ସରିଲା ନିଳାଦ୍ରୀବିଜେ: ରସଗୋଲା ଦେଇ ମା’ଲକ୍ଷ୍ମୀଙ୍କ ମାନଭଞ୍ଜନ କଲେ କାଳିଆ ସାଆନ୍ତେ

ବାଲିଗୁଡା,୮।୭:(ସଞ୍ଜୟ କୁମାର ପାଣିଗ୍ରାହୀ): ସରିଲା ଘୋଷଯାତ୍ରା। ୧୨ ଦିନର ଲୀଳାଖେଳା ଶେଷ କରି ନୀଳାଦ୍ରିବିଜେ କରିଛନ୍ତି ନୀଳାଦ୍ରିନାଥ । ରଥରେ ବଡ ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ଜନ୍ମବେଦୀକୁ ଯାଇଥିଲେ। ହେଲେ ମହାପ୍ରଭୁ ମା’ ଲକ୍ଷ୍ମୀଙ୍କୁ ନେଇ ନ ଥିଲେ। ଏନେଇ ରୋଷ କରିଥିଲେ ମହାଲକ୍ଷ୍ମୀ। ମହାପ୍ରଭୁ ଶ୍ରୀଜଗନ୍ନାଥ ମା’ଲକ୍ଷ୍ମୀଙ୍କୁ ରସଗୋଲା ଦେଇ ମାନଭଞ୍ଜନ କରି ରତ୍ନବେଦୀକୁ ବିରାଜମାନ କରିଥିଲେ। ଏହି ପରିପ୍ରେକ୍ଷୀରେ କନ୍ଧମାଳ ଜିଲା ବାଲିଗୁଡା ଶ୍ରୀଜଗନ୍ନାଥ ମହାପ୍ରଭୁ ମନ୍ଦିର ଟ୍ରଷ୍ଟ ପକ୍ଷରୁ ଶ୍ରୀଜଗନ୍ନାଥଙ୍କ ନିଳାଦ୍ରୀ ବିଜେରେ ଶତାଧିକ ଭକ୍ତଙ୍କ ସମାଗମ ହୋଇଥିଲା। ଭକ୍ତଙ୍କ ହରିବୋଲ ହୁଳହୁଳିରେ ଶ୍ରୀମନ୍ଦିର ପରିସର ପ୍ରକମ୍ପିତ ହୋଇପଡିଥିଲା।

କାଳିଆ ଠାକୁରଙ୍କୁ ରଥରୁ ଓହ୍ଲାଇ ପହଣ୍ଡି କରି ମନ୍ଦିରକୁ ଅଣାଯାଇଥିବା ବେଳେ ଅଭିମାନ କରି ମହାଲକ୍ଷ୍ମୀ କବାଟ ପକାଇ ଦେଇଥିଲେ। ମହାପ୍ରଭୁ ଜଗନ୍ନାଥ ରସଗୋଲା ଦେଇ ମହାଲକ୍ଷ୍ମୀଙ୍କ ମାନଭଞ୍ଜନ କରିଥିଲେ। ଏହି ସମୟରେ ପରମ୍ପରା ଅନୁସାରେ ହୋଇଥିବା ବଚନିକା ପାଠ ଓ ଲକ୍ଷ୍ମୀ ଓ ଜଗନ୍ନାଥଙ୍କ ଭେଟ ଦେଖିବା ସହ ଆର୍ଶୀବାଦ ଭିକ୍ଷା ଲାଗି ଭକ୍ତଙ୍କ ଭିଡ ଜମିଥିଲା। ଏପରିକି ରସଗୋଲା ନିଳାଦ୍ରି ବିଜେ ଶ୍ରୀଜଗନ୍ନାଥଙ୍କ ପାଖରେ ଭୋଗ ଲାଗି ଥାଏ l ଭୋଗ ଲାଗିସାରିଥିବା ସେହି ରସଗୋଲାକୁ ଭକ୍ତମାନଙ୍କ ମଧ୍ୟରେ ବଣ୍ଟନ କରାଯାଇଥିଲା।

ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ଉପଖଣ୍ଡ ଆରକ୍ଷୀ ଅଧିକାରୀ ରାମେନ୍ଦ୍ର ପ୍ରସାଦଙ୍କ ନିର୍ଦ୍ଦେଶ କ୍ରମେ ଥାନା ଅଧିକାରୀ ସମ୍ବିତ କୁମାର ସ୍ବାଇଁଙ୍କ ନେତୃତ୍ୱରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିଲା l ଶ୍ରୀ ଜଗନ୍ନାଥ ମନ୍ଦିର ଟ୍ରଷ୍ଟର ଟି. ଶ୍ରୀନିବାସ ରାଓ, ମଧୁସୂଦନ ଦାସ, ଲୋକନାଥ ପାଢ଼ୀଙ୍କ ସମେତ ସମସ୍ତ ସଦସ୍ୟ ଏବଂ ଅଞ୍ଚଳର ପର୍ଶୁରାମ ବାହିନୀ, ବ୍ରାହ୍ମଣ ସମିତି, ବିଭିନ୍ନ ଯୁବକ ସଂଘ, ମହିଳା ସଂଘ, ସ୍ବେଚ୍ଛାସେବୀ ଅନୁଷ୍ଠାନର କର୍ମକର୍ତ୍ତା ଉପସ୍ଥିତ ରହି ନୀଳାଦ୍ରିବିଜେ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri