Posted inରାଜ୍ୟ

ସକାଳୁ ସକାଳୁ ବଡ଼ ଘୋଷଣା କଲେ ଜୁଏଲ ଓରାମ, ଭାଜପାର ମୁଣ୍ଡ ବିନ୍ଧିଲା…

ଭୁବନେଶ୍ୱର,୧୨।୭: ସୁନ୍ଦରଗଡ଼ ଏମ୍‌ପି ଜୁଏଲ ଓରାମ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ଆଉ ନିର୍ବାଚନ ଲଢ଼ିବେନି ବୋଲି ଜୁଏଲ ଓରାମ କହିଛନ୍ତି। ସମ୍ବଲପୁରରେ ଅନୁଷ୍ଠିତ ରୋଜଗାର ମେଳାରେ ବଡ଼ ବୟାନ ଦେଇ ଜୁଏଲ ଓରାମ କହିଛନ୍ତି, ଆଉ ନିର୍ବାଚନ ଲଢ଼ିବିନି। ଗତ ନିର୍ବାଚନ ବେଳେ ଘୋଷଣା କରିଛି MP,MLA ପାଇଁ ଲଢ଼ିବି ନାହିଁ।

କେନ୍ଦ୍ରରେ ଓଡ଼ିଶାରୁ ୩ ଜଣଙ୍କୁ କ୍ୟାବିନେଟ ମନ୍ତ୍ରୀ ପଦ ମିଳିଛି। ଗତ ମନ୍ତ୍ରିମଣ୍ଡଳରେ ପୂର୍ବରୁ ରହିଆସିଥିବା ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ୱିନୀ ବୈଷ୍ଣବ ପୁଣିଥରେ ସାମିଲ ହୋଇଥିବା ବେଳେ ଜୁଏଲ ଓରାମଙ୍କୁ ୫ ବର୍ଷ ପରେ ପୁଣି ସୁଯୋଗ ମିଳିଛି। ସେ ତାଙ୍କର ପୁରୁଣା ମନ୍ତ୍ରଣାଳୟ ଆଦିବାସୀ ବ୍ୟାପାର ପାଇଛନ୍ତି। ଲୋକ ସଭା ଆସନରୁ କ୍ରମାଗତ ବିଜୟୀ ହୋଇଆସୁଥିବା ଜୁଏଲଙ୍କୁ ୨୦୧୯ରୁ ୨୦୨୪ ପର୍ଯ୍ୟନ୍ତ ମନ୍ତ୍ରୀ ପଦ ମିଳି ନ ଥିଲା। ସେହି ସମୟରେ ଅର୍ଜୁନ ମୁଣ୍ଡାଙ୍କୁ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟର ଦାୟିତ୍ୱ ଦିଆଯାଇଥିଲା। କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେଇଥିବା ଜୁଏଲ ୧୯୯୮ରେ ପ୍ରଥମ କରି ସୁନ୍ଦରଗଡ଼ ଲୋକ ସଭା କ୍ଷେତ୍ରରୁ ଏମ୍‌ପି ଭାବେ ନିର୍ବାଚିତ ହୋଇଥିଲେ। ଅଟଳ ବିହାରୀ ବାଜପେୟୀଙ୍କ ସରକାର ଦ୍ୱାରା ନୂଆକରି ଗଢ଼ା ଯାଇଥିବା ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟରେ ତାଙ୍କୁ ମନ୍ତ୍ରୀ ପଦ ମିଳିଥିଲା। ୨୦୦୪ରେ ସେ ତୃତୀୟ ଥର ଲାଗି ଲୋକ ସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୯ରେ ସେ ହାରିଯାଇଥିଲେ। ୨୦୧୪, ୨୦୧୯ ଏବଂ ୨୦୨୪ରେ ସେ ସୁନ୍ଦରଗଡ଼ ଲୋକ ସଭା କ୍ଷେତ୍ରରୁ ନିର୍ବାଚିତ ହୋଇଛନ୍ତି। ୨୦୧୪ରେ ମୋଦି ସରକାରଙ୍କ ପ୍ରଥମ ପାଳିରେ ଜୁଏଲ ଆଦିବାସୀ ବ୍ୟାପାର ମନ୍ତ୍ରୀ ଭାବେ ଶପଥ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri