ବିଭିନ୍ନ ସମସ୍ୟାର ସମାଧାନ ନେଇ କେସିଙ୍ଗା ସିଟିଜେନ୍ସ ଫୋରମ୍‌ର ଦାବି

କେସିଙ୍ଗା,୧୪ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ସିଟିଜେନ୍ସ ଫୋରମର ସଭାପତି ଡ.ହେମସାଗର ସାହୁଙ୍କ ନେତୃତ୍ୱରେ କେସିଙ୍ଗା ଅଞ୍ଚଳର ବିଭିନ୍ନ ସମସ୍ୟାକୁ ନେଇ ଏକ ଖବରଦାତା ସମ୍ମିଳନୀ ସରକାରୀ ବିଦ୍ୟାପୀଠର ସଭାଗୃହରେ ରବିବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। କେସିଙ୍ଗାର ମୁଖ୍ୟ ସମସ୍ୟା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆବଶ୍ୟକତା ଅନୁସାରେ ଡାକ୍ତର ନିଯୁକ୍ତି, କେସିଙ୍ଗାରୁ ଭୁବନେଶ୍ୱର ଏକ ଟ୍ରେନ ଚଳାଚଳ, ହାଓ୍ବଡା ଇସ୍ପାତ ଟ୍ରେନ୍‌କୁ ଟିଟିଲାଗଡ଼ରୁ କେସିଙ୍ଗା ଯାଏ ସମ୍ପ୍ରସାରଣ, ନିର୍ମାଣାଧୀନ ଓଭର ବ୍ରିଜ୍‌କୁ ଜୋଲକୋ ଯାଏ ସମ୍ପ୍ରସାରଣ କରିବା, କେସିଙ୍ଗା ଏନ୍‌ଏସିକୁ ମ୍ୟୁନିସିପାଲିଟି କରିବା, ଧର୍ମଗଡ଼ଠାରୁ କେସିଙ୍ଗା ରେଳ ଷ୍ଟେଶନକୁ ବନ୍ଦେ ଭାରତ ଟ୍ରେନକୁ ସଂଯୋଗ କରିବା ପାଇଁ ଏକ ବସ୍‌ ସେବା ଯୋଗାଇବା, ଆଦର୍ଶ ବିଦ୍ୟାଳୟକୁ ପକ୍କା ରାସ୍ତା ନିର୍ମାଣ, କେସିଙ୍ଗା ବ୍ଲକ ଗୁର୍ଜିମୁଣ୍ଡା ଗ୍ରାମସ୍ଥିତ ଯୋଗମାୟା ପୀଠ ଓ ଦେବ ଗୁମ୍ଫାକୁ ପର୍ଯ୍ୟଟନସ୍ଥଳର ମାନ୍ୟତା ଦିଆଯିବା, କାଣ୍ଡେଲ ରୋଡ଼ ଷ୍ଟେଶନରେ ଦୁଇ ମିନିଟ୍‌ ସମ୍ବଲପୁର-ରାୟଗଡ଼ା ଏକ୍ସପ୍ରେସ୍‌ ରହଣି ଓ ମୁଖ୍ୟମନ୍ତ୍ରୀଙ୍କୁ ଦିଆ ଯାଇଥିବା ବିଭିନ୍ନ ଦାବି ବିଷୟରେ ଆଲୋଚନା କରାଯାଇଥିଲା।
ଏଥିରେ ସିଟିଜେନ୍‌ ଫୋରମ୍‌ର ସମ୍ପାଦକ ବି.ଚନ୍ଦ୍ରଶେଖର ଆଚାରି ମଞ୍ଚ ପରିଚାଳନା କରିଥିଲେ। ଉକ୍ତ ଅନୁଷ୍ଠାନର ଉପସଭାପତି ବିନାୟକ ପ୍ରକାଶ ନାଏକଙ୍କ ସମେତ ସମସ୍ତ ଗଣମାଧ୍ୟମ ପ୍ରତିନିଧିମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri