ଅଧ୍ୟାପକ କରିଥିଲେ ଦୁର୍ବ୍ୟବହାର: କଲେଜ ଆଗରେ ନିଜକୁ ଜାଳିଲେ …

ବାଲେଶ୍ଵର,୧୨।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି । କଲେଜ ଫାଟକ ସମ୍ମୁଖରେ ନ୍ୟାୟ ପାଇଁ ଧାରଣାରେ ବସିଥିବା ଜଣେ ଛାତ୍ରୀ ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ତାଙ୍କୁ ବଞ୍ଚାଇବାକୁ ଯାଇ ଅନ୍ୟ ଜଣେ ଛାତ୍ର ମଧ୍ୟ ଗୁରୁତର ଆହତ ହୋଇଛନ୍ତି । ଉଭୟ ଛାତ୍ରୀଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଛାତ୍ରୀ ଜଣକର ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କଟକ ମେଡିକାଲ ସ୍ଥାନାନ୍ତର କରାଯାଇଛି ।
ମହାବିଦ୍ୟାଳୟର ଶିକ୍ଷକ ଶିକ୍ଷା ବିଭାଗର ବିଭାଗ ପ୍ରମୁଖ ଅଧ୍ୟାପକ ସମୀର କୁମାର ସାହୁଙ୍କ ନାମରେ ପୂର୍ବରୁ ନିର୍ଯାତନାର ଅଭିଯୋଗ ଆଣିଥିଲେ ଜନୈକ ଛାତ୍ରୀ। ଛାତ୍ରୀ ଜଣକ ହେଉଛନ୍ତି ଉକ୍ତ ବିଭାଗର ଦ୍ଵିତୀୟ ବର୍ଷର ଛାତ୍ରୀ ।

ସୂଚନା ମୁତାବକ ପାଖାପାଖି ଛଅ ମାସ ତଳେ ଅଧ୍ୟାପକ ଜଣକ ଛାତ୍ରୀଙ୍କ ଠାରୁ ଶାରୀରିକ ପ୍ରାପ୍ୟ ଆଶା କରିଥିଲେ। ମାତ୍ର ଛାତ୍ରୀ ଜଣକ ଅସ୍ବୀକାର କରିବାରୁ ଅଧ୍ୟାପକ ସମୀର ସାହୁ ଛାତ୍ରୀ ଜଣଙ୍କୁ ପ୍ରଥମେ କ୍ଲାସ ଅନୁପସ୍ଥିିତିକୁ କେନ୍ଦ୍ରକରି ଫେଲ୍ କରିଦେବାର ଧମକ ଦେଇଥିଲେ ଏବଂ ତାଙ୍କର ବ୍ୟକ୍ତିଗତ ଜୀବନର କିଛି ଘଟଣାବଳୀକୁ ତାଙ୍କ ପିତାମାତାଙ୍କୁ ଫୋନ ସାହାଯ୍ୟରେ ଜଣାଇଥିଲେ। ଯାହାକି ସମ୍ପୂର୍ଣ୍ଣ ରୂପେ ଅଯୌକ୍ତିକ ଥିଲା। ଛାତ୍ରୀ ଜଣକ ଆତ୍ମରକ୍ଷା ପ୍ରଶିକ୍ଷଣରେ ଜଣେ ତାଲିମ ପ୍ରାପ୍ତ ଟ୍ରେନର। ସରକାରୀ ପ୍ରଶିକ୍ଷଣ ଶିବିର ଏବଂ ନିଜର ବ୍ୟକ୍ତିଗତ କାରଣରୁ ବହୁ ସମୟରେ ଅନୁପସ୍ଥିତ ରୁହନ୍ତି। ଏହି ସୁଯୋଗର ଫାଇଦା ଉଠାଇ ବାରମ୍ବାର ଛାତ୍ରୀ ଜଣକୁ ଅପମାନ କରିବା ସହ ଦୀର୍ଘ ମାସ ଧରି ନିର୍ଯାତନା ଦେଇ ଆସୁଥିଲେ । ଏଥିରେ ଅତିଷ୍ଠ ହୋଇ ଛାତ୍ରୀ ଜଣକ ପୂର୍ବରୁ ଆତ୍ମହତ୍ୟା ଉଦ୍ୟମ ମଧ୍ୟ କରିଥିଲେ ।ଏ ନେଇ ଛାତ୍ରୀଜଣକ କଲେଜ ଅଧ୍ୟକ୍ଷ ଓ ସହଦେଵଖୁଣ୍ଟା ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଏକ କମିଟି ଗଠନ କରାଯାଇ ଘଟଣାର ତଦନ୍ତଭାର ଦିଆଯାଇଥିଲେହେଁ ଏଯାବତ ଛାତ୍ରୀଙ୍କୁ ନ୍ୟାୟ ମିଳିନଥିଲା । ଏ.ଏସ.ପି ନିରଞ୍ଜନ ବେହେରା, ସହଦେବଖୁଣ୍ଟା ଥାନା ଅଧିକାରୀ ଅଜୟ କୁମାର ମୁର୍ମୁଙ୍କ ଉପସ୍ଥିତିରେ କଲେଜ କର୍ତ୍ତୃପକ୍ଷ ଏ ଘଟଣାର ତଦନ୍ତ କରିବା ସହିତ କାର୍ଯ୍ଯାନୁଷ୍ଠାନ ନେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ । ଏହି ଘଟଣାର ନିରପେକ୍ଷ ତଦନ୍ତ ପୂର୍ବକ ଛାତ୍ରୀଙ୍କୁ ନ୍ୟାୟ ପ୍ରଦାନ ନ କଲେ ଛାତ୍ରୀ ଜଣକ ଆତ୍ମହତ୍ୟା କରିବେ ବୋଲି ଚେତାବନୀ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri