ଆଜି ମହାପ୍ରଭୁଙ୍କ ଅଧରପଣା: ଅମୃତ ପାନ କରିବେ ଦେବାଦେବୀ-ଚଣ୍ଡୀଚାମୁଣ୍ଡା

ପୁରୀ,୭ା୭: ଆଜି ଅର୍ଥାତ୍‌ ସୋମବାର ରଥାରୂଢ଼ ମହାପ୍ରଭୁଙ୍କ ଅଧରପଣା ନୀତି ଅନୁଷ୍ଠିତ ହେବ। ଏହି ଅଧରାମୃତ ପାନ କରିବେ ରଥରେ ଥିବା ପାଶର୍‌ବ ଦେବାଦେବୀ, ଚଣ୍ଡୀ ଚାମୁଣ୍ଡା। ଅପରାହ୍ନ ୪ଟା ୩୦ରୁ ଅଧରପଣା ନୀତି ଆରମ୍ଭ ହୋଇ ରାତି ୮ଟା ୩୦ରେ ଶେଷ ହେବ ବୋଲି ନୀତି ନିର୍ଘଣ୍ଟ ହୋଇଛି। ତେବେ ମଧ୍ୟ ରାତ୍ର ୨ଟାରେ ଶ୍ରୀଜିଉଙ୍କ ରାତ୍ର ପହୁଡ଼ ପଡ଼ିବ। ସେହିପରି ଆସନ୍ତାକାଲି କାଲି ମହାବାହୁ ନୀଳାଦ୍ରି ବିଜେ କରିବେ।

ଶନିବାର ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବା ପରେ ଏକାଦଶୀ ତିଥିରେ ରବିବାର ରଥ ଉପରେ ସୁନାବେଶରେ ଦର୍ଶନ ଦେଇଥିଲେ। ଭକ୍ତମାନେ ଦାରୁବିଗ୍ରହଙ୍କ ଏହି ଦୁର୍ଲଭ ବେଶ ଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିଥିଲେ। ଶ୍ରୀବିଗ୍ରହ ମହଣ ମହଣ ସୁନାରେ ସଜେଇ ହୋଇ ଝଟକିଥିଲେ। ବିଶ୍ୱନିୟନ୍ତାଙ୍କ ଏହି ଅନନ୍ୟ ବେଶକୁ ସୁନାବେଶ, ରାଜରାଜେଶ୍ୱର ଓ ବଡ଼ତଢ଼ାଉ ବେଶ ବୋଲି କୁହାଯାଏ।
ନିର୍ଦ୍ଧାରିତ ନୀତି ନିର୍ଘଣ୍ଟ ଅନୁଯାୟୀ, ରଥ ଉପରେ ମହାପ୍ରଭୁଙ୍କ ବିଭିନ୍ନ ନୀତି ସମ୍ପନ୍ନ କରାଯାଇଥିଲା। ମଇଲମ ଓ ଏକାଦଶୀ ସର୍ବାଙ୍ଗ ନୀତି ବଢ଼ିବା ପରେ ଅପରାହ୍ନ ୧ଟା ୪୫ରୁ ୨ଟା ୪୫ ମଧ୍ୟରେ ମଧ୍ୟାହ୍ନ ଧୂପ ସମ୍ପନ୍ନ ହୋଇଥିଲା। ପରେ ମଇଲମ ଓ ଶାଢ଼ି ଖଣ୍ଡୁଆ ଲାଗି ଶେଷହୋଇ ୪ଟା ୧୫ରେ ସନ୍ଧ୍ୟା ଆଳତି ସରିଥିଲା। ସର୍ବାଙ୍ଗ ନୀତି ସରିବା ପରେ ୪ଟା ୪୫ରୁ ଠାକୁରଙ୍କ ସୁନାବେଶ ପାଇଁ ପ୍ରସ୍ତୁତିି ଆରମ୍ଭ ହୋଇଥିଲା। ପରେ ୧୩୮ ପ୍ରକାର ବହୁବିଧ ରତ୍ନଅଳଙ୍କାରରେ ସଜେଇ ହୋଇଥିଲେ ବିଶ୍ୱନିୟନ୍ତା।
ଭକ୍ତମାନେ ମାର୍କେଟ ଛକଠାରୁ ବ୍ୟାରିକେଡ୍‌ ଦେଇ ଧାଡ଼ିରେ ଆସି ନନ୍ଦିଘୋଷ ରଥ ବାମପାର୍ଶ୍ୱ ଦେଇ ତିନିରଥ ସମ୍ମୁଖକୁ ଆସି ଶ୍ରୀବିଗ୍ରହମାନଙ୍କ ସୁନାବେଶ ଦର୍ଶନ କରିବା ପରେ ତାଳଧ୍ୱଜ ରଥର ଡାହାଣ ପାର୍ଶ୍ୱ ଦେଇ ପ୍ରସ୍ଥାନ କରିଥିଲେ।
ପ୍ରାୟ ୧୫ ଲକ୍ଷ ଭକ୍ତଙ୍କ ସମାଗମ ହୋଇଥିବା ଅନୁମାନ କରାଯାଉଛି। ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ହୋଇଥିବାବେଳେ ୨୦୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା। ସେହିପରି ଡ୍ରୋନ ଏବଂ ଏଆଇ କ୍ୟାମେରା ମାଧ୍ୟମରେ ଟ୍ରାଫିକ ବ୍ୟବସ୍ଥା ପରିଚାଳନା କରାଯାଇଥିଲା।

Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri