ଡ୍ରାଇଭରଙ୍କ ଆନ୍ଦୋଳନ ଭିତରେ ଚମକାଇଲା ପେଟ୍ରୋଲ ଦର! କିଛି ସମୟରେ…

ଭୁବନେଶ୍ୱର, ୧୦।୭: ଓଡ଼ିଶାରେ ଡ୍ରାଇଭର ମହାସଂଘର ଆନ୍ଦୋଳନ ଯୋଗୁ ପେଟ୍ରୋଲ ଓ ଡିଜେଲ ସପ୍ଲାଇ ପ୍ରଭାବିତ ହୋଇଛି। ମଙ୍ଗଳବାରଠାରୁ ଆରମ୍ଭ ହୋଇଥିବା ଏହି ଆନ୍ଦୋଳନ ଫଳରେ ଜଟଣୀ, ପାରାଦୀପ ଓ ବାଲେଶ୍ୱର ଭଳି ସ୍ଥାନରେ ତୈଳ ଡିପୋରୁ ପରିବହନ ସମ୍ପୂର୍ଣ୍ଣ ବନ୍ଦ ରହିଛି। ଉତ୍କଳ ପେଟ୍ରୋଲିୟମ ଡିଲର ସଂଘର ସାଧାରଣ ସଂପାଦକ ସଂଜୟ ଲାଠ ସୂଚନା ଦେଇଛନ୍ତି ଯେ, ଯଦି ଏହି ସ୍ଥିତି ଜାରି ରହେ, ତେବେ ଗୁରୁବାର ସୁଦ୍ଧା ରାଜ୍ୟର ଅନେକ ପେଟ୍ରୋଲ ପମ୍ପରେ ତୈଳ ସରିଯାଇପାରେ। ତୃତୀୟ ଦିନରେ ଡ୍ରାଇଭର ମହାସଂଘର ଆନ୍ଦୋଳନ ଜାରି ରହିଛି । ଚାଲୁନି ଗାଡ଼ିମୋଟର। ଗନ୍ତବ୍ୟ ସ୍ଥଳକୁ ଯାଇ ପାରୁନାହାନ୍ତି ଯାତ୍ରୀ  ତେବେ ଆସନ୍ତୁ ଜାଣିବା କେତେ ଅଛି ଆଜିର ତେଲ ଦର?

ନୟାଗଡ଼, ଜଗତସିଂହପୁର ଓ ଭୁବନେଶ୍ୱରରେ ପେଟ୍ରୋଲ ପମ୍ପଗୁଡ଼ିକରେ ଲୋକଙ୍କ ଲମ୍ବା ଲାଇନ ଦେଖାଯାଇଛି। ଲୋକମାନେ ତୈଳ ସରିଯିବା ଆଶଙ୍କାରେ ଅଧିକ ପରିମାଣରେ ପେଟ୍ରୋଲ ଓ ଡିଜେଲ କିଣୁଛନ୍ତି। ତୈଳ ପରିବହନ ବନ୍ଦ ହେବା ଯୋଗୁ ଏଲପିଜି ସପ୍ଲାଇ ମଧ୍ୟ ପ୍ରଭାବିତ ହୋଇଛି। ତେବେ, ଖୋର୍ଦ୍ଧାର ଜଟଣୀ ଡିପୋରୁ ବୁଧବାର ରାତିଠୁ ତୈଳ ପରିବହନ ସୱାଭାବିକ ହୋଇଛି ବୋଲି ଡିପୋ ମ୍ୟାନେଜର ସୂଚନା ଦେଇଛନ୍ତି। ଏହା ସତ୍ତ୍ୱେ, ରାଜ୍ୟର ଅନ୍ୟ ଅଞ୍ଚଳରେ ସ୍ଥିତି ଏପର୍ଯ୍ୟନ୍ତ ଉଦବେଗଜନକ ରହିଛି। ଡ୍ରାଇଭର ମହାସଂଘର ୭ ଦଫା ଦାବି ପୂରଣ ନହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ସୂଚନା ମିଳିଛି।

ସରକାର ଓ ତୈଳ କମ୍ପାନୀମାନେ ଏହି ସଙ୍କଟ ନିରାକରଣ ପାଇଁ ଆଲୋଚନା ଜାରି ରଖିଛନ୍ତି। ତେବେ, ସାଧାରଣ ଲୋକଙ୍କୁ ଅନୁରୋଧ କରାଯାଇଛି ଯେ ଆତଙ୍କିତ ନହୋଇ ଆବଶ୍ୟକ ଅନୁସାରେ ତୈଳ କିଣନ୍ତୁ। ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧.୧୧ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨.୬୯ ପଇସା ରହିଛି । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ଭାରତ ଉପରେ ଲାଗିବ ନାହିଁ ୫୦୦% ଟାରିଫ୍‌, ଟାର୍ଗେଟ୍‌ରେ ଏବେ ଏହି ଦେଶ, ବଡ଼ ଖୁଲାସା କଲେ…

ଓ୍ବାଶିଂଟନ୍‌,୨୧।୧: ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ କହିଛନ୍ତି ଯେ ରୁଷୀୟ ତୈଳ କିଣୁଥିବା ଦେଶଗୁଡ଼ିକ ଉପରେ ୫୦୦% ଟାରିଫ୍‌ ଲାଗୁ କରିବା ପାଇଁ ରାଷ୍ଟ୍ରପତି...

ସାମ୍ରାଜ୍ୟବାଦର ନଗ୍ନ ରୂପ

ଶୀତଳ ଯୁଦ୍ଧର ଅବସାନ ପରେ ସାମ୍ରାଜ୍ୟବାଦୀ ଆମେରିକାର ଔଦ୍ଧତ୍ୟ ଯେ ବହୁଗୁଣା ବଢ଼ିଯାଇଛି, ଏଥିରେ କେହି ଦ୍ୱିମତ ହେବେ ନାହିଁ। କେତେକ ରାଷ୍ଟ୍ରରେ ସାମରିକ ଶକ୍ତି...

ଆପଣା ପଣରେ ନାରୀ

ରାଜା ବ୍ରାହ୍ମଣମାନଙ୍କୁ ପୁଚ୍ଛାକଲେ, ‘ଯେଉଁ ଫଳ ଉପୁଜାଇ ସେ ଫଳ ଖାଇ କି ନ ଖାଇ’। ତହିଁକି ବ୍ରାହ୍ମଣ ବୋଇଲେ ଯେ ଯେଉଁ ଫଳ ଉପୁଜାଇ...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ପୁଣି ଥର୍‌ ଆତଙ୍କ: ଆସିଲା ବୁଲେଟ୍‌କୁ ପିଟିଲା , ଜଣେ ମୃତ…

ଭୁବନେଶ୍ୱର,୨୧।୧: ରାଜଧାନୀରେ ପୁଣି ଥର୍‌ ଆତଙ୍କ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସାମ୍ନାରେ ବୁଲେଟ୍‌କୁ ଧକ୍କା ଦେଇଛି ଥର୍‌। ଘଟଣାସ୍ଥଳରେ ଜଣେ ମୃତ, ୨ ଜଣ ଗୁରୁତର...

ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ

ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍‌ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ...

ମଣ୍ଡିରୁ ଧାନ ଚୋରି ଅଭିଯୋଗ ପ୍ରସଙ୍ଗ: ୨ ଅଧିକାରୀଙ୍କ କଥାରେ ତାଳମେଳ ନାହିଁ

ଅମରପାଲି,୨୧ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ମଣ୍ଡିରେ ଚାଷୀ ବିକ୍ରି ପାଇଁ ରଖିଥିବା ଧାନରୁ ଗତ ୧୬ ତାରିଖ ରାତିରେ ୧୮ ପ୍ୟାକେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri