‘ମନମୋହନଙ୍କ ପାଇଁ ରାଜ୍ୟରେ ସରକାର’, ପ୍ରଶଂସାରେ ପୋତିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮।୭: ଓଡ଼ିଶା ଭାଜପାର ରାଜ୍ୟ ସଭାପତି ଭାବେ ଚତୁର୍ଥ ଥର ପାଇଁ ନିର୍ବାଚିତ ହୋଇଥିବା ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଶଂସାରେ ପୋତିଛନ୍ତି। ସର୍ବସମ୍ମତିକ୍ରମେ ନିର୍ଦ୍ୱନ୍ଦ୍ୱରେ ସଭାପତି ନିର୍ବାଚିତ ହେବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘୨୦୨୪ରେ ମନମୋହନ ଭାଇଙ୍କ ଦୃଢ଼ ନେତୃତ୍ୱ ଯୋଗୁଁ ବିଜେପି ରାଜ୍ୟରେ ଏକାକୀ ସରକାର ଗଠନ କରିବାରେ ସଫଳ ହୋଇଛି।’

ମନମୋହନ ସାମଲଙ୍କ ନେତୃତ୍ୱରେ ଭାଜପା ଲୋକସଭା ନିର୍ବାଚନରେ ୨୧ରୁ ୨୦ଟି ଆସନ ଜିତି ଓଡ଼ିଶାକୁ କେନ୍ଦ୍ରରେ ଆକର୍ଷଣର କେନ୍ଦ୍ରବିନ୍ଦୁରେ ପରିଣତ କରିଛି। ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, “ମନମୋହନ ଭାଇଙ୍କ ବିଚକ୍ଷଣ ସାଙ୍ଗଠନିକ ଦକ୍ଷତା ଓ କାର୍ଯ୍ୟକର୍ତ୍ତାଙ୍କ ପ୍ରତି ସମର୍ପଣ ଭାବ ଦଳକୁ ନୂତନ ଉଚ୍ଚତା ଦେଇଛି।”

ମନମୋହନ ସାମଲଙ୍କ ରାଜନୈତିକ ଯାତ୍ରା ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ABVP)ରୁ ଆରମ୍ଭ ହୋଇ ବିଧାୟକ, ମନ୍ତ୍ରୀ, ଏମପି ଓ ଏବେ ଚତୁର୍ଥ ଥର ପାଇଁ ରାଜ୍ୟ ଭାଜପା ସଭାପତି ପର୍ଯ୍ୟନ୍ତ ଏକ ପ୍ରେରଣାଦାୟୀ କାହାଣୀ। ୧୯୭୯ରେ ଭଦ୍ରକ ମହାବିଦ୍ୟାଳୟର ଛାତ୍ର ସଂସଦ ସଭାପତି ହେବା ସହ ରାଜନୀତିରେ ପାଦ ଦେଇଥିବା ସାମଲ ୧୯୯୯ରେ ପ୍ରଥମେ ରାଜ୍ୟ ଭାଜପା ସଭାପତି ହୋଇଥିଲେ। ତାଙ୍କ ନେତୃତ୍ୱରେ ଭାଜପା ୨୦୦୦ରେ ବିଜେଡି ସହ ମେଣ୍ଟ କରି ରାଜ୍ୟରେ ସରକାର ଗଠନ କରିଥିଲା।

ସାମଲଙ୍କ ପୁନଃନିର୍ବାଚନ ପରେ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ଉତ୍ସାହର ପରିବେଶ ଦେଖାଦେଇଛି। ନିର୍ବାଚନ ପର୍ଯ୍ୟବେକ୍ଷକ ସଞ୍ଜୟ ଜୟସ୍ୱାଲ ବିଧିବଦ୍ଧ ଭାବେ ତାଙ୍କ ନାମ ଘୋଷଣା କରିଛନ୍ତି। ରାଜ୍ୟ ଭାଜପାର ନେତାମାନେ ସାମଲଙ୍କ ନେତୃତ୍ୱରେ ଦଳର ସଂଗଠନ ଆହୁରି ଶକ୍ତିଶାଳୀ ହେବ ବୋଲି ଆଶା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭାରେ ବଦଳିବ ନମ୍ବର ଗେମ, ୨୦୨୬ରେ ୭୫ ଆସନରେ ହେବ ନିର୍ବାଚନ

ନୂଆଦିଲ୍ଲୀ,୨୩।୧୨: ୨୦୨୬ ମସିହାରେ ସାରା ଦେଶରେ ବଡ଼ ଧରଣର ନିର୍ବାଚନ ହେବାର କାର୍ଯ୍ୟକ୍ରମ ରହିଛି। କେରଳ, ତାମିଲନାଡୁ, ଆସାମ ଏବଂ ପଶ୍ଚିମବଙ୍ଗ ଭଳି ପ୍ରମୁଖ ରାଜ୍ୟରେ...

ରଙ୍ଗୋଲିରେ ବରଗଡ଼ ଧନୁଯାତ୍ରା ମହୋତ୍ସବ

ବରଗଡ଼,୨୩।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଏଥର ଅଧିକ ଆକର୍ଷଣୀୟ କରିବା ପାଇଁ ବିଭିନ୍ନ ପରିକଳ୍ପନା କରାଯାଇଛି। ଏହି କ୍ରମରେ ବିଗତ ବର୍ଷଭଳି ଏଥର ମଧ୍ୟ...

ନିଜ ସରକାରଙ୍କୁ ଚେତାବନୀ ଦେଲେ ଭାଜପା ବିଧାୟକ

ଜୟପୁର,୨୩।୧୨: ରାଜସ୍ଥାନ ଯୋଧପୁରର ସୁରସାଗର ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ଦେବେନ୍ଦ୍ର ଯୋଶୀଙ୍କ ଏକ ବୟାନ ଏବେ ଶିରୋନାମାରେ ପରିଣତ ହେଉଛି। ତାଙ୍କ ବୟାନ ପରେ ବିରୋଧୀ...

ଛାତ ଉପରକୁ ଯାଇଥିବାବେଳେ ମାଙ୍କଡ କଲା ଆକ୍ରମଣ, ଉପରୁ ତଳକୁ ଖସି ପଡି ମହିଳା ଗୁରୁତର

ଦେବଗଡ,୨୩।୧୨(ଶଶାଙ୍କ ଶେଖର ଝାଙ୍କର): ମାଙ୍କଡ ଆକ୍ରମଣରେ ଦେବଗଡ ପୌରାଞ୍ଚଳର ଜଣେ ମହିଲା ଗୁରୁତର ଆହତ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ଦେବଗଡ଼ ପୌରାଞ୍ଚଳ ଖପର...

ଜାନୁଆରୀ ୩୧ ସୁଦ୍ଧା ଟଙ୍କା ଫେରିପାଇବେ ୫ ଲକ୍ଷ କ୍ଷୁଦ୍ର ଚିଟ୍‌ଫଣ୍ଡ ଜମାକାରୀ

ଭୁବନେଶ୍ୱର, ୨୩।୧୨(ସୁନିତ୍‌ ମିଶ୍ର): ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଥିବା ସମସ୍ତ କ୍ଷୁଦ୍ର ଆବେଦନକାରୀଙ୍କୁ ଟଙ୍କା ଫେରସ୍ତ ପାଇବା ଲାଗି ଆବେଦନ କରିବାକୁ ଅର୍ଥ ବିଭାଗ ବିଜ୍ଞପ୍ତି ଜାରି...

ହେବକି ତୃତୀୟ ବିଶ୍ବଯୁଦ୍ଧ, ଆମେରିକା ନିର୍ମାଣ କରୁଛି ସବୁଠି ଘାତକ ଯୁଦ୍ଧଜାହାଜ

ନୂଆଦିଲ୍ଲୀ,୨୩।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯେକୌଣସି ପରିସ୍ଥିତିରେ ରେକର୍ଡ ପରେ ରେକର୍ଡ କରିବାକୁ ଚାହାନ୍ତି । ଏହି ଲକ୍ଷ୍ୟରେ ଟ୍ରମ୍ପ ପ୍ରାୟତଃ ନାର୍ସିସିଜିମର ଚରମ...

କ୍ଷମତାରୁ ଯିବା ପରେ ବିଜେଡିକୁ ଆଉ ମିଳୁନି ଚାନ୍ଦା, ଆୟ ସମ୍ପର୍କିତ ସତ୍ୟପାଠରୁ ସାମ୍ନାକୁ ଆସିଲା ବଡ଼ ତଥ୍ୟ

ଭୁବନେଶ୍ୱର, ୨୩।୧୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ବାଚନରେ ପରାଜୟ ପରେ ବିଜେଡିକୁ ଆଉ ଚାନ୍ଦା(ଡୋନେଶନ) ମିଳୁନାହିଁ। କ୍ଷମତାରୁ ଯିବା ପରେ ବିଜେଡିକୁ ଆଉ ଚାନ୍ଦା ଦେବାକୁ କେହି...

ଦକ୍ଷିଣ ଏସିଆ ପିଲାଙ୍କ ବିକାଶରେ ବାଧକ ଜଳବାୟୁ ପରିବର୍ତ୍ତନ

ନୂଆଦିଲ୍ଲୀ,୨୩ା୧୨: ଜଳବାୟୁ ପରିବର୍ତ୍ତନ ଯୋଗୁ ଉତ୍ତାପ ଏବଂ ଆର୍ଦ୍ରତା ବଢ଼ୁଥିବାବେଳେ ଏହା ଦକ୍ଷିଣ ଏସୀୟ ପିଲାମାନଙ୍କ ଉପଯୁକ୍ତ ବିକାଶକୁ ପ୍ରଭାବିତ କରୁଛି। ୨୦୫୦ ସୁଦ୍ଧା ଉପଯୁକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri