କଥା କଟାକଟି ହେଲା କାଳ: ଯୁବକଙ୍କୁ ପିଟିପିଟି ମାରିଦେଲେ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ସଦର ଥାନା ଅନ୍ତର୍ଗତ ସରସରା ଗ୍ରାମରେ ଜଣେ ବିବାହିତ ଯୁବକ ଗଣେଶ ଓରଫ୍‌ ମନୋଜ ବାଗ(୩୦)ଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ପରିବାର ଲୋକେ ଏତଲା ଦେବା ପରେ ସ୍ଥାନୀୟ ସଦର ଥାନା ପୋଲିସ ଏକ ହତ୍ୟା ମାମଲା(ନଂ-୧୪୪/୨୫) ରୁଜୁ କରିଛି। ଏହି ଘଟଣାରେ ୨ଯୁବକଙ୍କୁ ଥାନାରେ ଅଟକ ରଖି ପଚାରାଉଚରା କରାଯାଉଥିବା ସୂଚନା ମିଳିଛି। ସେହିପରି ମଙ୍ଗଳବାର ପୂର୍ବାହ୍ନରେ ବ୍ୟବଚ୍ଛେଦ ପରେ ପୋଲିସ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରି ଘଟଣାର ଅଧିକ ତଦନ୍ତ ଚଳାଇଛି।
ସୂଚନା ଅନୁଯାୟୀ, ରବିବାର ମୃତ ଗଣେଶ ତାଙ୍କ ଅନ୍ୟ ୨ଜଣ ସାଙ୍ଗଙ୍କ ସହିତ ଅତାବିରା ଥାନା କାଠଡ଼େରାକୁ ବାହୁଡ଼ାଯାତ୍ରା ଦେଖିବାକୁ ଯାଇଥିଲେ। ବାହୁଡ଼ାଯାତ୍ରା ଦେଖି ସାରି ସେମାନେ ଫେରିବା ବାଟରେ ରାତିରେ ସରସରା ନିକଟ ଏକ ଢ଼ାବାରେ ଖିଆପିଆ କରିଥିଲେ। ତେବେ ସେଠାରୁ ଖିଆପିଆ ସାରି ଘରକୁ ଯିବା ବାଟରେ କୌଣସି ଘଟଣାକୁ ନେଇ ସେମାନଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ଗଣେଶଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ସେଠାରୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଜିଲା ମୁଖ୍ୟ ଡାକ୍ତରଖାନାକୁ ନିଆଯାଇଥିଲା। ସୋମବାର ଅପରାହ୍ନରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri