ଭୋଜି କରିବାକୁ ଆସି ଜଳପ୍ରପାତରେ ଭାସିଗଲେ ଯୁବକ

ବଣାଇଁ,୭ା୭(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଗୁରୁଣ୍ଡିଆ ଥାନା ଅନ୍ତର୍ଗତ ବାଦଲଗିରି ଜଳପ୍ରପାତକୁ ଭୋଜି କରିବାକୁ ଆସିଥିବା ୧୩ ଜଣ ଯୁବକଙ୍କ ମଧ୍ୟରୁ ଗାଧୋଇବା ବେଳେ ଜଣେ ନିଖୋଜ ହୋଇଯାଇଥିବା ଘଟଣା ପ୍ରଚାରିତ ହେବା ପରେ ଏକ ଭିନ୍ନ ଧରଣର ଆଶଙ୍କା ସୃଷ୍ଟି ହୋଇଛି।

ରାଜଗାଙ୍ଗପୁରରୁ ରବିବାର ବାଦଲଗିରିକୁ ସମୁଦାୟ ୧୩ ଜଣ ଯୁବକ ବଣଭୋଜି ପାଇଁ ଆସିଥିବା ବେଳେ ସେମାନେ ମଧ୍ୟାହ୍ନ ପ୍ରାୟ ଗୋଟାଏରେ ବେଳେ ଜଳପ୍ରପାତରେ ପହଞ୍ଚିଥିଲେ। କିଛିଜଣ ରୋଷେଇରେ ବ୍ୟସ୍ତ ଥିବା ଓ ତାଙ୍କ ମଧ୍ୟରୁ ୪ ଜଣ ଗାଧୋଉଥିବା ସମୟରେ ତାଙ୍କ ମଧ୍ୟରୁ ଗୌର ବିପ୍ରବ ନାମକ ୨୨ ବର୍ଷୀୟ ଯୁବକ ନିଖୋଜ ହୋଇଯାଇଥିବା ନେଇ ପୋଲିସ ନିକଟରେ ସୂଚନା ରହିଛି। ନିଖୋଜ ଯୁବକ ରାଜଗାଙ୍ଗପୁର ଲିପିଲୋଇ, ପାନପଡ଼ା ଅଞ୍ଚଳର ଗୌର ବିପ୍ରବ ବୋଲି ସ୍ପଷ୍ଟ ହୋଇଛି। ଗତକାଲି ଖବର ପାଇ ଗୁରୁଣ୍ଡିଆ ପୋଲିସ ଓ ଅଗ୍ନିଶମ ବାହିନୀର ଯବାନମାନେ ନିଖୋଜ ଯୁବକକୁ ଖୋଜୁଥିଲେ ହେଁ ଅଦ୍ୟାବଧି କୌଣସି ସଫଳତା ହାସଲ କରିନଥିବା ସୂଚନା ରହିଛି। ଅପରପକ୍ଷରେ ଲଗାଣ ବର୍ଷା ଫଳରେ ସାଧାରଣ ଜନଜୀବନ ପ୍ରଭାବିତ ହୋଇଛି କିନ୍ତୁ ଏହି ଅସମୟରେ ଯୁବକଙ୍କ ପିକନିକ୍‌ କଥାକୁ ସହଜରେ ଗ୍ରହଣୀୟ ହେଉ ନ ଥିବା ଦିଗରୁ ସମସ୍ତ ସାଙ୍ଗକୁ ଅଟକ ରଖି ତଦନ୍ତ କରୁଛି ଗୁରୁଣ୍ଡିଆ ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri