ପାରମ୍ପରିକ ଖାଦ୍ୟ ପ୍ରତି କମୁଛି ଯୁବପିଢ଼ିଙ୍କ ଆଗ୍ରହ, ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଚାଲିଛି ପ୍ରତିଯୋଗିତା

ଭଞ୍ଜନଗର,୧୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମଳାସପଦର ମା’ ଅମ୍ବିକା ଏସ୍‌ଏଚ୍‌ଜି ରାଜ୍ୟ ସ୍ତରୀୟ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଛି। ଯାହାକୁ ନେଇ ଭଞ୍ଜନଗର ବ୍ଲକ ପ୍ରଶାସନ ଖୁସିବ୍ୟକ୍ତ କରିଛନ୍ତି। ବିଡିଓ ଭାରତୀ ଦେବୀ, ଏବିଡିଓ ପୂର୍ଣ୍ଣଚନ୍ଦ୍ର ପାଢ଼ୀ ମା ଅମ୍ବିକା ଏସ୍‌ଏଚ୍‌ଜି ଗ୍ରୁପର ସମସ୍ତ ସଭ୍ୟାଙ୍କୁ ଶୁଭେଚ୍ଛା ଜଣାଇବା ସହ ଆଗାମୀ ସଫଳତା ପାଇଁ ଶୁଭକାମନା ଜଣାଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟର ସ୍ବୟଂ ସହାୟିକା ଗୋଷ୍ଠୀଗୁଡ଼ିକ ମଧ୍ୟରେ ଉତ୍ସାହ ଭରିବା ସହ ପାରମ୍ପରିକ ଖାଦ୍ୟ ଉପରେ ଅଧିକ ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ବ୍ଲକ ସ୍ତରରେ ପ୍ରଥମେ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ହୋଇଥିଲା। ଏହିଭଳି ଭଞ୍ଜନଗର ବ୍ଲକରେ ଗତ ମାସ ୧୬ ତାରିଖରେ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ହୋଇଥିଲା। ଏଥିରେ ମା’ ଅମ୍ବିକା ଗ୍ରୁପ ପ୍ରଥମ ହୋଇଥିଲା। କିଛିଦିନ ପୂର୍ବେ ଅନୁଷ୍ଠିତ ଜିଲାସ୍ତରୀୟ ପ୍ରତିଯୋଗିତାରେ ମଧ୍ୟ ଉକ୍ତ ଗ୍ରୁପ ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ଚୟନ ହୋଇଛି। ଆସନ୍ତା ୨୦ ତାରିଖରେ ରାଜ୍ୟସ୍ତରୀୟ ପ୍ରତିଯୋଗିତା ହେବ। ଏହା ପୂର୍ବରୁ ସମସ୍ତ କର୍ମକର୍ତ୍ତାଙ୍କୁ ତାଲିମ ଦିଆଯିବ। ପାରମ୍ପରିକ ଖାଦ୍ୟ ପ୍ରତି ଆଜିର ଯୁବପିଢ଼ିଙ୍କ ଆଗ୍ରହ କମିଯାଉଛି। ପାରମ୍ପରିକ ଖାଦ୍ୟ ସ୍ବାସ୍ଥ୍ୟପକ୍ଷେ ହିତକାରକ। ତେଣୁ ସରକାର ଉକ୍ତ ଖାଦ୍ୟର ଆବଶ୍ୟକତା ସମ୍ପର୍କରେ ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଏହି ପ୍ରତିଯୋଗିତା ଆୟୋଜନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା

ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...

ବିଦ୍ୟୁତ୍ ଜରିମାନା ମାମଲା ବଢୁଛି : ଲୋକ ଅଦାଲତରେ ୨୨୨ ମାମଲା ଫଇସଲା

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୋର୍ଟରେ ଶନିବାର ୪ର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୪୨୨ଟି ମାମଲାରେ ଶୁଣାଣି ହୋଇ ୨୨୭...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri