ବୁଗୁଡ଼ା ବ୍ଲକ, ଏନଏସି ପାଇଁ ସାଂସଦ ପ୍ରତିନିଧି ଭାବେ ଉତ୍ତମ କୁମାର ନିଯୁକ୍ତ

ବୁଗୁଡା,୧୪।୭ (କାଳିଚରଣ ଦାଶ): ବୁଗୁଡା ବ୍ଲକ ଓ ବିଜ୍ଞାପିତ ଅଞ୍ଚଳ ପରିଷଦ ପାଇଁ ଆସିକା ଲୋକ ସଭା ସାଂସଦ ଅନିତା ଶୁଭଦର୍ଶିନୀ ପଟ୍ଟନାୟକଙ୍କ ପ୍ରତିନିଧି ଭାବେ ଆଇନଜୀବୀ ଉତ୍ତମ କୁମାର ଦାସ ନିଯୁକ୍ତ ହୋଇଥିବା ଜଣାଯାଇଛି। ଏ ନେଇ ବିଧିବଦ୍ଧ ଭାବେ ବ୍ଲକ ଓ ଏନଏସି ପ୍ରଶାସନକୁ ପତ୍ର ମାଧ୍ୟମରେ ଅବଗତ କରାଯାଇଅଛି। ସାଂସଦଙ୍କ ପ୍ରତିନିଧିତ୍ୱ ହାସଲ କରିଥିବା ଉତ୍ତମ କୁମାର ଦାସ ବୁଗୁଡ଼ା ଅଞ୍ଚଳର ଜଣେ ଦକ୍ଷ ଯୁବ ସଂଗଠକ ସହିତ ଗଞ୍ଜାମ ଜିଲାର ଜଣେ ସୁଦକ୍ଷ ଛାତ୍ର ନେତା ଭାବେ ପରିଚିତ। ସେ ଛାତ୍ର ଜୀବନରେ ବୁଗୁଡ଼ା ପିପୁଲ୍ସ କଲେଜର ସାଂସ୍କୃତିକ ସମ୍ପାଦକ ସହିତ ଛାତ୍ର ସଂଗଠନର ସଭାପତି ଏବଂ ପରବର୍ତ୍ତୀ ସମୟରେ ଲିଙ୍ଗରାଜ ଆଇନ ମହାବିଦ୍ୟାଳୟର ସଭାପତି ରୂପେ ନିର୍ବାଚିତ ହୋଇଥିଲେ । ଓଡ଼ିଶାର ଟାଣୁଆ ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ସ୍ବର୍ଗତ ରାମକୃଷ୍ଣ ପଟ୍ଟନାୟକଙ୍କ ନାମରେ ଗଠିତ ରାମକୃଷ୍ଣ ପଟ୍ଟନାୟକ ଚାରିଟେବୁଲ ଟ୍ରଷ୍ଟର ସମ୍ପାଦକ ଭାବରେ ବର୍ତ୍ତମାନ ସେ ବିଭିନ୍ନ ସାମାଜିକ କାର୍ଯ୍ୟରେ ଜଡିତ ଅଛନ୍ତି । ପ୍ରତିନିଧି ନିଯୁକ୍ତି ପରେ ଉତ୍ତମ ଦାସ ସାଂସଦଙ୍କୁ କୃତଜ୍ଞତା ଜଣାଇବା ସହିତ ତାଙ୍କର ମାର୍ଗଦର୍ଶନରେ ଅଞ୍ଚଳ ପାଇଁ କାମ କରି ଭାଜପା ସଂଗଠନକୁ ସୁଦୃଢ କରିବେ ବୋଲି ପ୍ରତିକ୍ରିୟାରେ କହିଛନ୍ତି । ତାଙ୍କୁ ବିଭିନ୍ନ ସଂଗଠନ ତରଫରୁ ଶୁଭେଚ୍ଛା ଏବଂ ଅଭିନନ୍ଦନର ସୁଅ ଛୁଟୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri