Posted inଖେଳ

ବର୍ମିଂହାମ ଟେଷ୍ଟ: ଇଂଲଣ୍ଡକୁ ୩୩୬ ରନ୍‌ରେ ହରାଇଲା ଟିମ୍‌ ଇଣ୍ଡିଆ

ବର୍ମିଂହାମ, ୬।୭- ଅଧିନାୟକ ଶୁବମନ ଗିଲ୍‌ଙ୍କ ଚମତ୍କାର ବ୍ୟାଟିଂ ଏବଂ ଆକାଶ ଦୀପ୍‌ ଏବଂ ସିରାଜଙ୍କ ପ୍ରଭାବୀ ପ୍ରଦର୍ଶନ ସହାୟତାରେ ଭାରତ ଦ୍ୱିତୀୟ ଟେଷ୍ଟରେ ଇଂଲଣ୍ଡକୁ ୩୩୬ ରନ୍‌ରେ ପରାସ୍ତ କରିଛି। ଏହା ସହିତ ଟିମ୍‌ ଇଣ୍ଡିଆ ସିରିଜକୁ ୧-୧ରେ ବରାବର କରିଛି। ବର୍ମିଂହାମରେ ଖେଳାଯାଇଥିବା ଏହି ମ୍ୟାଚରେ, ଟିମ୍‌ ଇଣ୍ଡିଆ ଇଂଲଣ୍ଡ ଦଳ ପାଇଁ ୬୦୮ ରନର ଏକ ବିଶାଳ ଲକ୍ଷ୍ୟ ରଖିଥିଲା। ଜବାବରେ ଇଂଲଣ୍ଡ କେବଳ ୨୭୧ ରନ୍‌ କରିପାରିଥିଲା। ବର୍ମିଂହାମର ଏଜବାଷ୍ଟନ ଗ୍ରାଉଣ୍ଡ ଭାରତ ୫୮ ବର୍ଷ ପରେ ଐତିହାସିକ ବିଜୟ ହାସଲ କରିଛି।

ଅନ୍ୟପକ୍ଷେ ପ୍ରଥମ ଟେଷ୍ଟ ପରାଜୟର ମଧୁର ପ୍ରତିଶୋଧ ନେଇଛି ଶୁବମନ ଗିଲ୍‌ଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ। ୬୦୮ ରନ୍‌ ବିଜୟ ଲକ୍ଷ୍ୟର ପିଛା କରିଥିବା ଇଂଲଣ୍ଡ ଦ୍ୱିତୀୟ ଇନିଂସରେ ୨୭୧ ରନରେ ଅଲ୍‌ଆଉଟ ହୋଇଛି। ଶେଷ ଭାଗରେ ଉଇକେଟ କିପର ଜେମି ସ୍ମିଥ ୮୮ ଓ ବେର୍ଡନ କାର୍ସ ୩୮ ରନ୍‌ କରିଥିଲେ ମଙ୍କଧ୍ୟଙ୍କ ତାହା ପର୍ଯ୍ୟାପ୍ତ ହୋଇ ନ ଥିଲା।

ରନ ଦୃଷ୍ଟିରୁ ବିଦେଶ ମାଟିରେ ଭାରତର ଏହା ସବବୃହତ୍‌ ବିଜୟ। ପୂର୍ବରୁ ୨୦୧୯ରେ ଆଣ୍ଟିଗୁଆଠାରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ୩୧୮ ରନରେ ବିଜୟୀ ହୋଇଥିଲା। ପ୍ରଥମ ଇନିଂସରେ ଭାରତ ୫୮୭ ଓ ଇଂଲଣ୍ଡ ୪୦୭ ରନ କରିଥିଲା। ଭାରତ ଏହାର ଦ୍ୱିତୀୟ ଇନିଂସକୁ ୪୨୭/୬ରେ ଘୋଷଣା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

BSF କନଷ୍ଟେବଳ ନିଯୁକ୍ତିରେ ଅଗ୍ନିବୀରଙ୍କୁ ମିଳିବ ୫୦ ପ୍ରତିଶତ ସଂରକ୍ଷଣ, ଗୃହ ମନ୍ତ୍ରଣାଳୟ ଜାରି କଲା ନୋଟିଫିକେଶନ

ନୂଆଦିଲ୍ଲୀ,୨୧।୧୨: କେନ୍ଦ୍ର ସରକାର ସୀମା ସୁରକ୍ଷା ବାହିନୀର ନିଯୁକ୍ତି ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣି ସାଧାରଣ ଡ୍ୟୁଟି କ୍ୟାଡର ସହିତ ଜଡିତ ନିୟମଗୁଡ଼ିକୁ ସଂଶୋଧନ...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri