‘ରାତି ଅଧିଆ ସୌମ୍ୟାଶ୍ରୀଙ୍କ ମରଶରୀରକୁ ପୁରୀରେ ଦାହ କରିବାକୁ ଯୋଜନା କରିଥିଲେ ସରକାର’

ଭୁବନେଶ୍ୱର,୧୫ା୭(ସୁନିତ୍‌ ମିଶ୍ର): ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ବିଜୁ ଯୁବ ଓ ଛାତ୍ର ଜନତା ଦଳ ସରକାରଙ୍କ ଉପରେ ପ୍ରବଳ ବର୍ଷିଛି। ଶଙ୍ଖ ଭବନଠାରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ କହିଛନ୍ତି, ସୌମ୍ୟାଶ୍ରୀଙ୍କ ମୃତ୍ୟୁ ସାରା ଓଡ଼ିଶାବାସୀଙ୍କୁ ସ୍ତବ୍ଧ କରିଛି। ମୁଖ୍ୟମନ୍ତ୍ରୀଙ୍କଠାରୁ ଆରମ୍ଭକରି ସ୍ଥାନୀୟ ପୋଲିସ ପର୍ଯ୍ୟନ୍ତ କେହି ବି ସୌମ୍ୟାଶ୍ରୀଙ୍କ ଗୁହାରି ଶୁଣିଲେନାହିଁ। ଜଣେ ଝିଅର ନିର୍ଯାତନାକୁ ଅଣଦେଖା କରି ସରକାର ଉତ୍ସବ ମନାଇବାରେ ବ୍ୟସ୍ତ ରହିଲେ। ମୃତ୍ୟୁ ପରେ ପୋଲିସ ମାଧ୍ୟମରେ ମରଶରୀରକୁ ରାତିଅଧିଆ ପୁରୀ ନେଇ ଦାହକରିବାକୁ ସରକାର ଯୋଜନା କରିଥିଲେ। ସୌମ୍ୟାଶ୍ରୀଙ୍କ ପରିବାର ଏବଂ ଯୁବ ଓ ଛାତ୍ର ବିଜେଡିର ତୀବ୍ର ପ୍ରତିବାଦ ଫଳରେ ସରକାର ବାଧ୍ୟହୋଇ ତାଙ୍କ ନିଜ ଗାଁ ପଳାସିଆକୁ ମରଶରୀର ନେଇଥିଲେ।

ବିଧାୟକ ବ୍ୟୋମକେଶ ରାୟ କହିଛନ୍ତି, ସୌମ୍ୟାଶ୍ରୀଙ୍କ ପ୍ରତି ହୋଇଥିବା ଅବିଚାର ବିରୋଧରେ ରାଜ୍ୟବ୍ୟାପୀ ଯୁବ ଓ ଛାତ୍ର ବିଜେଡି ରାଜରାସ୍ତାକୁ ଓହ୍ଲାଇସାରିଛି। ଏହି ଆନ୍ଦୋଳନ ତୀବ୍ରତର ହେବ ଓ ଯେଉଁମାନେ ସୌମ୍ୟାଶ୍ରୀଙ୍କୁ ସୁରକ୍ଷା ଦେବା ବଦଳରେ ମୃତ୍ୟୁ ମୁହଁକୁ ଠେଲିଦେଇଛନ୍ତି, ସେମାନେ ଇସ୍ତଫା ନ ଦେବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଚାଲୁ ରହିବ। ଛାତ୍ରୀଙ୍କ ପରିବାରକୁ ୨ କୋଟି ଟଙ୍କାର କ୍ଷତିପୂରଣ ଦିଆଯାଉ ବୋଲି ସେ କହିଛନ୍ତି। ଏହି ଅବସରରେ ବିଜେଡି ନେତ୍ରୀ ଈପ୍ସିତା ସାହୁ କହିଛନ୍ତି, ସୌମ୍ୟାଶ୍ରୀ ଏବିଭିପିର ଜଣେ କର୍ମକର୍ତ୍ତା ଭାବେ କାର୍ଯ୍ୟ କରୁଥିଲେ। କିନ୍ତୁ ସେହି ସଙ୍ଗଠନର ଚକ୍ରାନ୍ତ ଲାଗି ତାଙ୍କୁ ଆତ୍ମାହୁତି ଦେବାକୁ ପଡ଼ିଲା ବୋଲି ସେ କହିଛନ୍ତି। ଏହି ଅବସରରେ ଯୁବ ଜନତା ଦଳ ନେତା ଧୃତି ମାର୍ଥା ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri