Posted inରାଜ୍ୟ

ପୁଣି ମେଣ୍ଡୁଲି ଦେଲେ ବଡ଼ ଡାକରା, ୧୫ରୁ…

ଭୁବନେଶ୍ୱର,୧୩।୭: ଡ୍ରାଇଭର ଆନ୍ଦୋଳନକୁ ନେଇ ଆସିଲା ଆଉ ଏକ ବଡ଼ ଖବର । ଆହୁରି ଜୋରଦାର ହେବ ଡ୍ରାଇଭର ଆନ୍ଦୋଳନ । ୧୫ରୁ ଆନ୍ଦୋଳନକୁ ଜୋରଦାର କରିବ ଡ୍ରାଇଭର ସଂଘ । ଆନ୍ଦୋଳନ ଜୋରଦାର ପାଇଁ ଆହ୍ବାନ ଦେଲେ ସଭାପତି । ସମସ୍ତ ଡ୍ରାଇଭର ରାଜରାସ୍ତାକୁ ଓହ୍ଲାଇବାକୁ ଆହ୍ବାନ । ଭିଡିଓ ବାର୍ତ୍ତା ଦେଲେ ସଂଘ ସଭାପତି ପ୍ରଶାନ୍ତ ମେଣ୍ଡୁଲି । କହିଛନ୍ତି, ସରକାର ଡ୍ରାଇଭରଙ୍କୁ ଅଣଦେଖା କରୁଛନ୍ତି । ଏବେ କର ବା ମର ସ୍ଥିତି କହି ଆହ୍ବାନ କଲେ ପ୍ରଶାନ୍ତ ମେଣ୍ଡୁଲି । ମେଣ୍ଡୁଲିଙ୍କୁ ପୋଲିସ ଖୋଜୁଥିବା ବେଳେ ପୁଣି ଆନ୍ଦୋଳନ ଧମକ ଦେଇଛନ୍ତି ମେଣ୍ଡୁଲି ।

ଡ୍ରାଇଭର ଆନ୍ଦୋଳନକୁ ଲାଗିଛି ଶକ୍ତ ଝଟକା । ବିଶୃଙ୍ଖଳା ସୃଷ୍ଟି କରିବା ଅଭିଯୋଗରେ ରାଜ୍ୟ ଡ୍ରାଇଭର ମହାସଂଘ କୋଷାଧ୍ୟକ୍ଷ ଆଦିତ୍ୟ ପ୍ରସାଦ ବେହେରାଙ୍କୁ ବାନ୍ଧିଲା ପୋଲିସ । ଡ୍ରାଇଭରମାନେ ଧର୍ମଘଟ ଆଳରେ ବିଭିନ୍ନ ସ୍ଥାନରେ ବିଶୃଙ୍ଖଳା କରୁଛନ୍ତି ଏବଂ ଅନ୍ୟ ଡ୍ରାଇଭରମାନଙ୍କୁ ମାରଧର ଏବଂ ଧମକାଉଛନ୍ତି ବୋଲି ଭୁବନେଶ୍ବର ମଞ୍ଚେଶ୍ବର ଥାନାରେ ଅଭିଯୋଗ କରିଥିଲା ମିନିଟ୍ରକ ମାଲିକ ସଂଘ ।

ଆନ୍ଦୋଳନକାରୀ ଡ୍ରାଇଭରମାନଙ୍କ ଉଦ୍ଦେଶ୍ୟରେ କୌଣସି ଏକ ଅଜଣା ସ୍ଥାନରୁ ଭିଡିଓ ବାର୍ତ୍ତା ପଠାଇଛନ୍ତି ପ୍ରଶାନ୍ତ । ଯେଉଁ ଭିଡିଓରେ ସେ କୋହଭରା କଣ୍ଠରେ କଥା କହିଛନ୍ତି । ଡ୍ରାଇଭରମାନଙ୍କୁ ଅପିଲ କରିଛନ୍ତି ଯେ ରାସ୍ତାରେ ଯାଉଥିବା କୌଣସି ଗାଡ଼ିକୁ ଅଟକାନ୍ତୁନି । ଗାଡ଼ି ନେଇ ଆସୁଥିବା ଚାଳକମାନଙ୍କୁ ହଇରାଣ କରନ୍ତୁ ନାହିଁ । କାହାକୁ ବିରୋଧ କରି ପୋଲିସ କେସ ଖାଇବା ନାହିଁ ବୋଲି ପ୍ରଶାନ୍ତ କହିଛନ୍ତି । କିନ୍ତୁ ଡ୍ରାଇଭର ସଂଘ ନିଜ ଦାବିରେ ଅଟଳ ଅଛି, ଏବଂ ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ ଚାଲୁ ରଖିବାକୁ ସେ ଅନୁରୋଧ କରିଛନ୍ତି ।

ସେପଟେ ରାଜ୍ୟର ବିଭିନ୍ନ ସ୍ଥାନରେ ଡ୍ରାଇଭରମାନେ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଜାରି ରଖିଛନ୍ତି । ଓଡ଼ିଶା-ଛତିଶଗଡ଼ ସୀମା ଗୋଡଦ୍ଭଞ୍ଜା ଗୋଲେଇ ଛକଠାରେ ଡ୍ରାଇଭରମାନେ ଆନ୍ଦୋଳନ କରୁଥିବା ବେଳେ ସେମାନଙ୍କୁ ସମର୍ଥନ ଜଣାଇଛି ଛତିଶଗଡ଼ର ଡ୍ରାଇଭର ସଂଘ । ଏହି ଧର୍ମଘଟ ଫଳରେ ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଯାନବାହାନ ଚଳାଚଳ ବାଧାପ୍ରାପ୍ତ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri