ମୁମ୍ବାଇରୁ ଆସି ଟ୍ବିଟ୍‌ କଲେ ନବୀନ, କହିଦେଲେ ଏତେ ବଡ଼କଥା

ଭୁବନେଶ୍ବର,୧୩।୭: ବାଲେଶ୍ବରର ଏଫଏମ କଲେଜ ଘଟଣାକୁ ନେଇ ସାରା ରାଜ୍ୟ ଉଠୁଛି ପଡୁଛି। ତେବେ ଏମ୍ସରେ ଛାତ୍ରୀଜଣକ ଜୀବନମରଣ ନେଇ ଗତି କରୁଥିବାବେଳେ ମନ୍ତ୍ରୀମାନେ ସେଠାରେ ଭିଡ ଜମାଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଉ କିଛି ସମୟରେ ସେଠରେ ପହଞ୍ଚିବେ ବୋଲି ଜଣାପଡିଛି। ଏହି ଅଭାବନୀୟ ଘଟଣାକୁ ନେଇ ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରାଜ୍ୟପାଳଙ୍କୁ ହସ୍ତକ୍ଷେପ କରିବାକୁ ଟ୍ବିଟ କରି ଅନୁରୋଧ କରିଛନ୍ତି। ଏହି ଘଟଣାରେ ନ୍ୟାୟ ପାଇଁ ସେ ବିଶ୍ବବିଦ୍ୟାଳୟର କୁଳପତିଙ୍କୁ ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେବା ପାଇଁ ରାଜ୍ୟପାଳଙ୍କୁ ଚିଠି ଲେଖିଛନ୍ତି।

ନବୀନ ପଟ୍ଟନାୟକ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ବାଲେଶ୍ବରର ଏହି ଘଟଣା ଅତ୍ୟନ୍ତ ଗମ୍ଭୀର ଏବଂ ଏହା ଛାତ୍ରୀଙ୍କ ସୁରକ୍ଷା ଓ ସମ୍ମାନ ସହ ଜଡ଼ିତ। ସେ କହିଛନ୍ତି, “ଏକ ଶିକ୍ଷାନୁଷ୍ଠାନରେ ଏଭଳି ଘଟଣା ଅଗ୍ରହଣୀୟ। ରାଜ୍ୟପାଳ Kambhampati Hari Babuଙ୍କୁ ଅନୁରୋଧ କରୁଛି ଯେ ସେ ଏହି ମାମଲାରେ ତୁରନ୍ତ ହସ୍ତକ୍ଷେପ କରନ୍ତୁ ଏବଂ ବିଶ୍ବବିଦ୍ୟାଳୟ କୁଳପତିଙ୍କୁ ନିର୍ଦ୍ଦେଶ ଦିଅନ୍ତୁ ଯାହା ଫଳରେ ପୀଡ଼ିତା ଛାତ୍ରୀଙ୍କୁ ନ୍ୟାୟ ମିଳିପାରିବ।”

Image

ପ୍ରିନ୍ସିପାଲଙ୍କଠାରୁ ଉଚ୍ଚଶିକ୍ଷା ମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କୁ ପୀଡିତା ଜଣାଇଥିଲେ। ବାରମ୍ବାର ଅଭିଯୋଗ ସତ୍ତ୍ୱେ ତାଙ୍କୁ କିପରି ନ୍ୟାୟ ପାଇବାରୁ ବଞ୍ଚିତ କରାଗଲା? ମାସ ମାସ ଧରି ସେ ଭୟ ଏବଂ ଯନ୍ତ୍ରଣାରେ ବଞ୍ଚି ରହିଥିଲେ। ନିବେଦନ କରି, ସେ ଅନେକ ଉଚ୍ଚ ପଦାଧିକାରୀଙ୍କୁ ମଧ୍ୟ ଟ୍ୟାଗ କରିଥିଲେ। ଶେଷ ପ୍ରୟାସ ବିଫଳ ହେବାରୁ ପ୍ରିନ୍ସିପାଲଙ୍କ ଚାମ୍ବର ବାହାରେ ଆତ୍ମାହୁତି ଉଦ୍ୟମ କଲେ। ଛାତ୍ରୀଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ବୋଲି ନବୀନ କହିଛନ୍ତି।

ସୂଚନାଯୋଗ୍ୟ, ଏହି ଘଟଣା ସାମ୍ନାକୁ ଆସିବା ପରେ ବିଶ୍ବବିଦ୍ୟାଳୟ ପରିସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଅନେକ ଛାତ୍ର ସଂଗଠନ ଏହାର ତୀବ୍ର ବିରୋଧ କରି ତଦନ୍ତ ଓ ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଏମ୍ସ ବର୍ଣ୍ଣ ୱାର୍ଡରେ ଜୀବନ ସହ ସଂଘର୍ଷ କରୁଛନ୍ତି ପୀଡ଼ିତା । ତାଙ୍କ ଶରୀରର ୯୫ ପ୍ରତିଶତ ପୋଡ଼ିଯାଇଛି । ଛାତ୍ରୀ ଜଣକ ଅତି ସଙ୍କଟାପନ୍ନ ଅବସ୍ଥାରେ ଥିବା ଏମ୍ସ ନିର୍ଦ୍ଦେଶକ ଡାକ୍ତର ଆଶୁତୋଷ ବିଶ୍ବାସ ସୂଚନା ଦେଇଛନ୍ତି । ପୀଡ଼ିତା ଜୀବନ ମରଣ ସହ ସଂଘର୍ଷ କରୁଛନ୍ତି । ୧୨ ଜଣିଆ ଡାକ୍ତରୀ ଦଳ ଚିକିତ୍ସାରେ ନିୟୋଜିତ ରହିଛନ୍ତି । ଏହି ଘଟଣାରେ ଉଚ୍ଚଶିକ୍ଷା ବିଭାଗ ତ୍ବରିତ୍‌ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି କଲେଜର ଅଧ୍ୟକ୍ଷ ଦିଲ୍ଲୀପ କୁମାର ଘୋଷ ଓ ଅଭିଯୁକ୍ତ ସହକାରୀ ପ୍ରଫେସର ସମୀର କୁମାର ସାହୁଙ୍କୁ ନିଲମ୍ବିତ କରିଛନ୍ତି । ଏଥି ସହିତ ସହକାରୀ ପ୍ରଫେସର ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ ମଧ୍ୟ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri