Posted inରାଜ୍ୟ

ପୁଣି ଆସୁଛି ଯୋଡ଼ା ଲଘୁଚାପ: ଉପକୂଳରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୩ା୭: ବଙ୍ଗୋପସାଗରରେ ପୁଣି ଏକ ଯୋଡ଼ା ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ମଧ୍ୟପ୍ରଦେଶ ଏବଂ ତାହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ବେଳେ, ଅନ୍ୟ ଏକ ଲଘୁଚାପ ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳରେ ଗଠନ ହେବାର ଆଶଙ୍କା ରହିଛି।

ଏହି ଲଘୁଚାପ କ୍ଷେତ୍ର ଗୁଡିକ ପ୍ରଭାବରେ ଓଡ଼ିଶା, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଛତିଶଗଡ଼ ଏବଂ ମଧ୍ୟପ୍ରଦେଶର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଓଡ଼ିଶାର ଉପକୂଳ ଜିଲାଗୁଡ଼ିକ ଯଥା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଗଜପତି ଆଦି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ଓ ପବନର ବେଗ ୩୦ରୁ ୪୦ କିମି ପ୍ରତି ଘଣ୍ଟା ରହିବ।

ପାଣିପାଗ ବିଭାଗ ପୂର୍ବାନୁମାନ ଅନୁଯାୟୀ, ଏହି ଲଘୁଚାପ ଗୁଡ଼ିକ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଆଗାମୀ ୨-୩ ଦିନ ମଧ୍ୟରେ ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ଆଡ଼କୁ ଅଗ୍ରସର ହେବ। ଏହା ପ୍ରଭାବରେ ଓଡ଼ିଶାର ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଏବଂ ଝାରସୁଗୁଡ଼ା ଜିଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

୮ମ ବେତନ କମିଶନ ଭାର ସମ୍ଭାଳିବ ଭାରତୀୟ ରେଳବାଇ, ଖର୍ଚ୍ଚ କାଟିବାକୁ ସରକାରଙ୍କ ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ୮ମ କେନ୍ଦ୍ରୀୟ ବେତନ କମିଶନ ଲାଗୁ ହେବା ପୂର୍ବରୁ, ବୃଦ୍ଧି ହେବାକୁ ଥିବା ଦରମା ଓ ପେନ୍‌ସନ୍ ଭାରକୁ...

ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ

ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ...

ଭାଜପାକୁ ମିଳିଲା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ

ନୂଆଦିଲ୍ଲୀ,୧୪।୧୨:  ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri