ସୌମ୍ୟାଶ୍ରୀଙ୍କ ବାପାଙ୍କ ସହ କଥାହେଲେ ରାହୁଲ, କହିଲେ…

ଭୁବନେଶ୍ୱର,୧୬।୭: ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ବିଜୁ ଯୁବ ଓ ଛାତ୍ର ଜନତା ଦଳ ସରକାରଙ୍କ ଉପରେ ପ୍ରବଳ ବର୍ଷିଛି। ଘଟଣାକୁ ନେଇ କଂଗ୍ରେସ ମଧ୍ୟ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି। ଏହି ସମୟରେ କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମୃତ ସୌମ୍ୟାଶ୍ରୀଙ୍କ ବାପାଙ୍କ ସହ କଥା ହୋଇଛନ୍ତି। ଫୋନ ଯୋଗେ କଥା ହୋଇ ସମବେଦନା ଜଣାଇଥିବା ଜଣାପଡିଛି। ପରିବାର ସହ କଂଗ୍ରେସ ଅଛି। ପରିବାରକୁ ନ୍ୟାୟ ଦେବାକୁ ସବୁ ପ୍ରକାର ଚେଷ୍ଟା କରିବୁ ବୋଲି କହିଛନ୍ତି ରାହୁଲ।

ଗତକାଲି ଘଟଣାକୁ ନେଇ ଟୁଇଟ୍‌ କରି ସରକାରଙ୍କ ଉପରେ ବର୍ଷିଥିଲେ ରାହୁଲ। ଟୁଇଟ୍‌ କରି ରାହୁଲ ଲେଖିଥିଲେ, ଓଡ଼ିଶାରେ ନ୍ୟାୟ ପାଇଁ ଲଢ଼ୁଥିବା ଝିଅର ମୃତ୍ୟୁ ଭାଜପା ବ୍ୟବସ୍ଥା ଦ୍ୱାରା ଏକ ସିଧାସଳଖ ହତ୍ୟା। ସେହି ସାହସୀ ଛାତ୍ରୀ ଯୌନ ଶୋଷଣ ବିରୁଦ୍ଧରେ ସ୍ବର ଉଠାଇଥିଲେ। କିନ୍ତୁ ନ୍ୟାୟ ବଦଳରେ ତାଙ୍କୁ ବାରମ୍ବାର ଧମକ, ହଇରାଣ, ଅପମାନିତ କରାଯାଇଥିଲା। ଯେଉଁମାନେ ତାଙ୍କୁ ସୁରକ୍ଷା ଦେବା କଥା, ସେମାନେ ତାଙ୍କୁ ଭାଙ୍ଗି ଚାଲିଥିଲେ। ପ୍ରତ୍ୟେକ ଥର ପରି, ଭାଜପା ବ୍ୟବସ୍ଥା ଅଭିଯୁକ୍ତଙ୍କୁ ସୁରକ୍ଷା ଦେଇ ଚାଲିଥିଲା ଏବଂ ଏକ ର୍ନିଦ୍ଦୋଷ ଝିଅକୁ ନିଜକୁ ଜାଳି ଦେବାକୁ ବାଧ୍ୟ କରିଥିଲା। ଏହା ଆତ୍ମହତ୍ୟା ନୁହେଁ, ଏହା ବ୍ୟବସ୍ଥା ଦ୍ୱାରା ଏକ ସଂଗଠିତ ହତ୍ୟା। ରାହୁଲ ଆହୁରି ଲେଖିଛନ୍ତି, ମୋଦି ଜୀ, ଓଡ଼ିଶା ହେଉ କି ମଣିପୁର , ଦେଶର ଝିଅମାନେ ଜଳୁଛନ୍ତି, ଭାଙ୍ଗି ପଡୁଛନ୍ତି, ଆତ୍ମହତ୍ୟା କରୁଛନ୍ତି ଆଉ ଆପଣ? ଆପଣ ଚୁପ ବସିଛନ୍ତି। ଦେଶ ଆପଣଙ୍କ ନୀରବତା ଚାହେଁ ନାହିଁ, ଏହା ଉତ୍ତର ଚାହେଁ। ଭାରତର ଝିଅମାନେ ସୁରକ୍ଷା ଏବଂ ନ୍ୟାୟ ଚାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri