ଗାଁ ଶ୍ମଶାନରେ ଜଳିଲା ସୌମ୍ୟାଶ୍ରୀଙ୍କ ଚିତା: ଅଶ୍ରୁଳ ବିଦାୟ ଦେଲେ ହଜାର ହଜାର ଲୋକ

ଭୋଗରାଇ,୧୫।୭: ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଅଧ୍ୟାପକଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇ ଆତ୍ମାହୁତି ଦେଇଥିବା ଛାତ୍ରୀ ୩ଦିନ ମୃତ୍ୟୁ ସହ ସଂଗ୍ରାମ କରି ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି। ତାଙ୍କ ଶରୀରର ୯୫% ପୋଡ଼ି ଯାଇଥିବାରୁ ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ଏମ୍‌ସରେ ଭର୍ତ୍ତି କରାଯାଇଥିଲା। ତାଙ୍କୁ ବର୍ନ ୟୁନିଟ୍‌ ଆଇସିୟୁରେ ଭେଣ୍ଟିଲେଟରରେ ରଖାଯିବା ସହ ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ଚିକିତ୍ସା ଚଳାଉଥିଲେ। ଏପରି କି ଦିଲ୍ଲୀ ଏମ୍‌ସର ବିଶେଷଜ୍ଞ ଡାକ୍ତରଙ୍କ ସହ ଯୋଗାଯୋଗ କରି ତାଙ୍କର ଚିକିତ୍ସା କରାଯାଉଥିଲା। ସବୁ ଚେଷ୍ଟା ସତ୍ତ୍ୱେ ତାଙ୍କୁ ବଞ୍ଚା ଯାଇପାରିଲା ନାହିଁ ବୋଲି ଡାକ୍ତରୀ ଟିମ୍‌ ସୂଚନା ଦେଇଥିଲେ। ମୃତ୍ୟୁପରେ ତାଙ୍କ ଶବ ରାତାରାତି ବ୍ୟବଚ୍ଛେଦ କରାଯାଇ ଭୋଗରାଇ ନିଆଯାଇଥିଲା।

ସୌମ୍ୟାଶ୍ରୀଙ୍କ ପଳାସିଆ ଗାଁ ମଶାଣିରେ ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା। ଗାଁ ଝିଅକୁ ଅଶ୍ରୁଳ ବିଦାୟ ଦେଇଥିଲେ ହଜାର ହଜାର ଲୋକ। ସୌମ୍ୟାଶ୍ରୀଙ୍କ ମରଶରୀର ପହଞ୍ଚିବା ପରେ କାନ୍ଦ ବୋବାଳିରେ ଫାଟୁଛି ଗାଁ। ବାହୁନି ହେଉଛନ୍ତି ପରିବାର ଓ ଜ୍ଞାତି କୁଟୁମ୍ବ ସୌମ୍ୟାଶ୍ରୀଙ୍କ ଏକାଧିକ ପ୍ରତିଭାକୁ ଝୁରୁଛନ୍ତି ଅଞ୍ଚଳବାସୀ।

ମହାବିଦ୍ୟାଳୟ ଶିକ୍ଷା ବିଭାଗର ମୁଖ୍ୟ(ଏଚ୍‌ଓଡି) ସମୀର କୁମାର ସାହୁଙ୍କ ଦ୍ୱାରା ପ୍ରାୟ ୬ମାସ ଧରି ପୀଡ଼ିତା ଛାତ୍ରୀ ଶାରୀରିକ ଓ ମାନସିକ ନିର୍ଯାତନା ପାଇ ଆସୁଥିଲେ। ଗତ ଜୁନ୍‌ ୩୦ ତାରିଖରେ ଏସଂକ୍ରାନ୍ତରେ ମହାବିଦ୍ୟାଳୟ ଅଧ୍ୟକ୍ଷ ଦିଲୀପ ଘୋଷଙ୍କ ନିକଟରେ ଲିଖିତ ଭାବେ ଅଭିଯୋଗ କରିଥିଲେ। ଏହାର ପରଦିନ ଅର୍ଥାତ୍‌ ଜୁଲାଇ ୧ରେ ପୀଡ଼ିତା ଏହି ଅଭିଯୋଗ ସଂକ୍ରାନ୍ତରେ ନିଜ ‘X’ ଆକାଉଣ୍ଟରେ ଉଲ୍ଲେଖ କରିବା ସହ ରାଜ୍ୟ ସରକାରଙ୍କ ସମେତ ବିଭିନ୍ନ ଅଧିକାରୀ, ନେତା ଏବଂ କର୍ତ୍ତୃପକ୍ଷଙ୍କୁ ଟ୍ୟାଗ୍‌ କରିଥିଲେ। ହେଲେ କୌଣସି ନ୍ୟାୟ ନ ପାଇ ୧୨ତାରିଖ ଶନିବାର ଛାତ୍ରୀ ଜଣକ ଅଧ୍ୟକ୍ଷଙ୍କ ପ୍ରକୋଷ୍ଠ ସମ୍ମୁଖରେ ନିଜ ଦେହରେ ପେଟ୍ରୋଲ୍‌ ଢାଳି ନିଅଁା ଲଗାଇ ଦେଇଥିଲେ। ଉପସ୍ଥିତ କେତେଜଣ ଛାତ୍ରଙ୍କ ଦ୍ୱାରା ସେ ଉଦ୍ଧାର ହୋଇଥିଲେ ସୁଦ୍ଧା ତାଙ୍କ ଅବସ୍ଥା ଗୁରୁତର ହୋଇପଡ଼ିଥିଲା। ତାଙ୍କୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ ଅପରାହ୍ନରେ ଭୁବନେଶ୍ୱର ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା। ଶରୀରର ପ୍ରାୟ ୯୫% ପୋଡ଼ି ଯାଇଥିବାରୁ ତାଙ୍କୁ ଏମ୍‌ସ ବର୍ନ ୟୁନିଟ୍‌ ଆଇସିୟୁ ଭେଣ୍ଟିଲେଟରରେ ରଖାଯାଇ ଚିକିତ୍ସା କରାଯାଉଥିଲା। ଏପରି କି ଦିଲ୍ଲୀ ଏମ୍‌ସର ଡାକ୍ତରୀ ଦଳଙ୍କ ସହାୟତାରେ ଏଠାକାର ଏକ ସ୍ବତନ୍ତ୍ର ଟିମ୍‌ ତାଙ୍କୁ ୨୪ ଘଣ୍ଟିଆ ନିରୀକ୍ଷଣରେ ରଖି ଚିକିତ୍ସା ଚଳାଇଥିଲେ। କିନ୍ତୁ ସମସ୍ତ ପ୍ରଚେଷ୍ଟା ସତ୍ତ୍ୱେ ପୀଡ଼ିତା ସୋମବାର ରାତିରେ ଆଖି ବୁଜିଛନ୍ତି। ବ୍ୟବଚ୍ଛେଦ ହେବା ପରେ ମୃତଦେହକୁ ବାଲେଶ୍ୱର ଜିଲା ଭୋଗରାଇସ୍ଥିତ ବାସଭବନକୁ ନିଆଯିବା ପାଇଁ ପରିବାର ଲୋକ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri