ଭଞ୍ଜନଗର ଗସ୍ତ ବାତିଲ, ଭୁବନେଶ୍ୱର ଫେରିଗଲେ ଷ୍ଟାଣ୍ଡିଂ କମିଟି…

ଭଞ୍ଜନଗର,୧୫ା୭(ବାବୁଲା ପ୍ରଧାନ)-ବିଧାନସଭା ଷ୍ଟାଣ୍ଡିଂ କମିଟି ୪ ମଙ୍ଗଳବାର ଭଞ୍ଜନଗର ଗସ୍ତରେ ଆସି ରାତିରେ ରହି ବୁଧବାର ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ପରିଦର୍ଶନ କରିବାର ଥିଲା। କିନ୍ତୁ ବାଲେଶ୍ୱର ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣାକୁ ନେଇ ସମସ୍ତ ରାଜନୈତିକ ଦଳ ମଙ୍ଗଳବାର ଗଭୀର ଶୋକବ୍ୟକ୍ତ କରିଛନ୍ତି । ବିରୋଧୀ ଦଳ ଗୁଡିକ ହୋହାଲ୍ଲା କରିବା ସହ ଆନ୍ଦୋଳନ କରିଛନ୍ତି। ଏଭଳି ସ୍ଥିତିରେ ଷ୍ଟାଣ୍ଡିଂ କମିଟି ଗଞ୍ଜାମ ଜିଲାର ଦ୍ୱିତୀୟ ଦିବସ କାର୍ଯକ୍ରମକୁ ବାତିଲ କରିଥିଲା। ତେଣୁ କମିଟି ଅଧ୍ୟକ୍ଷ ତଥା ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କ ନେତୃତ୍ୱରେ ଆସିଥିବା କମିଟି ପୁରୁଷୋତ୍ତମପୁରରୁ ଭୁବନେଶର ଫେରି ଯାଇଛନ୍ତି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଏବଂ ଉପ ଜିଲ୍ଲାପାଳ ଉମା ଶଙ୍କର ବେହେରା ମଙ୍ଗଳବାର କେଏସ୍‌ୟୁବି କଲେଜରେ ପହଞ୍ଚି କାର୍ଯ୍ୟକ୍ରମ ବାତିଲ ହୋଇଥିବା ସମ୍ପର୍କରେ ଅଧ୍ୟକ୍ଷଙ୍କୁ ଜଣାଇବା ସହ କଲେଜର ଅନ୍ୟାନ୍ୟ ଉନ୍ନତିକରଣ କାର୍ଯ୍ୟକ୍ରମ ଉପରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ କୁହୁଡି ଯୋଗୁ ଦେଖାଗଲାନି ରାସ୍ତା: ଗଛରେ ପିଟିହେଲା ପରିବା ବୋଝେଇ ମିନିଟ୍ରକ, ଘଟଣାସ୍ଥଳରେ…

ଦାରିଙ୍ଗବାଡି, ୨୩।୧୨ (ଅରୁଣ ସାହୁ): ଏକ ପନିପରିବା ବୋଝେଇ ମିନିଟ୍ରକ ଦୁର୍ଘଟଣା ଘଟି ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ହେଲପର ଆହତ ହୋଇଛନ୍ତି। ପ୍ରକାଶଯେ,...

ଠକ ସଂସ୍ଥାର ୩ ଅଧିକାରୀ ଅଟକ: ଚାକିରି, ଋଣ କରାଇଦେବେ କହି ନେଉଥିଲେ ଟଙ୍କା

ପାରଳାଖେମୁଣ୍ଡି,୨୩ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ବେକାର ଯୁବତୀ ଯୁବକଙ୍କୁ ବିଭିନ୍ନ ଚାକିରି ଆଉ ସେମାନଙ୍କ ପାଇଁ ଋଣ କରାଇଦେବା ଏବଂ ଘରେ ବସି ଡିଜିଟାଲରେ ଟଙ୍କା...

ରଙ୍ଗୋଲିରେ ବରଗଡ଼ ଧନୁଯାତ୍ରା ମହୋତ୍ସବ

ବରଗଡ଼,୨୩।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଏଥର ଅଧିକ ଆକର୍ଷଣୀୟ କରିବା ପାଇଁ ବିଭିନ୍ନ ପରିକଳ୍ପନା କରାଯାଇଛି। ଏହି କ୍ରମରେ ବିଗତ ବର୍ଷଭଳି ଏଥର ମଧ୍ୟ...

ଛାତ ଉପରକୁ ଯାଇଥିବାବେଳେ ମାଙ୍କଡ କଲା ଆକ୍ରମଣ, ଉପରୁ ତଳକୁ ଖସି ପଡି ମହିଳା ଗୁରୁତର

ଦେବଗଡ,୨୩।୧୨(ଶଶାଙ୍କ ଶେଖର ଝାଙ୍କର): ମାଙ୍କଡ ଆକ୍ରମଣରେ ଦେବଗଡ ପୌରାଞ୍ଚଳର ଜଣେ ମହିଲା ଗୁରୁତର ଆହତ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ଦେବଗଡ଼ ପୌରାଞ୍ଚଳ ଖପର...

୨୪ ନୂଆ ଏନଏସି, ୫ ମ୍ୟୁନିସିପାଲଟି ପାଇଁ ବିଜ୍ଞପ୍ତି ପ୍ରକାଶ: ଗଞ୍ଜାମ ଜିଲାର ଏହି ସବୁ ଅଞ୍ଚଳ…

ଛତ୍ରପୁର, ୨୩।୧୨ (ଦିଲ୍ଲୀପ ସାମଲ): ରାଜ୍ୟର ୨୪ ନୂଆ ଏନଏସି ଓ ୫ ମ୍ୟୁନିସିପାଲଟି ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ରାଜ୍ୟ ସରକାର। ପାଲଲହଡା,...

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri