ଏଇ ଭାରତରେ

ଲୋକଙ୍କ ଟାହିଟାପରା ଶୁଣି ଅନେକେ ଭାଙ୍ଗିପଡ଼ନ୍ତି, ହେଲେ ଆଉ କେତେକ ଏହାକୁ ନିଜର ସାମର୍ଥ୍ୟ କରିଦିଅନ୍ତି। ତା’ପରେ ସଫଳତା ଆପେ ଆପେ ମିଳିଯାଏ। ଠିକ୍‌ ଏମିତି କିଛି ଘଟିଛି ହର୍ଷ ଗୁପ୍ତାଙ୍କ ସହିତ। ମହାରାଷ୍ଟ୍ରର ଏହି ଯୁବକ ଏବେ ଆଇଆଇଟିର ଛାତ୍ର। ବହୁ ପ୍ରତିକୂଳ ପରିସ୍ଥିତିକୁ ସାମ୍ନା କରି ସେ ଏହି ସ୍ଥାନରେ ପହଞ୍ଚି ପାରିଛନ୍ତି। ହର୍ଷଙ୍କ ବାପା ଗୁପ୍‌ଚୁପ୍‌ ବିକ୍ରି କରନ୍ତି। ତେଣୁ ପାଠ ପଢ଼ିବା ପାଇଁ ସବୁ ସୁବିଧାସୁଯୋଗ ପାଇବା ତାଙ୍କ ପକ୍ଷରେ ସମ୍ଭବ ନ ଥିଲା। କିନ୍ତୁ ଆଇଆଇଟିରେ ପଢ଼ିବା ଥିଲା ତାଙ୍କର ସ୍ବପ୍ନ। ଏଥିପାଇଁ ସେ ନିରନ୍ତର ପରିଶ୍ରମ କରୁଥିଲେ। ଛୋଟବେଳରୁ ସେ ଭଲ ପଢୁଥିଲେ। ତେଣୁ ଯୁକ୍ତ୨ ପରେ ସେ ଜେଇଇ ପରୀକ୍ଷା ଦେବାକୁ ନିଷ୍ପତ୍ତି ନେଇଥିଲେ। ହେଲେ ପ୍ରଥମ ଥର ତାଙ୍କୁ ପରୀକ୍ଷାରେ ଅଧିକ ନମ୍ବର ମିଳି ନ ଥିବାରୁ ତାଙ୍କ ମନପସନ୍ଦର କଲେଜରେ ସିଟ୍‌ ପାଇ ନ ଥିଲେ। ତାଙ୍କର ଏହି ବିଫଳତା ପାଇଁ ସାଙ୍ଗସାଥୀ ଟାହିଟାପରା କରିଥିଲେ। ଏହା ଶୁଣି ସେ ମନଦୁଃଖ କରିଥିଲେ ସତ, କିନ୍ତୁ ହତୋତ୍ସାହିତ ହୋଇ ନ ଥିଲେ। ବରଂ ପୁଣି ଥରେ ଅଧିକ ପରିଶ୍ରମ କରି ପାଠ ପଢ଼ିବାର ଜିଦ୍‌ ତାଙ୍କ ଭିତରେ ସୃଷ୍ଟି ହୋଇଥିଲା। ଅଳ୍ପ କିଛି ମାସର କୋଚିଂ ନେଇ ସେ ପୁଣି ଥରେ ଏଥର ପରୀକ୍ଷା ଦେଇଥିଲେ ଓ ୯୮.୫୯ ପ୍ରତିଶତ ମାର୍କ ରଖି କୃତକାର୍ଯ୍ୟ ହୋଇଛନ୍ତି। ଏବେ ତାଙ୍କର ସଫଳତାକୁ ନେଇ ସବୁଆଡେ ଖୁସିର ଲହରି। ଭବିଷ୍ୟତରେ ସିଭିଲ ସର୍ଭିସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଦେଶ ପାଇଁ କିଛି କରିବାକୁ ଲକ୍ଷ୍ୟ ରଖିଛନ୍ତି ହର୍ଷ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri