ୍କ ଦଳ ପକ୍ଷରୁ ଶୁକ୍ରବାର ଘୋଷଣା କରାଯାଇଛି।
ଟିଭିକେ ଦଳର କାର୍ଯ୍ୟନିର୍ବାହୀ କମିଟି ବୈଠକରେ ଗୃହୀତ ଏକ ସ୍ବତନ୍ତ୍ର ପ୍ରସ୍ତାବ ପାସ କରିଛି। ଏଥିରେ ଏହାର ପ୍ରତିଷ୍ଠାତା ବିଜୟଙ୍କୁ ଦଳର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବରେ ନାମିତ କରାଯାଇଛି।

ବିଜୟ କହିଛନ୍ତି, ତାଙ୍କ ଦଳ ୨୦୨୬ ତାମିଲନାଡୁ ନିର୍ବାଚନ ପାଇଁ ପ୍ରତ୍ୟକ୍ଷ କିମ୍ବା ପରୋକ୍ଷ ଭାବରେ ଡିଏମକେ ଏବଂ ଭାଜପା ସହିତ ମେଣ୍ଟ କରିବ ନାହିଁ। ଭାଜପା ତାମିଲନାଡୁରେ କେବେ ବି ଆଗକୁ ବଢିବ ନାହିଁ। ଆମେ ଡିଏମକେ କିମ୍ବା ଏଆଇଏଡିଏମକେ ପରି ନୁହେଁ ଯେ ରାଜନୈତିକ ଲାଭ ପାଇଁ ଭାଜପା ସହିତ ମେଣ୍ଟ କରିବୁ କାରଣ ଆମେ ଟିଭିକେ। ସଂକଳ୍ପ ଅନୁଯାୟୀ, ଦଳ ଡିଏମକେ, ଏଆଇଏଡିଏମକେ ଏବଂ ବିଜେପିର ଶିବିରରେ ନଥିବା ଦଳଗୁଡ଼ିକର ମେଣ୍ଟର ନେତୃତ୍ୱ ନେବ।

ଭାଜପାକୁ ଟାର୍ଗେଟ୍‌ କରି ବିଜୟ କହିଛନ୍ତି, କେନ୍ଦ୍ରର ଶାସକ ଦଳ ‘ଶସ୍ତା ରାଜନୀତି’ ଏବଂ ‘ରାଜନୈତିକ ଲାଭ’ ପାଇଁ ‘ସାମ୍ପ୍ରଦାୟିକ ଆଧାରରେ ଲୋକଙ୍କୁ ବିଭାଜିତ’ କରିବାକୁ ଚେଷ୍ଟା କରୁଛି। ସେମାନଙ୍କର ଏହି କାର୍ଯ୍ୟ ଅନ୍ୟତ୍ର କାମ କରିପାରେ, କିନ୍ତୁ ତାମିଲନାଡୁରେ ନୁହେଁ। ତାମିଲନାଡୁ ଏପରି ଏକ ଭୂମି ଯେଉଁଠାରେ ସାମାଜିକ ନ୍ୟାୟ, ସଦ୍ଭାବନା ଏବଂ ଭାଇଚାରା ଗଭୀର ଭାବରେ ଜଡିତ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି...

ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!

ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି...

କଳାହାଣ୍ଡିରେ ମନ୍ଥର ଗତିରେ ଚାଲିଛି ଧାନକିଣା

ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଧାନର ଅଭାବୀ ବିକ୍ରି ଦେଖିବାକୁ ମିଳିଛି। ଜିଲାରେ ଗତ ନଭେମ୍ବର ୨୯ରୁ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ...

ପୁଣିଥରେ ଭାରତକୁ ବଡ଼ ଝଟକା ଦେଲା ଚାଇନା! ଟ୍ରମ୍ପଙ୍କ ଟାରିଫ ମଧ୍ୟରେ ଗୋଟିଏ ବର୍ଷରେ ଦ୍ୱିତୀୟ ଥର ପହଞ୍ଚିଲା…

ବେଜିଂ,୨୦।୧୨: ଚାଇନା ପୁଣିଥରେ ଭାରତ ବିରୁଦ୍ଧରେ ବିଶ୍ୱ ବାଣିଜ୍ୟ ସଂଗଠନ (WTO) ପାଖକୁ ଯାଇଛି। ସୂଚନା ଏବଂ ଯୋଗାଯୋଗ ପ୍ରଯୁକ୍ତିବିଦ୍ୟା (ICT) ଉତ୍ପାଦ ଉପରେ ଲାଗୁ...

ହିନ୍ଦୁ ଯୁବକଙ୍କ ଉପରେ ଅତ୍ୟାଚାର ମାମଲାରେ ବାଂଲାଦେଶରେ ୭ ଗିରଫ, ବହୁ ଚର୍ଚ୍ଚା ପରେ ଶେଷରେ ନଇଁଲେ ୟୁନୁସ ସରକାର

ଢାକା,୨୦।୧୨: ବାଂଲାଦେଶର ମୈମନସିଂ ଜିଲାରେ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା ଘଟଣାରେ ୭ ଜଣଙ୍କୁ ଗିରଫ କରାଯାଇଛି। ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri