ଜମିରେ ପାଣି ମଡ଼ାଉଥିଲେ ଶଳା-ଭିଣୋଇ, ଶଟ୍‌ସର୍କିଟ୍‌ରେ ଚାଲିଗଲା ଦୁହିଁଙ୍କ ଜୀବନ

ଭବାନୀପାଟଣା/କୋକସରା,୧୦ା୭(ଉତ୍ତମ ଦାଶ/ଦୁଷ୍ମନ୍ତ କୁମାର ପାଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ୍‌ ଆମପାଣି ଥାନା ପୋଡ଼ାଗୁଡ଼ା ଗାଁରେ ଗୁରୁବାର ଏକ ଅଘଟଣ ଘଟିଛି। ଚାଷଜମିରେ ପାଣି ମଡ଼ାଉଥିବା ବେଳେ ବିଦ୍ୟୁତ ଆଘାତରେ ୨ ଚାଷୀଙ୍କ ମୃତ୍ୟୁହୋଇଛି। ମୃତକ ହେଲେ କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ ପୋଡ଼ାଗୁଡ଼ା ଗାଁର ଚାଷୀ ଧନୁର୍ଯ୍ୟ ମଶ୍ରା (୩୦) ଓ କଛାର ପଡ଼ା ଗାଁର ଅନିରୁଦ୍ଧ ନାଏକ (୫୫) । ସେମାନେ ସମ୍ପର୍କରେ ଶଳା ଭିଣୋଇ।

ସୂଚନାନୁସାରେ, ଗୁରୁବାର ସକାଳେ ଦୁଇ ଜଣ ଚାଷୀ ବଡ଼ ପୋଡ଼ାଗୁଡ଼ା ନିକଟରେ ଥିବା ମୁଡ୍ରା ନଦୀ କୂଳରେ ଥିବା ଉଠା ଜଳସେଚନ ପ୍ରକଳ୍ପରେ ନିଜ ଚାଷଜମିକୁ ମୋଟର ସାହାଯ୍ୟରେ ପାଣି ମଡ଼ାଉଥିଲେ। ଏତିକି ବେଳେ କୌଣସି କାରଣରୁ ମୋଟରରେ କରେଣ୍ଟ୍‌ ଆସିଥିଲା। ଫଳରେ ମୋଟର ସଂସ୍ପର୍ଶରେ ଆସି ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ହୋଇଥିଲା। ଘଟଣା ପରେ ପରିବାର ଲୋକେ ଉଦ୍ଧାର କରି ସ୍ଥାନୀୟ ଆମପାଣି ପୋଲିସକୁ ସୂଚନା ଦେଇଥିଲେ। ଖବର ପାଇ ଆମପାଣି ପୋଲିସ ଘଟଣାସ୍ଥଳରେ ପହଞ୍ଚି ପାରିପାର୍ଶ୍ୱିକ ଅବସ୍ଥା ଅନୁଧ୍ୟାନ କରିବା ସହ ମୃତଦେହ ଜବତ କରିଛି ଓ ଘଟଣାର ତଦନ୍ତ ଜାରି ରଖିଛି। ୨ ଚାଷୀଙ୍କ ଦୁଃଖଦ ମୃତ୍ୟୁ ପରେ ପରିବାର ଲୋକେ କ୍ଷତିପୂରଣ ଦାବି କରିଛନ୍ତି। ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

୩୦ ବର୍ଷ ପରେ ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ, ଏହି ୪ରାଶିରେ ପଡିବ ଖରାପ ପ୍ରଭାବ, ଅଡୁଆରେ ପଡି ଫସିବେ…

ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ 2025, ଯାହା ଗ୍ରହମାନଙ୍କର ରାଜା ସୂର୍ଯ୍ୟଙ୍କ କନ୍ୟା ରାଶିରେ ପ୍ରବେଶ ସହିତ ଆରମ୍ଭ ହୋଇଥିଲା। ସୂର୍ଯ୍ୟ ବର୍ତ୍ତମାନ କନ୍ୟା ରାଶିରେ ଅଛନ୍ତି...

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...

ବାରବାଟୀରେ ହେବ ଜୋର୍‌ଦାର ଲଢ଼େଇ: ଭୁବନେଶ୍ୱରରେ ଭାରତ-ଦକ୍ଷିଣ ଆଫ୍ରିକା ଟିମ୍‌

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଟିମ୍‌ର ଖେଳାଳିମାନେ। ଆସନ୍ତା ୯ ତାରିଖ ଅର୍ଥାତ୍‌ ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଉଭୟ ଦେଶର ଖେଳାଳିଙ୍କ...

୨୦୨୬ରେ କେମିତି ରହିବ ତୁଳା ରାଶିର ଭାଗ୍ୟ, ବୃହସ୍ପତିଙ୍କ ଚଳନ, ଟଙ୍କାରେ ପୋତି ହେବେ…

ବର୍ଷ ୨୦୨୬ ତୁଳା ରାଶି ପାଇଁ ସେମାନଙ୍କ ଅଧ୍ୟୟନ ଏବଂ କ୍ୟାରିୟର ଉଭୟ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ । ବର୍ଷର ମଧ୍ୟଭାଗରେ ବୃହସ୍ପତିଙ୍କ ପ୍ରଭାବ ଆପଣଙ୍କୁ ସ୍ଥଗିତ...

ଭାରତର ଟପ୍‌ ୭ଟିି ସରକାରୀ ଚାକିରି, IAS ଭଳି ଦରମା, କମ୍‌ ପରିଶ୍ରମରେ…

ନୂଆଦିଲ୍ଲୀ,୭।୧୨: ସରକାରୀ ଚାକିରି ପାଇବା ଲକ୍ଷ ଲକ୍ଷ ଯୁବକ ଯୁବତୀଙ୍କ ସ୍ୱପ୍ନ। ତଥାପି, ଅଧିକାଂଶ ଲୋକ କେବଳ କିଛି ହାଇ-ପ୍ରୋଫାଇଲ ପଦବୀ ବିଷୟରେ ଜାଣନ୍ତି –...

ସ୍ମୃତି ମନ୍ଧାନାଙ୍କ ପୋଷ୍ଟ ପରେ ବଡ଼ ଖୁଲାସା କଲେ ପଲାଶ! କହିଲେ ଆକ୍ସନ ନେବି…

ନୂଆଦିଲ୍‌ଲୀ,୭।୧୨: କ୍ରିକେଟର ସ୍ମୃତି ମନ୍ଧାନା ଏବଂ ସଂଗୀତକାର ପଲାଶ ମୁଛଲଙ୍କ ବିବାହ ଚର୍ଚ୍ଚାରେ ଏବେ ଫୁଲଷ୍ଟପ ପଡିଛିି। ସ୍ମୃତି ଏବଂ ପଲାଶଙ୍କ ବିବାହ ବହୁତ ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri