ଏଫଏମ କଲେଜ ଘଟଣା: କଂଗ୍ରେସ କଲା ବଡ଼ ଘୋଷଣା, ସଂସଦରେ…

ବାଲେଶ୍ବର,୧୬।୭: ବାଲେଶ୍ବର ଏଫଏମ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁରେ ସାରା ରାଜ୍ୟରେ ଆଲୋଚନା ଜୋର ଧରିଛି। ଏହି ଘଟଣାରେ ନ୍ୟାୟ ଦାବି କରି ଅଖିଳ ଭାରତୀୟ ମହିଳା କଂଗ୍ରେସ ସଭାନେତ୍ରୀ ଅଳକା ଲାମ୍ବା ବଡ଼ ଘୋଷଣା କରିଛନ୍ତି। କଂଗ୍ରେସ ଆସନ୍ତକାଲି ଅର୍ଥାତ ଗୁରୁବାର ଓଡ଼ିଶା ବନ୍ଦ କରୁଥିବାବେଳେ ଆଗାମୀ ଦିନରେ ସଂସଦ ଘେରାଉ କରିବ। ଏହି ଘୋଷଣା ସହ ଅଳକା ଲାମ୍ବା ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି।

ସୂଚନା ଅନୁଯାୟୀ, ବାଲେଶ୍ବରରେ ଜଣେ ଛାତ୍ରୀଙ୍କୁ ବିଭାଗୀୟ ମୁଖ୍ୟ (HOD) ଦ୍ୱାରା ଯୌନ ନିର୍ଯାତନାର ଚାପ ଦିଆଯାଇଥିବା ଅଭିଯୋଗ ସାମ୍ନାକୁ ଆସିଛି। ଏହି ଘଟଣାକୁ ଗମ୍ଭୀରତାର ସହ ନେଇ ଅଳକା ଲାମ୍ବା କହିଛନ୍ତି ଯେ ଓଡ଼ିଶାରେ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିଫଳ ହୋଇଛି। ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି ସେ କହିଛନ୍ତି, ଓଡ଼ିଶାରେ ନାରୀ ନିରାପତ୍ତା ଓ ନ୍ୟାୟ ପାଇଁ କୌଣସି କଡ଼ା ପଦକ୍ଷେପ ନିଆଯାଇ ନାହିଁ।

ଏହି ଘଟଣାରେ କଂଗ୍ରେସ ଦଳ ଆଗାମୀ ସଂସଦ ଅଧିବେଶନରେ ଏହି ପ୍ରସଙ୍ଗକୁ ପ୍ରମୁଖତା ଦେବ ବୋଲି ଅଳକା ଲାମ୍ବା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଗାମୀ ୨୧ ତାରିଖରେ ସଂସଦ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହି ସମୟରେ କଂଗ୍ରେସ ଦଳ ସଂସଦ ଘେରାଉ କରି ବାଲେଶ୍ବର ଘଟଣାରେ ନ୍ୟାୟ ଦାବି କରିବ। ଓଡ଼ିଶା ପ୍ରସଙ୍ଗକୁ ଆମେ ପ୍ରାଥମିକତା ଦେବୁ।

ଏହା ସହିତ, ଅଳକା ଲାମ୍ବା ଓଡ଼ିଶା ଗସ୍ତ କରି ସୌମ୍ୟଶ୍ରୀ ବିଶୀଙ୍କ ପରିବାରକୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ମହିଳା କଂଗ୍ରେସ ସଭାପତି ମୀନାକ୍ଷୀ ବାହିନିପତିଙ୍କ ନେତୃତ୍ୱରେ ବାଲେଶ୍ବରରେ ଏକ ବିଶାଳ କର୍ମୀ ସମାବେଶ ଆୟୋଜନ କରାଯାଇଛି, ଯେଉଁଠାରେ ଅଳକା ଲାମ୍ବା ମଧ୍ୟ ଯୋଗ ଦେବେ।

ଏହା ପୂର୍ବରୁ ଅଳକା ଲାମ୍ବା ଓ ବିଧାୟିକା ସୋଫିଆ ଫିର୍ଦ୍ଦୋସ ଅଖିଳ ଭାରତୀୟ କଂଗ୍ରେସ କମିଟି (AICC) କାର୍ଯ୍ୟାଳୟରେ ରାଜ୍ୟ ସରକାରଙ୍କୁ ତୀବ୍ର ସମାଲୋଚନା କରିଥିଲେ। ସୋଫିଆ ର୍ଫିଦ୍ଦୋସ କହିଛନ୍ତି, ଏହି ଘଟଣା ରାଜ୍ୟରେ ମହିଳା ନିରାପତ୍ତାର ଦୁର୍ବଳ ଚିତ୍ରକୁ ପ୍ରକାଶ କରୁଛି। ରାଜ୍ୟ ସରକାର ଏହାକୁ ଗମ୍ଭୀରତାର ସହ ନେଉ ନାହିଁ। ତେବେ ଏହି ଘଟଣାକୁ ନେଇ ରାଜ୍ୟରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି। କଂଗ୍ରେସ ଦଳର ଏହି ଆନ୍ଦୋଳନ ଓ ସଂସଦ ଘେରାଉ ଯୋଜନା ରାଜ୍ୟ ସରକାରଙ୍କ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri