ଭାରତ ବନ୍ଦ ଡାକରାରେ ବଲାଙ୍ଗୀରରେ ଜନଜୀବନ ପ୍ରଭାବିତ

ବଲାଙ୍ଗୀର,୯ା୭(ସୁନୀଲ କୁମାର ମହାନ୍ତି): ଶ୍ରମିକ ବିରୋଧୀ ଶ୍ରମ କୋଡ୍‌ ପ୍ରତ୍ୟାହାର ଦାବିରେ ଦିଆଯାଇଥିବା ସର୍ବଭାରତୀୟ ବନ୍ଦ ଡାକରା ଯୋଗୁ ବଲାଙ୍ଗୀର ଜିଲାରେ ଜନଜୀବନ ବ୍ୟାହତ ହୋଇଛି। ବିଭିନ୍ନ ଶ୍ରମିକ ସଙ୍ଗଠନ ପକ୍ଷରୁ ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ଧାରଣା ଦିଆଯାଇଛି। ବିଭିନ୍ନ ଶ୍ରମିକ ସଂଗଠନ, ବ୍ୟାଙ୍କ କର୍ମଚାରୀ କାର୍ଯ୍ୟ ବନ୍ଦ କରି ପ୍ରତିବାଦ ଜଣାଇଛନ୍ତି। ବିଭିନ୍ନ ବ୍ୟାଙ୍କ, ବୀମା ପ୍ରତିଷ୍ଠାନ, ସରକାରୀ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସହରରେ ବିଭିନ୍ନ ସଙ୍ଗଠନ ପକ୍ଷରୁ ରାଲି କରାଯାଇଛି। କେନ୍ଦ୍ର ସରକାର ଶ୍ରମିକମାନଙ୍କ ଅଧିକାର କ୍ଷୁଣ୍ଣ କରିବା ପାଇଁ ୨୭ଟି ଶ୍ରମ ଆଇନକୁ ଭାଙ୍ଗିଦେଇ ୪ଟି ଶ୍ରମ କୋଡ୍‌ ତିଆରି କରି ତାକୁ ଲାଗୁ କରିବାକୁ ଉଦ୍ୟମ କରୁଥିବା ଅଭିଯୋଗ କରିଛନ୍ତି ।

ଶ୍ରମିକ ବିରୋଧୀ ଶ୍ରମ କୋଡ୍‌ ପ୍ରତ୍ୟାହାର ଦାବିରେ ଭାରତ ବନ୍ଦ ଡାକରା ଦିଆଯାଇଥିବାରୁ ବିଭିନ୍ନ ବ୍ୟାଙ୍କ, ଗାଡିମୋଟର ଚଳାଚଳ ବନ୍ଦ ରହିଛି। କେନ୍ଦ୍ର ସରକାର ତୁରନ୍ତ ଏହାକୁ ପ୍ରତ୍ୟାହାର କରନ୍ତୁ ବୋଲି ଦାବି କରିଛନ୍ତି। ବିଭିନ୍ନ ସ୍କିମ୍‌ରେ କାମ କରୁଥିବା ଅଙ୍ଗନଓ୍ବାଡି, ଆଶାକର୍ମୀ, ପାଚିକା ବା ଉଦ୍ୟାନ ସାଥୀ ଭଳି ଶ୍ରମିକଙ୍କୁ ଶ୍ରମିକ ମର୍ଯ୍ୟାଦା ଦେବା, ସେମାନଙ୍କୁ ପାରିଶ୍ରମିକ ଭାବେ ମାସିକ ୨୬ ହଜାର ଟଙ୍କା ବେତନ ଦିଆଯିବା ଏବଂ ଅବସର ପରେ ମାସିକ ୧୦ ହଜାର ଟଙ୍କା ପେନ୍‌ସନ୍‌ ଦିଆଯିବା ଦାବି କରାଯାଉଛି। ଓଡ଼ିଶା ସେଲସ ରିପ୍ରେଜେଣ୍ଟେଟିଭ୍‌ ୟୁନିଅନ, ୟୁନାଇଟେଡ ଟ୍ରେଡ୍‌ ୟୁନିୟନ, ବ୍ୟାଙ୍କ କର୍ମଚାରୀ ସଂଘ, ଗ୍ରାମୀଣ ବ୍ୟାଙ୍କ କର୍ମଚାରୀ ସଂଘ ପକ୍ଷରୁ ଧାରଣା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri