ଶ୍ରୀମନ୍ଦିରକୁ ବାହୁଡ଼ିଲେ ଦାରୁଦିଅଁ, କାଲିଠୁ ପୁଣି ଭକ୍ତ ପାଇବେ ନୀଳାଚଳ ଅବଢ଼ା

ପୁରୀ,୮ା୭(ଅଜିତ୍‌ କୁମାର ମହାନ୍ତି)-ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହିତ ନବଦିନାତ୍ମକ ଯାତ୍ରା ସାରି ଆଷାଢ଼ ଶୁକ୍ଳ ତ୍ରୟୋଦଶୀ ତିଥି ନୀଳାଦ୍ରି ବିଜେ ଅବସରରେ ମଙ୍ଗଳବାର ଶ୍ରୀମନ୍ଦିର ରତ୍ନସିଂହାସନକୁ ବାହୁଡ଼ା ବିଜେ କରିଛନ୍ତି। ଏଥିସହ ଚଳିତବର୍ଷର ଘୋଷଯାତ୍ରା ସମ୍ପନ୍ନ ହୋଇଛି। ବୁଧବାରଠାରୁ ଭକ୍ତଙ୍କୁ ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତି ଦର୍ଶନ ଦେବେ। ସେହିପରି ଭକ୍ତମାନେ ନୀଳାଚଳ ଅବଢ଼ା ପାଇପାରିବେ।

ମଙ୍ଗଳବାର ସକାଳ ୬ଟା ୫୦ରୁ ୭ଟା ୧୦ ମଙ୍ଗଳ ଆଳତି, ମଇଲମ ୭ଟା ୧୫, ତଡ଼ପଲାଗି ୭ଟା ୧୦ରୁ ୭ଟା ୩୦, ଅବକାଶ ୭ଟା ୪୫ରୁ ୮ଟା ୨୦, ବେଶ ୮ଟା ୫୫, ଗୋପାଳବଲ୍ଲଭ ୯ଟା ୪୫ରେ ସରିଥିଲା। ସକାଳଧୂପ ୧୧ଟାରେ ସରି ମଇଲମ ୧୧ଟା ୧୦, ରଥରେ ମହାସ୍ନାନ ଶେଷ ୧୧ଟା ୪୫, ତିନିରଥ ସର୍ବାଙ୍ଗ ୧୨ଟା ୧୦, ମଧ୍ୟାହ୍ନ ଧୂପ ୧ଟା ୪୫, ମଇଲମ ଓ ବେଶ ହୋଇ ସନ୍ଧ୍ୟା ଆଳତି, ସନ୍ଧ୍ୟାଧୂପ ଶେଷ ପରେ ତିନି ରଥର ଘୋଡ଼ାଫିଟା ସହ ଚାରମାଳ ବନ୍ଧାଯାଇଥିଲା। ରଥରେ ମୁଦିରସ୍ତ ପୁଷ୍ପାଞ୍ଜଳି ପ୍ରଦାନ କରିଥିଲେ। ଶ୍ରୀମନ୍ଦିର ପ୍ରଶାସନର ନୀତିନିର୍ଘଣ୍ଟଠାରୁ ବିଳମ୍ବରେ ପହଣ୍ଡି ଆରମ୍ଭ ହୋଇଥିଲା। ବିଜେ କାହାଳୀ ବାଜିଥିଲା। ଦାରୁବିଗ୍ରହମାନେ ରଥ ସିଂହାସନ ଛାଡ଼ି ହଂସପଟା ନିକଟକୁ ଆସିବା ପରେ ଟାହିଆ ଲାଗି ହୋଇଥିଲା। ପତିମହାପାତ୍ର ସେବକ ଘଷା ଓ ବିଡ଼ିଆମଣୋହୀ କରିବା ସହ ଆଳତି ବନ୍ଦାପନା କରିଥିଲେ। ପ୍ରଥମେ ରଥରୁ ମଦନମୋହନ, ରାମକୃଷ୍ଣ ଓ ଚକ୍ରରାଜ ଶ୍ରୀସୁଦର୍ଶନ ଗୋଟିପହଣ୍ଡିରେ ଶ୍ରୀମନ୍ଦିରକୁ ବିଜେ କରିଥିଲେ। ପରେ ପ୍ରଭୁ ବଳଭଦ୍ର, ଦେବୀ ସୁଭଦ୍ରା ଓ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହଣ୍ଡି ହୋଇଥିଲା। ଘଣ୍ଟ, ସଂକୀର୍ତ୍ତନ, ହରିବୋଲ, ହୁଳହୁଳିରେ ପ୍ରକମ୍ପିତ ହୋଇଠିଥିଲା ବଡ଼ଦାଣ୍ଡ। ଶ୍ରୀଜଗନ୍ନାଥ ରଥ ହଂସପଟା ନିକଟକୁ ଆସିବା ପରେ ଲକ୍ଷ୍ମୀଠାକୁରାଣୀଙ୍କୁ ମହାଜନ ସେବକମାନେ ହାତରେ ବିଜେ କରାଇଆଣି ଡମ୍ବରୁ ଉପରେ ବିଜେ କରାଇଥିଲେ। ପତିମହାପାତ୍ର ରଥରେ ମହାପ୍ରଭୁଙ୍କର ଏବଂ ଭେଟମଣ୍ଡପଠାରେ ଭିତରଚ୍ଛ ମହାପାତ୍ର ମହାଲକ୍ଷ୍ମୀଙ୍କ ବନ୍ଦାପନା କରିଥିଲେ। ମହାଲକ୍ଷ୍ମୀ ଶ୍ରୀମନ୍ଦିରକୁ ବିଜେ କରିଥିଲେ। ଶ୍ରୀଜଗନ୍ନାଥ ଆସିବା ପୂର୍ବରୁ ବନ୍ଦ ରଖାଯାଇଥିବା ସିଂହଦ୍ୱାରକୁ ଖୋଲି ଦିଆଯାଇଥିଲା। ମହାପ୍ରଭୁ ପହଣ୍ଡି ହୋଇ ଜୟବିଜୟ ଦ୍ୱାର ପାଖକୁ ଯାଇଥିଲେ। ବନ୍ଦ ଥିବା ଜୟବିଜୟ ଦ୍ୱାର ନିକଟରେ ବଚନିକା ହୋଇଥିଲା। ଏହାପରେ ଜୟବିଜୟ ଦ୍ୱାର ଖୋଲାଯାଇଥିଲା। ଭଣ୍ଡାରଘରଠାରେ ମହାଲକ୍ଷ୍ମୀଙ୍କ ପାଖରେ ମହାପ୍ରଭୁ ବିଜେ ହୋଇଥିଲେ। ଠାକୁର ଠାକୁରାଣୀଙ୍କ ଗଇଁଠାଳ ଫିଟାଯାଇଥିଲା। ବନ୍ଦାପନା ପରେ ମହାଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ରସଗୋଲା ଭୋଗ କରାଯାଇଥିଲା। ମହାପ୍ରଭୁ ଘଷାବିଡିଆ ମଣୋହୀ ହୋଇ ରତ୍ନସିଂହାସନକୁ ବିଜେ କରିଥିଲେ। ପରେ ଅନ୍ୟାନ୍ୟ ନୀତି ସମ୍ପାଦନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଯାଉଥିଲେ ଯୁବକ, ଅଗରୁ ଜଗି ରହିଥିଲେ ଦୁର୍ବୃତ୍ତ: ପେଟରେ ଛୁରି ପୁରାଇ …

ଆସିକା,୧୧।୧୨(ସୁରେନ୍ଦ୍ରନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଗବନଳା-ଅତରଙ୍ଗ ରାସ୍ତା ତତରାନାଳ ନିକଟରେ ଜଣେ ଯୁବକଙ୍କୁ ସଙ୍ଘ ବଧ୍ୟ ଆକ୍ରମଣ ହୋଇଛି। ଦୁର୍ବୃତ୍ତ ଛୁରିରେ...

ସକାଳୁ ସକାଳୁ ବାଜିଲା ଗୁଳି….

ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...

ଗୋଆ ଅଗ୍ନିକାଣ୍ଡ: ଥାଇଲ୍ୟାଣ୍ଡରେ ଅଟକ ଦୁଇ କ୍ଲବ୍ ମାଲିକ

ଗୋଆ,୧୧ା୧୨: ଗୋଆ ଅଗ୍ନିକାଣ୍ଡ ଘଟଣାରେ ବଡ଼ ଆକ୍ସନ । ଥାଇଲ୍ୟାଣ୍ଡରେ ଅଟକ ରହିଲେ କ୍ଲବର ଦୁଇ ମାଲିକ । ତେବେ ଡିସେମ୍ବର ୬ ତାରିଖରେ ଗୋଆର ଆରପୋରାରେ...

ଅସହ୍ୟ, ଅସମ୍ଭାଳ  ହୋଇପଡ଼ିଲାଣି ଶୀତ: ଥରୁଛି  ଓଡ଼ିଶାର କଶ୍ମୀର 

ଦାରିଙ୍ଗବାଡି,୧୧।୧୨ (ଅରୁଣ ସାହୁ ): ଦିନକୁ ଦିନ ତାପମାତ୍ରା ତଳ ମୁହାଁ ହେବାରେ ଲାଗିଛି । ଏବେ ଶୀତ ଯେମିତି ଦାଉ ସାଧୁଛି ।ଏଭଳି ସ୍ଥିତି...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

ଚନ୍ଦାହାଣ୍ଡି ଧରିତ୍ରୀ ଖବରଦାତା ଦିଲୀପ ଦାସଙ୍କ ପରଲୋକ

ନବରଙ୍ଗପୁର,୧୧।୧୨(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ୍‌ ଧରିତ୍ରୀ ଖବରଦାତା ଦିଲୀପ ଦାସ (୫୪)ଙ୍କ ବୁଧବାର ସକାଳ ୯ଟାରେ ପରଲୋକ ଘଟିଛି। ସେ ୨୦୦୯ରୁ ଧରିତ୍ରୀ ଖବରଦାତାଭାବେ...

ଓଏଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳ, ୨୩ ଓଏଏସ୍‌ଙ୍କୁ…

ଭୁବନେଶ୍ୱର,୧୧ା୧୨ (ରବିନାରାୟଣ ଜେନା): ରାଜସ୍ୱ ବିଭାଗ ପକ୍ଷରୁ ବୁଧବାର ୨୩ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀଙ୍କ ବଦଳି କରାଯାଇଛି। ବିଭାଗର ବିଜ୍ଞପ୍ତି ଅନୁଯାୟୀ, ମୋ-ସ୍କୁଲ ଅଭିଯାନର...

କେନ୍ଦ୍ର ଅସହାୟ କି? ଇଣ୍ଡିଗୋ ସଙ୍କଟକୁ ନେଇ ହାଇକୋର୍ଟଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୧୧ା୧୨: ସପ୍ତାହେରୁ ଊର୍ଦ୍ଧ୍ୱ ସମୟ ଧରି ବିମାନସେବାରେ ବିଭ୍ରାଟର ସମ୍ମୁଖୀନ ହୋଇଥିବା ଦେଶର ସର୍ୱବୃହତ୍‌ ଏୟାରଲାଇନ୍‌ ଇଣ୍ଡିଗୋର ବହୁ ଫ୍ଲାଇଟ ଉଡ଼ାଣ ରଦ୍ଦ ହୋଇଯାଇଥିବାବେଳେ ଉକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri