ବିଳମ୍ବରେ ଭୋଜନ କରୁଛନ୍ତି କି, ହୋଇଯାନ୍ତୁ ସାବଧାନ: ନଚେତ୍‌…

ଆଧୁନିକ ଜୀବନଶୈଳୀରେ ବିଳମ୍ବିତ ରାତି ପର୍ଯ୍ୟନ୍ତ କାମ କରିବା ଓ ବିଳମ୍ବରେ ଭୋଜନ କରିବା ଏକ ସାଧାରଣ କଥା ହୋଇଗଲାଣି । କିନ୍ତୁ ଏହି ଅଭ୍ୟାସ ଭବିଷ୍ୟତରେ ଅନେକ ସମସ୍ୟା ସୃଷ୍ଟି କରିପାରେ ।

-ବିଳମ୍ବରେ ଭୋଜନ କରିବା ଅଭ୍ୟାସ ମୋଟାପଣ, ଡାଇବେଟିସ୍‌ ଓ ହୃଦ୍‌ରୋଗ ଭଳି ବିଭିନ୍ନ ସମସ୍ୟା ସୃଷ୍ଟି କରିପାରେ।
-ରାତିରେ ଖାଦ୍ୟ ଠିକ୍‌ ଭାବରେ ହଜମ ହୋଇପାରି ନ ଥାଏ। ତେଣୁ ଏହା ବିଭିନ୍ନ ଶାରୀରିକ ସମସ୍ୟା ସୃଷ୍ଟି କରିଥାଏ।
-ରାତିରେ ଶରୀର ବିଶ୍ରାମ କରିଥାଏ। ତେଣୁ ବିଳମ୍ବରେ ହୋଇଥିବା ଭୋଜନ କ୍ୟାଲୋରିଭାବେ ଜମା ହୋଇଯାଏ। ଫଳରେ ମେଦବହୁଳତା ଭଳି ସମସ୍ୟା ଦେଖାଦିଏ।
-ଏହି ଅଭ୍ୟାସ ଶରୀରରେ ଇନ୍‌ସୁଲିନ୍‌ର ମାତ୍ରାକୁ ବି ପ୍ରଭାବିତ କରିଥାଏ। ତେଣୁ ଟାଇପ୍‌-୨ ଡାଇବେଟିସ୍‌ ହେବା ଆଶଙ୍କା ସୃଷ୍ଟି କରାଇଥାଏ।
ବିଳମ୍ବିତ ରାତିରେ ଅଧିକ ଗରିଷ୍ଠ ଭୋଜନ କଲେ ତାହା ପାଚନକ୍ରିୟା ଉପରେ ପ୍ରଭାବ ପକାଇଥାଏ। ତେଣୁ ଏସିଡିଟି ଓ ବଦହଜମୀ ଭଳି ସମସ୍ୟା ଦେଖା ଦେଇଥାଏ। ଏହା ଅନେକାଂଶରେ ନିଦ ମଧ୍ୟ ଖରାପ କରିପାରେ।
-ରାତିରେ ଅଧିକ ତେଲ ମସଲାଯୁକ୍ତ ଖାଦ୍ୟ ଖାଇଲେ କୋଲେଷ୍ଟରଲ ଲେଭଲ ବଢ଼ାଇଥାଏ, ଯାହା ହୃଦ୍‌ରୋଗ ଭଳି ସମସ୍ୟାକୁ ନିମନ୍ତ୍ରଣ କରିଥାଏ। ନିଦ କମ୍‌ ହେଲେ ହୃଦ୍‌ରୋଗ ସହ ରକ୍ତଚାପ ମଧ୍ୟ ବଢ଼ିଥାଏ। ମାନସିକ ସ୍ବାସ୍ଥ୍ୟ ଉପରେ ମଧ୍ୟ ଏହାର କିଛିମାତ୍ରାରେ ପ୍ରଭାବ ପଡ଼େ।
-ଶୋଇବାର ୨-୩ ଘଣ୍ଟା ପୂର୍ବରୁ ହିଁ ସବୁବେଳେ ରାତ୍ରିଭୋଜନ କରିବା ଦରକାର। ଅର୍ଥାତ୍‌ ୭-୮ଟା ମଧ୍ୟରେ ଖାଇବା ଭଲ। ଫଳରେ ଖାଦ୍ୟ ହଜମ ହେବା ପାଇଁ ବହୁତ ସମୟ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୨୦ ଛକା, ୩୧ ଚୌକା ବର୍ଷା କରି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୧୨।୧୨: ଆଜିଠାରୁ ଆରମ୍ଭ ହୋଇଛି ୧୯ ବର୍ଷରୁ କମ ଏସିଆ କପ। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଭାରତ ଏବଂ ୟୁଏଇ ମଧ୍ୟରେ ଖେଳାଯାଉଛି। ଦୁବାଇରେ ଖେଳାଯାଇଥିବା...

୨୦୨୬ରେ ସାଢେସତିରୁ ଅଧିକ କଷ୍ଟ ପାଇବେ ଏହି ରାଶି, ଭୋଗିବେ ଆର୍ଥିକହାନି!

୨୦୨୫ ଶେଷ ହେବାକୁ ବସିଲାଣି। ଜ୍ୟୋତିଷମାନେ ଗ୍ରହ ଏବଂ ନକ୍ଷତ୍ରଗୁଡ଼ିକର ଗତିବିଧି ନିରୀକ୍ଷଣ କରୁଛନ୍ତି । ବର୍ତ୍ତମାନ ନୂତନ ବର୍ଷ ପାଇଁ ଭବିଷ୍ୟବାଣୀ କରୁଛନ୍ତି। ମୁଖ୍ୟତଃ...

ଓଡ଼ିଶା ଆସିବେ CJI: ପ୍ରଥମ ଥର ପାଇଁ…

ଭୁବନେଶ୍ୱର,୧୨।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଆସନ୍ତା ରବିବାର ଓଡ଼ିଶା ଆସିବେ । CJI ଭାବେ ଶପଥ ଗ୍ରହଣ କରିବା ପରେ ପ୍ରଥମ ଥର...

ଗଞ୍ଜାମର ୪୧ ଡିଗ୍ରୀ କଲେଜକୁ ଅର୍ଥ ଅନୁମୋଦନ

ଭଞ୍ଜନଗର,୧୨ା୧୨(ବାବୁଲା ପ୍ରଧାନ): କଲେଜ ପଢୁଆ ଛାତ୍ରୀମାନଙ୍କ ମଧ୍ୟରେ ଆତ୍ମ ବିଶ୍ୱାସ ବଢ଼ିବା ଲକ୍ଷ୍ୟ ନେଇ ସରକାର ସେମାନଙ୍କୁ ଆତ୍ମ ସୁରକ୍ଷା ତାଲିମ ପ୍ରଦାନ କରୁଛନ୍ତି। ଏହିଭଳି...

ସମ୍ପୂର୍ଣ୍ଣ ଟିମ୍‌ ଉପରେ ଭାରି ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ

ଆବୁଧାବି,୧୨।୧୨: ଭାରତୀୟ କିଶୋର ତାରକା ବୈଭବ ସୂର୍ଯ୍ୟବଂଶୀ U19 ଏସିଆ କପରେ UAE ବିପକ୍ଷରେ ୧୭୧ ରନ୍‌ କରି ୨୦୨୫ରେ ତାଙ୍କର ଚମତ୍କାର ଫର୍ମ ଜାରି...

ଦାୟିତ୍ୱ ନେଲେ ନବନିର୍ବାଚିତ ଅଧ୍ୟକ୍ଷା, ନୂଆ ରୂପରେଖ ନେଇ କହିଲେ…

କୁନ୍ଦୁରା,୧୨ା୧୨(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ପଞ୍ଚାୟତ ସମିତି ଅଧ୍ୟକ୍ଷା ଉପନିର୍ବାଚନରେ ସ୍ବାଧୀନ ଭାବେ ବିଜୟୀ ହୋଇ ଦାୟିତ୍ୱ ନେଲେ ବନିତା କାନ୍ଦଲିଆ। ବହୁ ବାଦବିବାଦ...

ଆହୁରି ୨ଦିନ ପ୍ରବଳ ଶୀତ: ଆଜି ୯ ଜିଲାକୁ ଓ୍ୱାର୍ନିଂ

ଭୁବନେଶ୍ୱର,୧୨।୧୨: ଆହୁରି ୨ ଦିନ ଯାଏ ଶୀତ ଲହରି ଜାରି ରହିବ। ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ଶୀତ ଲହରି...

ଭିନେଶ ଫୋଗଟଙ୍କ ବଡ଼ ଘୋଷଣା, ଇନଷ୍ଟାଗ୍ରାମରେ ପୋଷ୍ଟ କରି କହିଲେ….

ନୂଆଦିଲ୍ଲୀ,୧୨।୧୨: ଭାରତୀୟ ମହିଳା କୁସ୍ତିଯୋଦ୍ଧା ଭିନେଶ ଫୋଗଟ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ସେ ଅବସର ଘୋଷଣା କରିଥିବା ବେଳେ ବର୍ତ୍ତମାନ ୟୁ-ଟର୍ଣ୍ଣ କରିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri