FM ପୀଡ଼ିତା ଛାତ୍ରୀଙ୍କୁ ଭେଟିଲେ ରାଷ୍ଟ୍ରପତି: ପଚାରି ବୁଝିଲେ ସ୍ବାସ୍ଥ୍ୟାବସ୍ଥା

ଭୁବନେଶ୍ୱର,୧୪।୭: ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ର ଦ୍ୱିତୀୟବର୍ଷରେ ଅଧ୍ୟୟନରତା ଜଣେ ଛାତ୍ରୀ ଆତ୍ମାହୁତି ଦେଇଛନ୍ତି। ଏହି ଛାତ୍ରୀ ଜଣଙ୍କ ଗୁରୁତର ଅବସ୍ଥାରେ ଏବେ ଏମ୍ସରେ ଚିକିତ୍ସାଧିନ ଅଛନ୍ତି। ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏମ୍ସ ଯାଇ ଗୁରୁତର ଛାତ୍ରୀଙ୍କୁ ଭେଟିଛନ୍ତି। ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ବର୍ଣ୍ଣ ୟୁନିଟରେ ପୀଡ଼ିତାଙ୍କୁ ସାକ୍ଷାତ କରିବା ସହ ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ।
ସୂଚନାଯୋଗ୍ୟ, ଭୁବନେଶ୍ୱର ଏମ୍ସ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଯୋଗ ଦେଇଛନ୍ତି। ଏହି ଅବସରରେ ସେ କହିଛନ୍ତି, ଡିଗ୍ରୀପ୍ରାପ୍ତ ଛାତ୍ରୀଛାତ୍ରଙ୍କୁ ଅଭିନନ୍ଦନ ଜଣାଉଛି। ପୁଅଙ୍କ ତୁଳନାରେ ଅଧିକ ଝିଅ ସୱର୍ଣ୍ଣ ପଦକ ପାଇଥିବାରୁ ଆହୁରି ଖୁସି ଲାଗୁଛି। ମା, ଭଉଣୀ ହେଉଛନ୍ତି ସେବାର ପ୍ରତୀକ। ଝିଅମାନେ ଅଧିକରୁ ଅଧିକ ଡାକ୍ତର ହେଲେ ସେବା କାର୍ଯ୍ୟ ଜୋରଦାର ହେବ। ଗୁଣାତ୍ମକ ଚିକିତ୍ସା ଯୋଗୁ ଦେଶ ବାହାରୁ ଚିକିତ୍ସା ପାଇଁ ରୋଗୀ ଏମ୍ସ ଆସୁଛନ୍ତି। ଗତ ୧୦ ବର୍ଷରେ ୧୦ ଲକ୍ଷ ଲୋକ ଏମ୍ସରେ ଚିକିତ୍ସିତ ହୋଇଛନ୍ତି। ବାଲ୍ୟାବସ୍ଥା ଗାଁରେ କଟିଛି, ଗାଁରେ ଲୋକେ ଡାକ୍ତରଙ୍କୁ ଭଗବାନ ମାନନ୍ତି। ଡାକ୍ତରୀ କେବଳ ଏକ ବୃତ୍ତି ନୁହେଁ ଏହା ଏକ ବ୍ରତ। ଡାକ୍ତରୀ ସେବାର ଅନ୍ତ ନାହିଁ, ଶେଷ ନିଶ୍ବାସ ପର୍ଯ୍ୟନ୍ତ ସେବା ଯୋଗାଇବେ। ଏହା ୧୦ରୁ ୫ ଡ୍ୟୁଟି ନୁହେଁ, ସବୁବେଳେ କାମ କରିବାକୁ ହେବ।ଆଉ ଏଥିରୁ ଆପଣଙ୍କୁ ଯେଉଁ ଆତ୍ମସନ୍ତୋଷ ମିଳିବ, ଏହାର ତୁଳନା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri