୯ରେ ସର୍ବ ଭାରତୀୟ ଧର୍ମଘଟ, ପ୍ରସ୍ତୁତି ଜୋରଦାର

ଗଞ୍ଜାମ,୬।୭(ଦିଲ୍ଲୀପ ସାମଲ): କେନ୍ଦ୍ର ସରକାରଙ୍କ ଶ୍ରମିକ ଓ କୃଷକ ବିରୋଧୀ ନୀତି ପ୍ରତ୍ୟାହାର ଦାବି ନେଇ ଜୁଲାଇ ୯ ତାରିଖରେ ସର୍ବ ଭାରତୀୟ ଧର୍ମଘଟ ଡାକରା ଦିଆଯାଇଛି। ଧର୍ମଘଟକୁ ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରରେ ସଫଳ କରିବା ନିମନ୍ତେ ଏଆଇଟିୟୁସି, ସିପିଆଇ, ଏଚ୍‌ଏମ୍‌ଏସ୍‌, ଆଇଏନ୍‌ଟିୟୁସି ଏବଂ ବିଭିନ୍ନ ସଂଗଠନର ନେତାମାନଙ୍କୁ ନେଇ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ଲକ୍ଷ୍ମଣ ଭବନଠାରେ ଅନୁଷ୍ଠିତ ହୋଇଥିଲା।

ଏଥିରେ ସିପିଆଇ ରାଜ୍ୟ ସମ୍ପାଦକ ମଣ୍ଡଳି ସଦସ୍ୟ ତଥା ପୂର୍ବତନ ବିଧାୟକ ଏନ୍‌. ନାରାୟଣ ରେଡ୍ଡୀ ଅଧ୍ୟକ୍ଷତା କରି କେନ୍ଦ୍ର ସରକାରଙ୍କ ଜନବିରୋଧୀ ନୀତିକୁ କଡ଼ା ସମାଲୋଚନା କରିବା ସହିତ ଧର୍ମଘଟକୁ କିପରି ସଫଳ କରାଯିବ ସେନେଇ ଆହ୍ବାନ ଦେଇଥିଲେ।

ଏହା ସହିତ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ସମସ୍ତ ବିଭାଗର ଡାକ୍ତର ପଦବୀ ପୂରଣ କରିବା, ଡିଆର୍‌ଡିଏ ଓ କଲେଜ ଛକ ନିକଟରେ ତୁରନ୍ତ ଓଭରବ୍ରିଜ ନିର୍ମାଣ କରିବା, ଚାଷୀଙ୍କ ସୁବିଧା ନିମନ୍ତେ କରାତଳି ତାମ୍ପରାକୁ ଆନ୍ଧ୍ରା ମାଛ ମାଫିଆଠାରୁ ଉଚ୍ଛେଦ କରି ତାହାର ପୁନଃ ଉଦ୍ଧାର କରିବା ସହିତ ସ୍ଥାନୀୟ ଅଞ୍ଚଳର ବିଭିନ୍ନ ଦାବି ସମ୍ପର୍କରେ ଆଲୋଚନା ହୋଇଥିଲା।

ବୈଠକରେ, ଯୁବ ସଂଘର ଜାତୀୟ ସମ୍ପାଦକ ପ୍ରଦୀପ ସେଠୀ, ସିପିଆଇ ଜିଲ୍ଲା ସହସମ୍ପାଦକ ନୀଳକଣ୍ଠ ଦାଶ, ନେତା ଗୋକୁଳ ଚନ୍ଦ୍ର ପଣ୍ଡା, ରାଜୀବ ଲୋଚନ ପଣ୍ଡା, ଜିଲା ନେତା ସିଏଚ୍‌ ଜନାର୍ଦ୍ଦନ ରେଡ୍ଡୀ, ଛତ୍ରପୁର ଜୋନାଲ ସମ୍ପାଦକ ଡି. ଆଦିନାରାୟଣ ରେଡ୍ଡୀ, ନାରୀନେତ୍ରୀ ଏନ୍‌. ଭାନୁମତି ରେଡ୍ଡୀ, ଗଞ୍ଜାମ ଜୋନାଲ ସମ୍ପାଦକ ଦଣ୍ଡପାଣି ପାତ୍ର, ଆଇନଜୀବୀ ଆଦିତ୍ୟ ମିଶ୍ର, ଏଚଏମ୍‌ଏସ୍‌ ନେତା ଡ଼.ରାଜେନ୍ଦ୍ର ଦାଶ, ଆଇଏନଟିୟୁସିର ଇଜୁ ଆମିନ ଖାନ, ଋଷିକୂଲ୍ୟା ରୟତ ମହାସଭାର ସମ୍ପାଦକ ସୀମାଞ୍ଚଳ ନାହାକ, ଏନ୍‌. ସୁକାନ୍ତ ଆଚାରୀ, ଭବାନୀ ସେନା, କୋଠାବାଡି ଶ୍ରମିକ ସଂଘ ସଭାପତି ମିନତୀ ପାତ୍ର, ଡମ୍ବରୁଧର ବାରିକ, ଯୁଧିଷ୍ଠିର ପାତ୍ରଙ୍କ ସମେତ ବିଭିନ୍ନ ସଂଗଠନର ନେତା ଏବଂ କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri