ପ୍ରକ୍ରିୟାକରଣ ହେବ ଷ୍ଟ୍ରବେରୀ-ହଳଦୀ-କଫି, ରାଜ୍ୟ ମିଶନ ଶକ୍ତି ନିର୍ଦ୍ଦେଶିକା ଦାରିଙ୍ଗବାଡ଼ି ଆସି…

ଦାରିଙ୍ଗବାଡ଼ି,୭ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ ରବିବାର ରାଜ୍ୟ ମିଶନ ଶକ୍ତି ନିର୍ଦ୍ଦେଶିକା ତଥା ଆଇଏଏସ୍‌ ମନିକା ପ୍ରିୟଦର୍ଶିନୀ ଦାରିଙ୍ଗବାଡ଼ି ଗସ୍ତରେ ଆସିଥିଲେ। ସେ ଶନିବାର ସନ୍ଧ୍ୟାରେ ଦାରିଙ୍ଗବାଡ଼ି ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ ପହଞ୍ଚିବା ପରେ ବିଡିଓ ପ୍ରୀତିରଞ୍ଜନ ରଥ ତାଙ୍କୁ ସ୍ବାଗତ କରିଥିଲେ। ରବିବାର ଦାରିଙ୍ଗବାଡ଼ିର କଫି ବଗିଚା ଓ ସେଠାରେ ଥିବା କଫି କାଫେ ସମେତ ହିଲଭିୟୁ ପାର୍କ, ଦଣ୍ଡିମାଠାରେ ଥିବା ମିଶନଶକ୍ତି ମହିଳାଙ୍କ ହଳଦୀ ପ୍ରକ୍ରିୟା କରଣ କେନ୍ଦ୍ର ଓ ସୁଲୁମାହାଠାରେ ରହିଥିବା ମିଶନଶକ୍ତିର ହଳଦୀ ପ୍ରକ୍ରିୟାକରଣ କେନ୍ଦ୍ର ଆଦି ବୁଲି ଦେଖିଥିଲେ।

ପ୍ରକାଶ ଯେ, ମିଶନଶକ୍ତିର ମହିଳାମାନେ ଉକ୍ତ ବ୍ଲକର ଏକାଧିକ ସ୍ଥାନରେ ଷ୍ଟ୍ରବେରୀ ଚାଷ କରୁଛନ୍ତି ଏହା କମ୍‌ ସମୟ ମଧ୍ୟରେ ଚାଷ ଓ ଅମଳ ହେଉଥିବା ବେଳେ ମହିଳାଙ୍କୁ ଲାଭବାନ କରାଉଛି କିନ୍ତୁ ପ୍ରକ୍ରିୟାକରଣ ବ୍ୟବସ୍ଥା ହୋଇଥିଲେ ଷ୍ଟ୍ରବେରୀ ବର୍ଷ ସାରା ରୋଜଗାର ଦେଇପାରିବ ସ୍କ୍ବାସ୍‌ ଏବଂ ଜାମ୍‌ ପ୍ରସ୍ତୁତ କରିବା ପାଇଁ ସରକାରୀ କିମ୍ବା ବେସରକାରୀ ସ୍ତରରେ ପ୍ରକ୍ରିୟାକରଣ ପାଇଁ ବ୍ୟବସ୍ଥା କରାଗଲେ ଆହୁରି ଅଧିକ ଲାଭବାନ ସହ ଷ୍ଟ୍ରବେରୀ ଚାଷ ଆହୁରି ଅଧିକା ଚାଷୀ କରିପାରିବେ ବୋଲି ନିର୍ଦ୍ଦେଶିକା କହିବା ସହ ଏହାକୁ ସେ ପଦକ୍ଷେପ ନେବେ ବୋଲି ବିଡିଓଙ୍କୁ କହିଥିଲେ।

ସେହିପରି ବିଶ୍ୱବିଖ୍ୟାତ କନ୍ଧମାଳ ହଳଦୀର ପ୍ରକ୍ରିୟାକରଣ ସହ ଜିଆଇ ଟ୍ୟାଗ୍‌ ଲେବଲ୍‌, ବ୍ରାଣ୍ଡିଂ ଲେବଲ୍‌ରେ ବିକ୍ରିବଟା ଓ ପ୍ରକ୍ରିୟାକରଣ କରାଯିବାକୁ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି। ସେହିପରି ଜୈବିକ ପଦ୍ଧତିରେ ଚାଷ କରାଯାଇଉଥିବା ତଥା ଦାରିଙ୍ଗବାଡ଼ିକୁ ସ୍ବତନ୍ତ୍ର ପରିଚୟ ଦେଇଥିବା କଫି ଏବେ ଟିଡିସିସି ତୋଳିବା ସହ ତାକୁ କୋରାପୁଟକୁ ପ୍ରକ୍ରିୟକରଣ ପାଇଁ ପଠାଯାଇ କୋରାପୁଟ ବ୍ରାଣ୍ଡିଂରେ ବିକ୍ରି କରାଯାଉଛି। ତେଣୁ ଦାରିଙ୍ଗବାଡ଼ିରେ କଫିର ପ୍ରକ୍ରିୟାକରଣ କରାଯିବାକୁ ରାଜ୍ୟ ସରକାର ପଦକ୍ଷେପ ନେବେ। ଏଥିସହ କଫି ଚାଷକୁ ଆହୁରି ଅଧିକ ଜମିରେ ଚାଷ ବ୍ୟବସ୍ଥା କରାଯିବ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟ ମିଶନ ଶକ୍ତିର ନିର୍ଦ୍ଦେଶିକା ମନିକା ପ୍ରିୟଦର୍ଶିନୀ ଦାରିଙ୍ଗବାଡ଼ିରେ ଥିବା ମିଶନଶକ୍ତିର କାଫେରେ ଭୋଜନ କରିଥିଲେ ଓ ମହିଳା ସଦସ୍ୟଙ୍କ ସହ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri