୧୪ରୁ କାର୍ଯ୍ୟବନ୍ଦ ଆନ୍ଦୋଳନ: କଳାବ୍ୟାଚ୍‌ ପିନ୍ଧି ରାଜସ୍ବ ଅମଲା ସଂଘର ବିକ୍ଷୋଭ

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ)-ବିଭିନ୍ନ ଦାବି ନେଇ ଓଡ଼ିଶା ରାଜସ୍ବ ଅମଲା ସଂଘ ଗତ ୭ ତାରିଖରୁ କଳାବ୍ୟାଚ ପିନ୍ଧି ଆନ୍ଦୋଳନ ଚଳାଇଛି। ଏହି ଆନ୍ଦୋଳନ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ୧୩ ତାରିଖ ସୁଦ୍ଧା ସରକାର ଦାବିଗୁଡ଼ିକ ପୂରଣ ନ କଲେ ୧୪ରୁ କଲମ ଛାଡ ଆନ୍ଦୋଳନ କରିବେ। ଉକ୍ତ ଆନ୍ଦୋଳନରେ ଭଞ୍ଜନଗର ଉପଖଣ୍ଡ ରାଜସ୍ବ ଅମଲା ସଂଘ ମଧ୍ୟ ସାମିଲ ହୋଇଛି। ତେଣୁ ସଙ୍ଘର କର୍ମକର୍ତ୍ତା୍‌ମାନେ ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନ କରିଥିଲେ।
ଦାବିଗୁଡ଼ିକ ହେଲା ରାଜସ୍ବ ଅମଲାଙ୍କ ମୂଳ ଦରମା ଓଆରଏସପି-୨୦୧୭ ନିୟମ ଅନୁଯାୟୀ ଲେବେଲ-୯ କୁ ବୃଦ୍ଧି,ତଥ୍ୟକୁ ଆଧାର କରି ନୂତନ ପଦବୀ ସୃଷ୍ଟି ଓ ପଦବୀ ପୁନର୍ଗଠନ, କାର୍ଯ୍ୟରତ ସରକାରୀ କର୍ମଚାରୀଙ୍କୁ ବାର୍ଷିକ ୨୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ବାସ୍ଥ୍ୟ ବୀମା, ପୁନଃ ଥଇଥାନ ଯୋଜନା ନିୟମାବଳୀ ଅନୁଯାୟୀ ମୃତ ସରକାରୀ କର୍ମଚାରୀଙ୍କ ପରିବାରର ଯେକୌଣସି ଜଣଙ୍କୁ ଯୋଗ୍ୟତା ଭିଭିରେ ନିଯୁକ୍ତି, ଓଡ଼ିଶା ରାଜସ୍ବ ସେବା ପଦ୍ଧତିରେ ରାଜସ୍ବ ଅମଲାଙ୍କୁ ଶତ ପ୍ରତିଶତ ପଦୋନ୍ନତି, ନୂତନ ପେନସନ ଯୋଜନାକୁ ରଦ୍ଦ କରି ପୁରାତନ ପେନଶନ ଯୋଜନା କାର୍ଯ୍ୟକାରୀ କରାଯିବା ପ୍ରମୁଖ ଦାବି ଅନ୍ତର୍ଭୁକ୍ତ। ଉକ୍ତ ଆନ୍ଦୋଳନରେ ଉପଖଣ୍ଡର ସମସ୍ତ ସଭ୍ୟା ସଭ୍ୟ ସାମିଲ ହୋଇ ଆନ୍ଦୋଳନ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri