ରଥଯାତ୍ରା ଡ୍ୟୁଟିକୁ ଆସୁଥିଲେ ମହିଳା କନଷ୍ଟେବଳ, ପଛରୁ ପିଟିଲା ଟ୍ରେଲର, ଆଉ ତା’ ପରେ…

ରାୟଗଡ଼ା,୫ା୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅନ୍ତର୍ଗତ ଗୁନାଖାଲ ଛକଠାରେ ଏକ ସ୍କୁଟିକୁ ଶନିବାର ଏକ ଟ୍ରେଲର ପଛପଟୁ ଧକ୍କା ଦେବାରୁ ସ୍କୁଟି ଚାଳକ ତଥା ମହିଳା କନଷ୍ଟେବଳ ଟ୍ରେଲର ତଳେ ଚାପି ହୋଇ ମୃତ୍ୟୁବରଣ କରିଛନ୍ତି। ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ କାର୍ଯ୍ୟରତ ପୋଲିସ କନଷ୍ଟେବଳ ଲାବଣ୍ୟା ଗାଣ୍ଟା (୨୪)। ତାଙ୍କ ଘର ଖେଦାପଡ଼ା ପଞ୍ଚାୟତରେ। ସେହିପରି ଗୁରୁତର ଦୁଇଜଣ ହେଲେ ବିଷମକଟକ ବ୍ଲକ ବେଠିଆପଡ଼ା ପଞ୍ଚାୟତର ମୁନିଗାଁର କାନ୍ତାରାଓ କାଡ୍ରାକା(୪୦) ଓ ସୁବାରାଓ କାଡ୍ରାକା(୪୦)। ଗୁରୁତର ଅବସ୍ଥାରେ ଦୁଇଜଣଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଘଟଣାରୁ ପ୍ରକାଶ ଯେ, ଲାବଣ୍ୟା ସକାଳୁ ଘରୁ ବାହାରି ରାୟଗଡ଼ା ଶ୍ରଦ୍ଧା ଶ୍ରୀକ୍ଷେତ୍ରକୁ ବାହୁଡା଼ ଯାତ୍ରା ଡ୍ୟୁଟିରେ ଆସୁଥିଲେ। ଉକ୍ତ ରାସ୍ତାରେ ବିପରୀତ ଦିଗରୁ ଅନ୍ୟ ଏକ ବାଇକରେ ଦୁଇଜଣ ଆସୁଥିଲେ। ତେବେ ନିକଟସ୍ଥ ହମ୍ପସରେ ବ୍ରେକ ମାରିବା ବେଳେ ପଛପଟୁ ସ୍କୁଟିକୁ ଟ୍ରେଲର ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଲାବଣ୍ୟା ସ୍କୁରିରୁ ପଡିଯିବା ବେଳେ ଟ୍ରେଲର ତାଙ୍କ ଉପରେ ମାଡ଼ି ଯିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ ପୋଲିସ ଘଟଣସ୍ଥଳରେ ପହଞ୍ଚି ଟ୍ରେଲରକୁ ଜବତ କରିଛି। ବାଇକ୍‌ରେ ଆସୁଥିବା ଦୁଇ ଜଣ ଜେକେପୁରରୁ ଗାଁକୁ ଫେରୁଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ

ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ...

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା...

ଭାଜପାକୁ ମିଳିଲା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ

ନୂଆଦିଲ୍ଲୀ,୧୪।୧୨:  ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI

କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍‌ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ...

ବାପି ସର୍ଖେଲଙ୍କ ବଡ଼ ବୟାନ, କହିଲେ ମୁଁ ଦାମଙ୍କ ପୁଅ

ଭୁବନେଶ୍ବର,୧୪।୧୨: ବାପି ସର୍ଖେଲ ବଡ଼ ବୟାନ ଦେଇଛନ୍ତି। ନିଜକୁ ଦାମଙ୍କ ପୁଅ କହିଲେ ପାରାଦୀପ ଶ୍ରମିକ ନେତା ବାପି ସର୍ଖେଲ । ପାରାଦୀପ, କୁଜଙ୍ଗରେ ଆୟୋଜିତ...

କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ

ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ...

ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ

ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri