କଂଗ୍ରେସରେ ମିଶିଲେ ସୋରଡ଼ା ବିଜେଡି ନେତା, କହିଲେ ଏମିତି…

ଭଞ୍ଜନଗର,୪ା୭(ବାବୁଲା ପ୍ରଧାନ): ବିଜେଡି କ୍ଷମତାରୁ ଯିବା ପରେ ଗଞ୍ଜାମ ଜିଲାରେ ଦିନକୁ ଦିନ ବିଜେଡି ସ୍ଥିତି ଦୁର୍ବଳ ହେଉଛି। ପୂର୍ବଭଳି ଆଉ ବିଜେଡି ପ୍ରତି ନେତା, କର୍ମୀଙ୍କ ଆଗ୍ରହ ନାହିଁ। ତେଣୁ ସେମାନେ ଦଳରୁ ମୁହଁ ଫେରାଇ ଅନ୍ୟ ଦଳକୁ ଚାଲିଯାଉଛନ୍ତି। ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଆସନ୍ତା ସପ୍ତାହରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହାପୂର୍ବରୁ ଦଳକୁ ସୁଦୃଢ଼ କରିବା ପାଇଁ କଂଗ୍ରେସ ନେତାମାନେ ଚେଷ୍ଟା ଚଳାଇଛନ୍ତି। ତେଣୁ ଶୁକ୍ରବାର ଅପରାହ୍ନରେ ପିସିସି କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ହୋଇଥିଲା। ଏଥିରେ ରଜ୍ୟର ବିଭିନ୍ନ ଅଞ୍ଚଲରୁ ଅନ୍ୟ ଦଳର ନେତା ଓ କର୍ମୀମାନେ ଦଳତ୍ୟାଗ କରି କଂଗ୍ରେସରେ ମିଶିଥିଲେ। ପିସିସି ସଭାପତି ଭକ୍ତ ଚରଣ ଦାସ ନୂତନ ନେତା ଓ କର୍ମୀଙ୍କୁ ସ୍ବାଗତ କରିଥିଲେ। ଏହିଭଳି ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ଅନେକ ବିଜେଡି ସମର୍ଥିତ ସରପଞ୍ଚ ଏବଂ ସମିତିସଭ୍ୟ ଏବଂ ସେମାନଙ୍କ ସମର୍ଥକ ଦଳ ତ୍ୟାଗ କରି କଂଗ୍ରେସରେ ଯୋଗ ଦେଇଛନ୍ତି। ସାନଖେମୁଣ୍ଡି କଂଗ୍ରେସ ବିଧାୟକ ରମେଶ ଜେନାଙ୍କ ନେତୃତ୍ୱକୁ ସମର୍ଥନ ଜଣାଇ ସେମାନେ କଂଗ୍ରେସରେ ମିଶିଥିବା ଜଣାପଡ଼ିଛି।

ଆଜି ମିଶିଥିବା ନେତାଙ୍କ ମଧ୍ୟରେ ଅଛନ୍ତି ବେଲଗୁଣ୍ଠା ବ୍ଲକର ଦେବେନ୍ଦ୍ର ଗୌଡ଼, ନିକୁଞ୍ଜ ବିହାରୀ ଖଣ୍ଡୁଆଲ, ନେଟେଙ୍ଗା ସରପଞ୍ଚ ସୁପ୍ରଭା ଗୌଡ଼, ସମିତିସଭ୍ୟ ରାଜୀବ ଲୋଚନ ନାୟକ, ନାଏବ ସରପଞ୍ଚ, ବାବୁଲା ଲେଙ୍କା, ରାଜା ପାତ୍ର, ଚନ୍ଦନ ପଣ୍ଡା ଏବଂ ସୋରଡ଼ା ବ୍ଲକ ର କିଛି ସରପଞ୍ଚ,ସମିତିସଭ୍ୟ ପ୍ରମୁଖ। ଏହି ସମୟରେ ସୋରଡ଼ା ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରାର୍ଥୀ ହରେକୃଷ୍ଣ ରଥ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri